କନ୍ଦରପୁର ବଜାର କମିଟି ସଭାପତିଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଥାନା ଘେରାଉ

କଟକ ସଦର,୧୬।୫(ଡି.ଏନ୍‌.ଏ.): କମିଶନରେଟ ପୋଲିସ ବ୍ୟବସ୍ଥା ଅନ୍ତର୍ଗତ କନ୍ଦରପୁର ବଜାର କମିଟି ସଭାପତି ସ୍ମୃତି ରଞ୍ଜନ ପ୍ରଧାନ(୪୩)ଙ୍କୁ ମଙ୍ଗଳବାର ରାତିରେ ମରଣାନ୍ତକ ଆକ୍ରମଣ କରାଯାଇଥିଲା। ଘଟଣାରେ ସମ୍ପୃକ୍ତ ଥିବା ସମସ୍ତ ୮ ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଗୁରୁବାର ବଜାର କମିଟି ପକ୍ଷରୁ କନ୍ଦରପୁର ଥାନା ଘେରାଉ କରାଯାଇଛି। ପ୍ରାୟ ୧ ଘଣ୍ଟା ଧରି ଥାନାକୁ ଘେରାଉ କରାଯିବା ପରେ ଆନ୍ଦୋଳନକାରୀମାନେ ଥାନାଧିକାରୀ ସତ୍ୟଜିତ ଦାସଙ୍କ ସହ ଆଲୋଚନା କରିଥିଲେ। ପୋଲିସ ପୂର୍ବରୁ ୩ ଜଣଙ୍କୁ ଗିରଫ କରିଥିବା ବେଳେ ଅନ୍ୟ ୫ଜଣଙ୍କୁ ଶୀଘ୍ର ଗିରଫ କରାଯିବ ବୋଲି ଥାନାଧିକାରୀ ଦାସ ପ୍ରତିଶ୍ରୁତି ଦେବା ପରେ ଘେରାଉ ପ୍ରତ୍ୟାହତ ହୋଇଥିଲା। ବଜାର କମିଟିର ହୃଦାନନ୍ଦ ପ୍ରଧାନ, ଜଟାଧାରୀ ସାହୁ, କାଳନ୍ଦୀ ସ୍ବାଇଁ, ପ୍ରମୋଦ ରାଉତ, ଶିବ ପ୍ରସାଦ ମହାପାତ୍ର, ନିରଞ୍ଜନ ସାହୁ ପ୍ରମୁଖ ଘେରାଉର ନେତୃତ୍ୱ ନେଇଥିଲେ।

ସୂଚନାଯୋଗ୍ୟ, ଏକ ଫାଷ୍ଟ ଫୁଡ୍‌ ଦୋକାନରେ ବଚସାକୁ ନେଇ କମାପୁର ଗ୍ରାମର କିଛି ଯୁବକ ଅତର୍କିତ ଭାବେ ସଭାପତି ପ୍ରଧାନଙ୍କ ଉପରେ ଆକ୍ରମଣ କରିଥିଲେ। ଏଥିରେ ତାଙ୍କର ମୁଣ୍ଡ ଫାଟି ଯାଇଥିଲା। ଏ ନେଇ ୫୩/୧୯ରେ ମାମଲା ରୁଜୁ ହୋଇଛି। ଘଟଣାରେ ପୋଲିସ ପୂର୍ବରୁ ୩ ଅଭିଯୁକ୍ତ କମାପୁର ଗ୍ରାମର କାର୍ତ୍ତିକ ରାଉତ(୫୫), ଗାଲୁପାତ୍ର(୪୦), ବାବୁଲି ରାଉତ(୧୯)ଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଦିନରେ ନିଆଁ ବର୍ଷା, ଅପରାହ୍ନରେ ମାଡ଼ି ଆସୁଛି କାଳବୈଶାଖୀ, ଆଜି ୩ ଜିଲାରେ ହେବ…

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେବ ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଏପରିକି ଦିନରେ ନିଆଁ ବର୍ଷା ହେଉଥିବାବେଳେ ଅପରାହ୍ନରେ ମାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri