କନିଷ୍ଠ ଶିକ୍ଷକଙ୍କୁ ନିୟମିତ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି: ପିଛିଲା ଭାବେ ମିଳିବ ମୋଟାଅଙ୍କର ଦରମା …

ଭୁବନେଶ୍ୱର,୩ା୪ (ସୁଚିସ୍ମିତା ସାହୁ):କନିଷ୍ଠ ଶିକ୍ଷକ (ସ୍କିମାଟିକ୍‌)ଙ୍କୁ ନିୟମିତ କରିବା ପାଇଁ ଗୁରୁବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି କନିଷ୍ଠ ଶିକ୍ଷକମାନେ ସହକାରୀ ଶିକ୍ଷକ ଭାବେ ସମସ୍ତ ସୁବିଧା ସୁଯୋଗ ପାଇବେ। ନିୟମିତ କର୍ମଚାରୀ ଲେଭଲ୍‌-ଭି (ଏ) ଦରମା ପିଛିଲା ଭାବେ ଅର୍ଥାତ୍‌ ଗତ ଜାନୁଆରୀ ୧ରୁ ପାଇବେ। ସେହିପରି ଚାକିରିରେ ଯୋଗଦେବା ଦିନରୁ ସେମାନଙ୍କୁ ନିୟମିତ ଭାବେ ଗଣନା କରାଯିବ। ରାଜ୍ୟ ସରକାରଙ୍କ ଏହି ନିଷ୍ପତ୍ତି ପରେ ରାଜ୍ୟର ପ୍ରାୟ ୧୩ ହଜାରରୁ ଅଧିକ କନିଷ୍ଠ ଶିକ୍ଷକ ଉପକୃତ ହେବେ। ସୂଚନାଯୋଗ୍ୟ, କନିଷ୍ଠ ଶିକ୍ଷକଙ୍କୁ ନିୟମିତ କରିବା ପାଇଁ ପ୍ରାୟ ୬ ମାସ ପୂର୍ବରୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ମାତ୍ର ନିୟମିତ ବିଜ୍ଞପ୍ତି ପ୍ରକାଶ ପାଉ ନ ଥିବାରୁ ଗତ ୨୨ ତାରିଖରେ ହଜାର ହଜାର କନିଷ୍ଠ ଶିକ୍ଷକ ଆନ୍ଦୋଳନକୁ ଓହ୍ଲାଇଥିଲେ। ୨୩ ତାରିଖରେ ସେମାନଙ୍କୁ ନିୟମିତ କରାଯାଉଥିବା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ପ୍ରେସ୍‌ ବିଜ୍ଞପ୍ତି ମାଧ୍ୟମରେ ସୂଚନା ଦିଆଯିବା ପରେ ସେମାନେ ଆନ୍ଦୋଳନରୁ ଓହରିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଜନସାଧାରଣଙ୍କ ପାଇଁ ଖରାପ ଖବର: ସାବୁନ ଠାରୁ ତେଲ ପର୍ଯ୍ୟନ୍ତ ସବୁକିଛି ହେବ ମହଙ୍ଗା! ଜାଣନ୍ତୁ କେତେ ବୃଦ୍ଧି ପାଇବ…

ନୂଆଦିଲ୍ଲୀ,୩।୪: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଯୋଗୁ ଆର୍ଥିକ ଚାପ ବୃଦ୍ଧି ପାଇଛି ଏବଂ ମୁଦ୍ରାସ୍ଫୀତି ଏହାର ପ୍ରଭାବ ପକାଇବା ଆରମ୍ଭ…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ଅଭିଷେକ ଶର୍ମାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଲା ବିସିସିଆଇ, ଜାଣନ୍ତୁ କାହିଁକି ମିଳିଲା ଦଣ୍ଡ

ନୂଆଦିଲ୍ଲୀ,୩।୪: କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ଗୁରୁବାର ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ଏହି ଇନିଂସରେ ସେ ମାତ୍ର ୨୧ ବଲ…

ନକଲି CID ଅଧିକାରୀ ଗିରଫ: ଶିକ୍ଷାନୁଷ୍ଠାନ, ବ୍ୟବସାୟୀଙ୍କୁ କରୁଥିଲେ ଟାର୍ଗେଟ

ଭୁବନେଶ୍ୱର,୩।୪: ରାଜଧାନୀର ଚନ୍ଦ୍ରଶେଖରପୁର ଥାନା ପୋଲିସକୁ ଶୁକ୍ରବାର ଏକ ସଫଳତା ମିଳିଛି। ଚନ୍ଦ୍ରଶେଖରପୁର ଥାନା ପୋଲିସ ଟିମ୍‌ ୮ଜଣ ନକଲି CID ଅଧିକାରୀଙ୍କୁ ଧରି ପଚରାଉଚରା କରୁଛି।…

ଆମେରିକା ନିକଟରେ ମୁଣ୍ଡ ନୁଆଁଇବାକୁ ସିଧା ମନା କଲା ଇରାନ

ତେହରାନ,୩।୪: ମଧ୍ୟପ୍ରାଚ୍ୟ ଗତ ୩୪ ଦିନ ଧରି ଯୁଦ୍ଧର ନିଆଁରେ ବୁଡ଼ି ରହିଛି। ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ସତ୍ତ୍ୱେ, ଇରାନ ଅଟଳ ରହିଛି ଏବଂ ଏହି…

LSG ମାଲିକ ସଞ୍ଜିବ ଗୋଏଙ୍କାଙ୍କ ଉପରେ ରାଗିଲେ ଲଳିତ ମୋଦି; ପନ୍ତଙ୍କୁ କଲେ ସମର୍ଥନ

ନୂଆଦିଲ୍ଲୀ,୩।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ପରାଜୟ ପରେ, ଲକ୍ଷ୍ନୌ ସୁପର ଜାଏଣ୍ଟସ ମାଲିକ ସଞ୍ଜିବ ଗୋଏଙ୍କା, ଅଧିନାୟକ ରିଷଭ ପନ୍ତ ଏବଂ ମୁଖ୍ୟ ପ୍ରଶିକ୍ଷକ ଜଷ୍ଟିନ ଲାଙ୍ଗରଙ୍କ…

ସ୍ବାମୀଙ୍କୁ ନେଇ ଏମିତି କହିଦେଲେ ଆଲିଆ

ବଲିଉଡ୍‌ ଅଭିନେତା ରଣବୀର କପୁର ଆଜିକାଲି ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ତାଙ୍କ ଆଗାମୀ ଚଳଚ୍ଚିତ୍ର ‘ରାମାୟଣ’ରେ ଭଗବାନ ରାମଙ୍କ ପ୍ରଥମ ଝଲକ ରିଲିଜ୍‌ ହୋଇଛି। ଦର୍ଶକ ରଣବୀରଙ୍କୁ…

ଟ୍ରେନ୍‌ ଟ୍ରାକ୍‌ରେ ପଡ଼ିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ, ହାତରେ ଲେଖା ଅଛି ଏମିତି, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର,୩ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଖୁଜେନପାଲି ରେଳ ଫାଟକ ନିକଟରେ ଜଣେ ଯୁବତୀଙ୍କ କ୍ଷତାକ୍ତ ଅବସ୍ଥାରେ ମୃତଦେହ ପଡ଼ିଥିବା ଶୁକ୍ରବାର ଦେଖାଯାଇଛି। ମୃତ ଯୁବତୀଙ୍କ ପରିଚୟ ମିଳିଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri