କନିଷ୍ଠ ଯନ୍ତ୍ରୀଙ୍କୁ ଉଠ୍‌ବସ୍‌ କରିବା ଘଟଣା: ପାଟଣାଗଡ଼ ବିଧାୟକଙ୍କ ପାଇଁ ଅଡୁଆ ବଢ଼ିଲା

ବଲାଙ୍ଗିର ଅଫିସ/ଭୁବନେଶ୍ୱର, ୮ା୬(ବ୍ୟୁରୋ): ନିମ୍ନମାନର ରାସ୍ତା କାମ ପାଇଁ ପାଟଣାଗଡର ନବନିର୍ବାଚିତ ବିଧାୟକ ସରୋଜ ମେହେର ଗତ ୫ତାରିଖରେ କନିଷ୍ଠ ଯନ୍ତ୍ରୀ ଜୟକାନ୍ତ ଶବରଙ୍କୁ ସର୍ବସମ୍ମୁଖରେ ଉଠ୍‌ବସ୍‌ କରାଇଥିଲେ। ଏହାର ଭିଡିଓ ଭାଇରାଲ ହେବା ପରେ ପୂରା ଘଟଣା ପଦାକୁ ଆସିଥିଲା। ଏହି ଘଟଣାକୁ ରାଜନୈତିକ ମହଲରେ ନିନ୍ଦା କରାଯାଇଛି। ଜଣେ ବିଧାୟକ ହୋଇ କିଭଳି ଆଇନ୍‌କୁ ହାତକୁ ନେଲେ ସେ ନେଇ ମଧ୍ୟ ପ୍ରଶ୍ନ ଉଠିଛି। ଉକ୍ତ ଘଟଣା ପାଇଁ ବିଧାୟକ ମେହେର କ୍ଷମା ମାଗିଥିଲେ ମଧ୍ୟ ତାଙ୍କୁ ଛାଡ଼ିବାକୁ ନାରାଜ ବିରୋଧୀ। ସେମାନେ ବିଧାୟକ ମେହେରଙ୍କ ଗିରଫ ଦାବି କରିଛନ୍ତି। ସେହିପରି ଯନ୍ତ୍ରୀ ଶବରଙ୍କ ସ୍ତ୍ରୀ ପ୍ରବୀଣା ରାଜହଂସଙ୍କ ଅଭିଯୋଗ କ୍ରମେ ପାଟଣାଗଡ଼ ପୋଲିସ ବିଧାୟକ ମେହେରଙ୍କ ବିରୋଧରେ ଭାରତୀୟ ଦଣ୍ଡବିଧି ଆଇନର ଧାରା ୩୪୧, ୩୬୩, ୨୯୪, ୩୨୩, ୩୫୩, ୩୫୫, ୫୦୦, ୩୪, ୩(୧)(ଆର), ୩(୧)(ଏସ) ଭଳି ୧୦ଟି ଦଫାରେ ଏକ ମାମଲା (ନଂ.୧୧୩/୧୯) ରୁଜୁ କରି ତଦନ୍ତ ଆରମ୍ଭ କରିଛି। ପୋଲିସ ବେଲପଡା ଥାନା ଅଞ୍ଚଳରୁ ଶବରଙ୍କୁ ଉଦ୍ଧାର କରି ଶୁକ୍ରବାର ସକାଳେ ତାଙ୍କ ଘରେ ଛାଡ଼ିଛି। ସେହିପରି ଜାତୀୟ ମାନବାଧିକାର କମିଶନରଙ୍କ ନିକଟରେ ମଧ୍ୟ ଏ ନେଇ ଅଭିଯୋଗ ହୋଇଛି। ଫଳରେ ମେହେରଙ୍କ ପାଇଁ ଅଡୁଆ ବଢିବାରେ ଲାଗିଛି।
ଜାତୀୟ ମାନବାଧିକାର କମିଶନଙ୍କ ନିକଟରେ ମାନବାଧିକାର କର୍ମୀ ସୁଜିତ ସାହୁ ପିଟିଶନ୍‌ ଦାଖଲ କରିଛନ୍ତି। ଆଗାମୀ ଦିନରେ ଏହାର ବିଚାର ହେବ ବୋଲି ଜଣାପଡ଼ିିଛି। ମୁଖ୍ୟ ଶାସନ ସଚିବଙ୍କୁ ପକ୍ଷଭୁକ୍ତ କରିବା ସହ ଘଟଣାର ନିରପେକ୍ଷ ନ୍ୟାୟିକ ତଦନ୍ତ କରିବା ଏବଂ ୪ସପ୍ତାହ ମଧ୍ୟରେ ବିଧାୟକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଡିଜିପିଙ୍କୁ ନିର୍ଦ୍ଦେଶ ଦେବାକୁ ଅଭିଯୋଗକାରୀ ନିଜ ପିଟିଶନରେ ଉଲ୍ଲେଖ କରିଛନ୍ତି। ଯନ୍ତ୍ରୀଙ୍କୁ ସର୍ବସାଧାରଣରେ ଉଠ୍‌ବସ୍‌ କରିବା ଦ୍ୱାରା ତାଙ୍କର ମାନବିକ ଅଧିକାର କ୍ଷୁଣ୍ଣ ହୋଇଛି। ତେଣୁ ତାଙ୍କୁ ପବ୍ଲିକ୍‌ ହ୍ୟୁମିଲେଶନ୍‌ ଏବଂ ଆଟ୍ରୋସିଟି ଆକ୍ଟ ଅନୁଯାୟୀ ୧୦ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ପିଟିଶନ୍‌କାରୀ ସାହୁ କମିଶନରଙ୍କୁ ନିବେଦନ କରିଛନ୍ତି।
ଉଦ୍ଧାର ପରେ ଯନ୍ତ୍ରୀ ଶବର ପୋଲିସ ଏବଂ ଗଣମାଧ୍ୟମ ଆଗରେ ସବୁ କଥା ବଖାଣିଛନ୍ତି। ସେ କହିଛନ୍ତି ଯେ, ସେହିଦିନ ବିଧାୟକଙ୍କ ଉପସ୍ଥିତିରେ ନିର୍ବାହୀଯନ୍ତ୍ରୀ ତାଙ୍କୁ ଚାପୁଡ଼ା ମାରିଥିଲେ। ବିଧାୟକ ଜୋରଜବରଦସ୍ତି ୫ମିନିଟରେ ଶହେ ଥର ଉଠ୍‌ବସ୍‌ ଲାଗି କହିଥିଲେ। ଉଠବସ୍‌ ନ ହେଲେ ଲୋକେ ପିଟିବେ ବୋଲି କହିଥିଲେ। ବାଧ୍ୟ ହୋଇ ଉଠବସ୍‌ ହୋଇଥିଲି। ଲଜ୍ଜାଜନକ ପରିସ୍ଥିତି ଥିବାରୁ ମୁଁ ସେଦିନ ଚୁପ୍‌ ରହିଥିଲି। ପରେ ବିଧାୟକ ମେହେରଙ୍କ ଦୁଇଜଣ ସମର୍ଥକ ତାଙ୍କୁ ନେଇ ତିଖାଲୀ ପ୍ରୋଜେକ୍ଟ ଅଞ୍ଚଳରେ ରଖିଥିଲେ। ଅନ୍ୟପକ୍ଷେ କନିଷ୍ଠ ଯନ୍ତ୍ରୀଙ୍କୁ ବେଲପଡା ଥାନା ଅଞ୍ଚଳରୁ ଉଦ୍ଧାର କରିଥିବା ପୋଲିସ କହିଛି ା ଏହି ଘଟଣାକୁ ନେଇ ଓଡ଼ିଶା ଡିପ୍ଳୋମା ଇଞ୍ଜିନିୟର ସେବା ସଂଘ ସଭାପତି ସୁଦର୍ଶନ ନାୟକ ଓ ଅନ୍ୟମାନେ କନିଷ୍ଠ ଯନ୍ତ୍ରୀ ଶବରଙ୍କୁ ଭେଟି ଆଲୋଚନା କରିଥିବା ସୂଚନା ମିଳିଛି ା ସୂଚନାଯୋଗ୍ୟ, ଗତ ୫ତାରିଖରେ ବେଲପଡ଼ା ବ୍ଲକ୍‌ର ଗମ୍ଭାରୀ ଗଁା ରାସ୍ତା କାମ ତଦାରଖ କରିଥିଲେ ବିଧାୟକ ମେହେର। କାମ ନିମ୍ନମାନର ହୋଇଥିବା ଅଭିଯୋଗ କରି ସେ କନିଷ୍ଠ ଯନ୍ତ୍ରୀ ଶବରଙ୍କୁ ଉଠବସ୍‌ କରାଇଥିଲେ। ଶବର ନେହୁରା ହୋଇଥିଲେ ମଧ୍ୟ ବିଧାୟକ ତାଙ୍କୁ ଛାଡ଼ି ନ ଥିଲେ। ଏହାର ଭିଡିଓ ଭାଇରାଲ ହୋଇଥିଲା। ଏବେ ଦେଖିବାକୁ ବାକି ରହିଲା ଶାସକ ଦଳର ବିଧାୟକ ମେହେରଙ୍କୁ ପୋଲିସ ଗିରଫ କରୁଛି ନା ଘଣ୍ଟ ଘୋଡ଼ାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri