କନ୍ଦାଇଲା ବିଦାୟ ବେଳା

ଢେଙ୍କାନାଳ ଅଫିସ, ୭।୬ – ସମ୍ପର୍କ ଦିନ କେଇଟାର। ହାତଗଣତି ଭିତରେ ସମସ୍ତେ ବାନ୍ଧି ହୋଇଯାଇଥିଲେ ସମ୍ପର୍କ ଦଉଡ଼ିରେ। ଆଉ ଯେତେବେଳେ ଅତିଆପଣାର ସମ୍ପର୍କକୁ ବିଦାୟ ଦେବାର ବେଳଆସିଲା, ସେତେବେଳେ ଆଖିରୁ ଆପଣାଛାଏ ଝରିପଡ଼ିଲା ଲୁହ। ଶନିବାର ଏମିତି ଏକ ଭାବବିହ୍ବଳ ପରିବେଶ ଦେଖିବାକୁ ମିଳିଥିଲା ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ପୋରୁହଖୋଜ ପଞ୍ଚାୟତର ମହିଳାଙ୍କ ପାଇଁ ଉଦ୍ଦିଷ୍ଟ ସଙ୍ଗରୋଧ କେନ୍ଦ୍ରରେ। ସଙ୍ଗରୋଧ ଅବଧି ସରିବା ପରେ ୧୩ଜଣ ପ୍ରବାସୀ ଶନିବାର ଏଠାରୁ ଘରକୁ ବାହୁଡ଼ିଛନ୍ତି। ସରପଞ୍ଚ ଶୁଭଦର୍ଶିନୀ ପରିଡ଼ା ସମସ୍ତଙ୍କୁ ଆମ୍ବଗଛ ଚାରା, ଚକୋଲେଟ୍‌ ଦେଇ ବିଦାୟ ଦେଇଥିଲେ।
ଏ ନେଇ ସରପଞ୍ଚ କୁହନ୍ତି, ପଞ୍ଚାୟତର ସଙ୍ଗରୋଧ କେନ୍ଦ୍ର କେବଳ ମହିଳାଙ୍କ ଲାଗି ଉଦ୍ଦିଷ୍ଟ। ପ୍ରବାସୀମାନେ ୧୦ଦିନ କ୍ୱାରାଣ୍ଟାଇନ୍‌ ଅବଧି ପୂରଣ କରିଛନ୍ତି। ସ୍ବାବ୍‌ ପରୀକ୍ଷା ରିପୋର୍ଟ ନେଗେଟିଭ୍‌ ଆସିବା ପରେ ସେମାନଙ୍କୁ ଘରକୁ ଛଡ଼ାଯାଇଛି। ଯିବା ବେଳକୁ ସେମାନଙ୍କୁ ଗଛ ଲଗାଇବାକୁ ଉତ୍ସାହିତ କରାଇ ଚାରା ଦିଆଯାଇଛି। ସରକାରୀ ନିର୍ଦ୍ଦେଶ ଅନୁଯାୟୀ ଆଉ ୭ଦିନ ହୋମ୍‌ କ୍ୱାରାଣ୍ଟାଇନରେ ରହିବାକୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ଦଶମ ଶ୍ରେଣୀ ନାବାଳିକାଙ୍କୁ ଅପହରଣ କରି କରିଥିଲେ ବଳାତ୍କାର, ମୋବାଇଲ୍‌ ଟ୍ରାକିଂ କରି ଅଭିଯୁକ୍ତଙ୍କୁ ମାଡ଼ି ବସିଲା…

ଦିଗପହଣ୍ଡି, ୪।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ଏକ ଗ୍ରାମର ଜଣେ ୧୫ ବର୍ଷୀୟା ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ବରଗଡ଼ରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ, ଖଡ଼ି ଛୁଆଁଇଲେ ଜିଲାପାଳ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ)- ଚଳିତ ଶିକ୍ଷାବର୍ଷରେ ନୂତନ ଛାତ୍ରୀଛାତ୍ରମାନଙ୍କ ନାମଲେଖା ଓ ଖଡ଼ିଛୁଆଁ ପାଇଁ ଶନିବାର ଜିଲାସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri