କନ୍ଧମାଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩: ଦିନକରେ ୭ ଚିହ୍ନଟ, ଜଣଙ୍କୁ ନେଇ ଚିନ୍ତା

ଫୁଲବାଣୀ ଅଫିସ, ୨୭ା୫-କନ୍ଧମାଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ଗୋଟିଏ ଦିନରେ ୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କୁ ମିଶାଇ ଜିଲାରେ ଏବେ ଆକ୍ରାନ୍ତଙ୍କ ସଂଖ୍ୟା ୧୩ରେ ପହଞ୍ଚିଛି। ଚିହ୍ନଟ ୭ଜଣଙ୍କ ମଧ୍ୟରୁ ୬ ଜଣ ତାମିଲନାଡୁ ଫେରନ୍ତା। ସେମାନେ ଫିରିଙ୍ଗିଆ ବ୍ଲକ ରତଙ୍ଗସ୍ଥିତ ଅସ୍ଥାୟୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଥିଲେ। ଅନ୍ୟ ଜଣକ ଉକ୍ତ ଅସ୍ଥାୟୀ କେନ୍ଦ୍ରର ସ୍ବେଚ୍ଛାସେବୀ। ସେ ବାହାରେ ବୁଲାବୁଲି କରିଥିବା ଜଣାପଡ଼ିବା ପରେ ପ୍ରଶାସନର ଚିନ୍ତା ବଢ଼ିଛି। ବିଡିଓଙ୍କ ନେତୃତ୍ୱରେ ମେଡିକାଲ ଟିମ୍‌ ଗଠନ କରାଯାଇ ଆଖପାଖ ଗ୍ରାମରେ ଲୋକଙ୍କୁ ସେହି ଆକ୍ରାନ୍ତଙ୍କ ଯାତାୟାତ ବିଷୟରେ ପଚରାଉଚରା କରାଯାଉଛି।
ଜିଲା ପ୍ରଶାସନ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ସଂକ୍ରମିତ ୬ ଜଣ ପୂର୍ବ ସଂକ୍ରମିତ ୨ଜଣଙ୍କ ସଂସ୍ପର୍ଶରେ ଆସିଛନ୍ତି। ସମସ୍ତ ସଂକ୍ରମିତ ପୁରୁଷ। ସେମାନଙ୍କ ମଧ୍ୟରୁ ୨ ଜଣ ୨୬ ବର୍ଷର, ଅନ୍ୟମାନେ ୩୮, ୩୪, ୨୮, ୨୩ ଓ ଜଣେ ୧୬ ବର୍ଷର। ସମସ୍ତଙ୍କୁ ଚିକିତ୍ସା ପାଇଁ ଭୁବନେଶ୍ୱର ପଠାଯାଇଛି। ସମ୍ପୃକ୍ତ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରକୁ ସିଲ୍‌ କରାଯିବା ସହ ତାହାକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି। ସୂଚନାଯୋଗ୍ୟ, ମଙ୍ଗଳବାର ସୁଦ୍ଧା ଦେଶର ୧୭ ରାଜ୍ୟରୁ ମୋଟ ୨୮୭୬ ଜଣ ପ୍ରବାସୀ ଜିଲାକୁ ଫେରିଛନ୍ତି। ସେମାନଙ୍କ ମଧ୍ୟରୁ ୫୨୯ ଜଣଙ୍କ ରିପୋର୍ଟ ନେଗେଟିଭ୍‌ ଆସିବାରୁ ହୋମ୍‌ କ୍ୱାରାଣ୍ଟାଇନ୍‌ ପାଇଁ ଘରକୁ ପଠାଇ ଦିଆଯାଇଛି। ଅନ୍ୟ ୨୩୪୭ ଜଣ ଜିଲାର ୪୮ଟି ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅଛନ୍ତି। ପରୀକ୍ଷା ପାଇଁ ଅଦ୍ୟାବଧି ପଠାଯାଇଥିବା ୧୪୫୯ ନମୂନା ମଧ୍ୟରୁ ମଙ୍ଗଳବାର ସୁଦ୍ଧା ୧୩୨୯ଟି ନମୁନାର ରିପୋର୍ଟ ଆସିଛି। ସେଥିମଧ୍ୟରୁ ୧୩ଟି ପଜିଟିଭ୍‌ ଥିବାବେଳେ ୧୩୧୬ ନେଗେଟିଭ୍‌ ବୋଲି ସ୍ବାସ୍ଥ୍ୟ ବିଭାଗ ସୂତ୍ରରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?