କନିଷ୍ଠ ଯନ୍ତ୍ରୀ ନିଖୋଜ: ଥାନାରେ ମାମଲା ରୁଜୁ

ଜୟପୁର, ୭।୧(ନି.ପ୍ର): କୋରାପୁଟ ଜିଲା ବୋରିଗୁମ୍ମାରେ କାର୍ଯ୍ୟରତ ଆରଡବ୍ଲୁଏସ୍‌ଏସ୍‌ର ଜଣେ କନିଷ୍ଠ ଯନ୍ତ୍ରୀ ସୋମବାର ନିଖୋଜ ହୋଇଯାଇଛନ୍ତି। ଏହି ଘଟଣାକୁ ନେଇ ଆରଡବ୍ଲୁଏସ୍‌ଏସ ଏସ୍‌ଡିଓ ବିସିଂହପୁର ଥାନାରେ ଏତଲା ଦେଇଛନ୍ତିି। ପୋଲିସ ଏତଲା ପାଇ ଖୋଜାଖୋଜି ଆରମ୍ଭ କରିଛି। ନିଖୋଜ ଥିବା କନିଷ୍ଠ ଯନ୍ତ୍ରୀ ଜଣକ ଭେଙ୍କଟେଶ୍ୱର ରାଓ ବୋଲି ଜଣାପଡ଼ିଛି। ସୂଚନା ମୁତାବକ, ସୋମବାର ଆରଡବ୍ଲୁଏସ୍‌ଏସ୍‌ ବିଭାଗର ଏକ ଗାଡି ଯୋଗେ କିଛି ପ୍ରକଳ୍ପ ଦେଖିବା ପାଇଁ ବୋରିଗୁମ୍ମା ବ୍ଲକର ଏସ୍‌ଡିଓ, ଦୁଇଜଣ ଜେଇ ଏବଂ ଦୁଇଜଣ କଣ୍ଟ୍ରାକ୍ଟର ହରଡ଼ାଗୁଡାକୁ ଯାଇଥିଲେ। ହେଲେ ସେଠାରୁ କନିଷ୍ଠ ଯନ୍ତ୍ରୀ ରାଓ ନିଖୋଜ ହୋଇଯାଇଥିଲେ। ବହୁ ଖୋଜାଖୋଜି କରିବା ପରେ ମଧ୍ୟ ତାଙ୍କ ପତ୍ତା ମିଳି ନ ଥିଲା। ଶେଷରେ ସେ ନିଖୋଜ ଥିବା ନେଇ ଥାନାରେ ମାମଲା ରୁଜୁ କରାଯାଇଥିଲା। ଅନ୍ୟପଟେ ଘଟଣାର ୨୪ ଘଣ୍ଟା ପରେ ବି ରାଓଙ୍କ କୌଣସି ଖୋଜଖବର ମିଳୁନି। ତାଙ୍କ ଫୋନ ମଧ୍ୟ ଲାଗୁନି। ଏ ନେଇ ତାଙ୍କ ସ୍ତ୍ରୀ ବୋରିଗୁମ୍ମା ଏସ୍‌ଡିପିଓ ହରେକୃଷ୍ଣ ମାଝିଙ୍କୁ ଭେଟି ସ୍ବାମୀଙ୍କୁ ଶୀଘ୍ର ଉଦ୍ଧାର କରିବା ପାଇଁ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌

ଭୁବନେଶ୍ୱର,୨୫।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍‌ ପଡିଥିବା ସୂଚନା...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri