କନ୍ଧମାଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୨: ଗୋଟିଏ ଦିନରେ ୯ ସଂକ୍ରମିତ

ଫୁଲବାଣୀ ଅଫିସ, ୧ା୬-କନ୍ଧମାଳ ଜିଲା ଫୁଲବାଣୀ କୋଭିଡ୍‌ ହସ୍ପିଟାଲରେ ଦୁଇ ଦିନ ପୂର୍ବରୁ ଭର୍ତ୍ତି ହୋଇଥିବା ସମସ୍ତ ୯ ଜଣ କରୋନା ଚିହ୍ନଟ ହୋଇଛନ୍ତିି। ସେମାନଙ୍କ ସ୍ବାବ୍‌ ନମୁନା ପଜିଟିଭ ଆସିଥିବା ସୋମବାର ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ା ସେମାନଙ୍କ ମଧ୍ୟରୁ ୮ ତାମିଲନାଡୁରୁ ଏବଂ ଅନ୍ୟ ଜଣକ ଦିଲ୍ଲୀରୁ ଫେରିଥିଲେ। ସମସ୍ତଙ୍କୁ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ରଖାଯାଇଥିଲା। ସମସ୍ତ ପୁରୁଷ, ସେମାନଙ୍କ ବୟସ ୧୭ ରୁ ୩୧ ମଧ୍ୟରେ ରହିଛି ା ଏହି ୯ ଜଣଙ୍କୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୨ରେ ପହଞ୍ଚିଛି ା ସେମାନଙ୍କ ମଧ୍ୟରୁ ୩ ସୁସ୍ଥ ହୋଇ ଫେରିଥିବା ବେଳେ ଅନ୍ୟ ୧୯ ଜଣ ଚିକିତ୍ସାଧୀନ ଅଛନ୍ତିି। ରବିବାର ସୁଦ୍ଧା ଜିଲାକୁ ଫେରିଥିବା ୪୦୮୬ ପ୍ରବାସୀଙ୍କ ମଧ୍ୟରୁ ୧୧୬୬ ଜଣ କ୍ୱାରାଣ୍ଟାଇନ୍‌ ଅବଧି ଶେଷ କରିବା ପରେ ସେମାନଙ୍କୁ ଘରକୁ ପଠାଇ ଦିଆଯାଇଛି। ଅନ୍ୟ ୨୯୨୦ ଜଣଙ୍କୁ ଜିଲାର ବିଭିନ୍ନ ସ୍ଥାନରେ ଖୋଲା ଯାଇଥିବା ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ରଖାଯାଇଛି। ସ୍ବାବ୍‌ ପରୀକ୍ଷା ପାଇଁ ଅଦ୍ୟାବଧି ପଠା ଯାଇଥିବା ୧୬୨୩ ନମୂନା ମଧ୍ୟରୁ ରବିବାର ସୁଦ୍ଧା ୧୪୦୩ ରିପୋର୍ଟ ହସ୍ତଗତ ହୋଇଛି। ସେଥିମଧ୍ୟରୁ ୨୨ଜଣ ପଜିଟିଭ୍‌ ଥିବା ବେଳେ ୧୩୮୧ ନେଗେଟିଭ୍‌ ବୋଲି ସ୍ବାସ୍ଥ୍ୟ ବିଭାଗ ପ୍ରକାଶ କରିଛି ା


Enter your email to get our daily news in your inbox.

All Right Reserved By Dharitri.Com

ଓ୍ବାରେଣ୍ଟ ବଳରେ ୭ ଜଣଙ୍କୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡ଼ି,୨୪ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଦୀର୍ଘଦିନ ଧରି ବିଭିନ୍ନ ମାମଲାରେ ଫେରାର ଥିବା ୭ ଜଣଙ୍କୁ ପୋଲିସ ଗିରଫ...

ନାବାଳିକାଙ୍କୁ ଗର୍ଭବତୀ କରି ଫେରାର ଥିଲେ ବିବାହିତ ଯୁବକ, ଭୁବନେଶ୍ୱରରୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡ଼ି,୨୨ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ପ୍ରଥମେ ପ୍ରେମ ଓ ପରେ ଶାରୀରିକ ସମ୍ପର୍କ...

ଉପେନ୍ଦ୍ରଙ୍କ ଦିନରେ ନୁହେଁ, ରାତିରେ ଜମୁଛି ପ୍ରଚାର

ବାଲିଗୁଡା,୨୧।୦୪: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଭିନ୍ନ ରାଜନୈତିକ ଦଳ ନିଜ ନିଜ ପ୍ରାର୍ଥୀ ଘୋଷଣା କରିଛନ୍ତି। ଏବେ...

ମାମୁ-ଭଣଜା ଗୋଷ୍ଠୀ ସଂଘର୍ଷ: ୬ ଗୁରୁତର

ବାଲିଗୁଡ଼ା,୨୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାରେ ଶନିବାର ବିଳମ୍ବିତ ରାତିରେ ଜାଗାବାଡ଼ିକୁ ନେଇ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ସଂଘର୍ଷ ହୋଇଛି । ଗୋଟିଏ ଗୋଷ୍ଠୀ...

ପକାରି ବନାଞ୍ଚଳରେ ନିଆଁ

ଦାରିଙ୍ଗବାଡି, ୨୦ା୪ (ଅରୁଣ ସାହୁ):ଏବେ ସାରା ରାଜ୍ୟରେ ତାପମାତ୍ରା ବିଭିନ୍ନ ଜିଲାରେ ୪୪ ଡିଗ୍ରୀ ଛୁଇଁଲାଣି। କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦାରିଙ୍ଗବାଡିରେ ମଧ୍ୟ ତାପମାତ୍ରା...

ବିଜେଡିର ବଢୁଛି ବଳ: ଦଳରେ ସାମିଲ ହେଲେ ଅନେକ କଂଗ୍ରେସ-ଭାଜପା କର୍ମୀ

ଦାରିଙ୍ଗବାଡି, ୧୮।୪ (ଅରୁଣ ସାହୁ): ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀରେ ବିଜେଡି ଦଳର ଦିନକୁ ଦିନ ବଳ ବୃଦ୍ଧି ହେବାରେ ଲାଗିଛି। ଗତ ସପ୍ତାହରେ ଦାରିଙ୍ଗବାଡିଠାରେ...

ନାହିଁ ମୌଳିକ ସୁବିଧା, ଭୋଟ ବର୍ଜନ କରିବେ ୬୦ ପରିବାର

ବାଲିଗୁଡା ,୧୮/୦୪:(ସଞ୍ଜୟ କୁମାର ପାଣିଗ୍ରାହୀ ): ନିର୍ବାଚନ ସମୟରେ ରାଜନୈତିକ ଦଳମାନେ ଲୋକଙ୍କ ନିକଟରେ କିଭଳି ମୌଳିକ ସୁବିଧା ହାତ ପାହନ୍ତାରେ ଉପଲବ୍ଧ ହେବ ସେଥି...

ଭବ୍ୟ ଶୋଭାଯାତ୍ରା, ଜୟ ଶ୍ରୀରାମ ଧ୍ୱନୀରେ ପ୍ରକମ୍ପିତ ହେଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡି, ୧୭।୪ (ଅରୁଣ ସାହୁ)- କନ୍ଧମାଳ ଜିଲା ଦାରିଙ୍ଗବାଡିରେ ବେଶ ଧୁମ୍‌ଧାମରେ ଶ୍ରୀରାମ ନବମୀ ପାଳନ କରାଯାଇଛି। ଏହି ଅବସରରେ ସାମୁହିକ ଭାବେ ହନୁମାନ ଚାଳିଶା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri