କନ୍ଧନୟାଗଡ଼ରେ ପାଇଖାନା ଦୁର୍ନୀତିର ତଦନ୍ତ; ପ୍ରାରମ୍ଭରୁ ଦୁର୍ନୀତି ଚାପିବାକୁ ପ୍ରୟାସ, ଫସର ଫାଟିଲା ଜିଲାପାଳଙ୍କ ନିର୍ଦ୍ଦେଶ

ରଣପୁର,୭ା୧୧(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ବ୍ଲକ କନ୍ଧନୟାଗଡ ପଞ୍ଚାୟତରେ ସ୍ବଚ୍ଛ ଭାରତ ମିଶନରେ ନିର୍ମାଣ ହେଉଥିବା ପାଇଖାନା ଦୁର୍ନୀତିର ବୁଧବାର ତଦନ୍ତ ହୋଇଛି । ବ୍ଲକ କନିଷ୍ଠ ଯନ୍ତ୍ରୀ ରବୀନ୍ଦ୍ର ନାଥ ସାହୁଙ୍କ ନେତୃତ୍ୱରେ ଏକ ୬ଜଣିଆ ଟିମ୍‌ ତଦନ୍ତ କରି ଫେରିଛନ୍ତି। ତେବେ ଟିମ୍‌ରେ ୪ ଜଣ ଦୁର୍ନୀତିଗ୍ରସ୍ତ କର୍ମଚାରୀ ସାମିଲ ଥିବାରୁ ତଦନ୍ତର ସ୍ବଚ୍ଛତା ନେଇ ଉଠିଛି ପ୍ରଶ୍ନ। ଯେଉଁମାନେ ଦୁର୍ନୀତିରେ ସମ୍ପୃକ୍ତ ଅଛନ୍ତି ସେମାନେ ତଦନ୍ତ ଦାୟିତ୍ୱରେ ଥିବାରୁ ପ୍ରାରମ୍ଭରୁ ଦୁର୍ନୀତି ଚାପିବାକୁ ପ୍ରୟାସ ଆରମ୍ଭ ହୋଇଛି। ଫଳରେ ଜିଲାପାଳ ଯେଉଁ ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ ତାହା ଫସର ଫାଟିଥିବା ଏଠାରେ ଆଲୋଚନା ହେଉଛି ।
ଅଭିଯୋଗ ଅନୁସାରେ ସ୍ବଚ୍ଛ ଭାରତ ମିଶନରେ ନିର୍ମାଣ ହେଉଥିବା ପାଇଖାନାରେ ୧୨ ହଜାର ଅନୁଦାନ ମିଳୁଛି । ତେବେ ଏଥିପାଇଁ ୩ରୁ ୪ହଜାର ଲାଞ୍ଚ ଦେବାକୁ ପଡୁଛି । ୩ରୁ ୪ ହଜାର ପିସି ଦେଇଥିବା ହିତାଧିକାରୀ ବିଲ୍‌ ପାଇ ସାରିଲେଣି । ଯେଉଁମାନେ ପିସି ଦେଉ ନାହାନ୍ତି ସେମାନେ ପାଇଖାନା ନିର୍ମାଣ ପରେ ବି ସରକାରୀ ଅନୁଦାନ ପାଉ ନାହାନ୍ତି। କନ୍ଧନୟାଗଡରେ ପ୍ରାୟ ୧୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହରିଲୁଟ୍‌ ହୋଇ ସାରିଲାଣି । ଏହାର ତଦନ୍ତ ପାଇଁ ସ୍ଥାନୀୟ ଲୋକେ ରଣପୁର ବିଡିଓ, ଜିଲାପାଳଙ୍କୁ ଅବଗତ କରିଥିଲେ। ଅଭିଯୋଗ ପରେ ପାାଇଖାନାରେ ପିସି କାରବାରକୁ ସରପଞ୍ଚ ସ୍ବୀକାର କରି ବ୍ଲକ ଦୁଇ ହଜାର ଟଙ୍କା ନେଉଥିବା କହିଥିଲେ । ସରପଞ୍ଚଙ୍କ ପିସି ସ୍ବୀକାର ସମ୍ପର୍କରେ ଜିଲାପାଳଙ୍କୁ ପଚାରିବାରୁ ସେ ଉଚ୍ଚସ୍ତରୀୟ ତଦନ୍ତ କରାଯାଇ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଥିଲେ। ତେବେ ଦୁର୍ନୀତିରେ ସମ୍ପୃକ୍ତ ଥିବା କର୍ମଚାରୀ ତଦନ୍ତ ଦାୟିତ୍ୱ ନେଇଥିବାରୁ ଅଭିଯୋଗକାରୀ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ସୂଚନାଯୋଗ୍ୟ କନ୍ଧନୟାଗଡ଼ରେ ପାଇଖାନା ଦୁର୍ନୀତି ଶୀର୍ଷକରେ ଗତ ୫ ତାରିଖରେ ଧରିତ୍ରୀରେ ଖବର ପ୍ରକାଶ ପାଇଥିଲା। ଏହା ପରେ ଜିଲାପାଳଙ୍କ ନିର୍ଦ୍ଦେଶରେ ବିଡିଓ ୬ଜଣିଆ କମିଟି ଗଠନ କରିବ ତଦନ୍ତ କରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri