କନ୍ଧମାଳରେ ଆକ୍ରାନ୍ତ ସଂଖ୍ୟା ୨୫ ଛୁଇଁଲା

ଫୁଲବାଣୀ ଅଫିସ, ୬|୬ – କନ୍ଧମାଳ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଛି। ଗୁରୁବାର ସୁଦ୍ଧା ଜିଲାରେ ୨୨ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଶୁକ୍ରବାର ଆଉ ୩ ଜଣଙ୍କ ସ୍ବାବ୍‌ ନମୁନା ପଜିଟିଭ୍‌ ଆସିଥିବା ଜିଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ଏମାନଙ୍କୁ ମିଶାଇରେ ଜିଲାରେ ଏବେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୫ରେ ପହଞ୍ଚିଛି। ଅନ୍ୟପକ୍ଷରେ ଶୁକ୍ରବାର ଗୋଟିଏ ଦିନରେ ୭ ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ଜିଲାରେ ୧୩ ଜଣ ସୁସ୍ଥ ହୋଇଥିବା ବେଳେ ବାକି ୧୨ ଜଣ ଚିକିତ୍ସାଧୀନ ଅଛନ୍ତି। ସୂଚନାଯୋଗ୍ୟ, ଶୁକ୍ରବାର ଚିହ୍ନଟ ହୋଇଥିବା ୩ ସଂକ୍ରମିତଙ୍କ ମଧ୍ୟରେ ଜଣେ ପୁରୁଷ ଏବଂ ଦୁଇ ଜଣ ମହିଳା। ପୁରୁଷ ଜଣକ ତେଲଙ୍ଗାନାରୁ ଏବଂ ମହିଳାଦ୍ୱୟ ତାମିଲନାଡୁରୁ ଫେରି କ୍ୱାରାଣ୍ଟାଇନରେ ରହିଥିଲେ । ତେଣୁ କେହି ଭୟଭୀତ ହେବାର ଆଶଂକା ନାହିଁ । ସମସ୍ତଙ୍କୁ ଜିଲା କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।