କନ୍ଧମାଳରେ ଲାଗୁ ହେଲା ୧୪୪ ଧାରା

ଫୁଲବାଣୀ ଅଫିସ, ୧୮ା୩ – ପ୍ରାଣଘାତୀ କରୋନା ଭୂତାଣୁ ଚାରିଆଡ଼େ ଆତଙ୍କ ଖେଳାଇଛି। ଏହାର ମୁକାବିଲା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଇଥିବା ବେଳେ କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ ମଧ୍ୟ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ମଙ୍ଗଳବାର ଜିଲାପାଳ ତଥା ଜିଲା ମାଜିଷ୍ଟ୍ରେଟ୍‌ ଡା.ବୃନ୍ଦା ଡି. ଏକ ବୈଠକ ଡାକି ଜିଲାରେ ୧୪୪ ଧାରା ଜାରି କରିଛନ୍ତି। ଏହି ଧାରା ଅନୁସାରେ ସମସ୍ତ ନିୟମ ପାଳନ କରିବାକୁ କୁହାଯାଇଛି।
ସାପ୍ତାହିକ ହାଟ, ନିଜ ଘର ବା ପରିବାର ବ୍ୟତୀତ ଅନ୍ୟ କୌଣସି ସ୍ଥାନରେ ୫ ଜଣରୁ ଅଧିକ ଏକତ୍ରିତ ହୋଇ ପାରିବେନାହିଁ। ଏହି ସମୟରେ ଯାନିଯାତ୍ରା, ଦଣ୍ଡନାଚ, ଅପେରା, ବିବାହ, ବ୍ରତ ଆଦି କାର୍ଯ୍ୟ ହେବନାହିଁ। କଲ୍ୟାଣ ମଣ୍ଡପରେ ଜନସମାଗମ ହେବା ଭଳି କୌଣସି କାର୍ଯ୍ୟ କରାଯିବ ନାହିଁ। ସେହିପରି ରାଲି, ଆନ୍ଦୋଳନ ବନ୍ଦ ରହିବ। ସମସ୍ତ ହୋଟେଲ ଯେଉଁଠି ଲୋକେ ରହୁଛନ୍ତି, ସେଠାରେ ହ୍ୟାଣ୍ଡ ୱାଶ୍‌, ସାନିଟାଇଜର ଓ ପୃଥକୀକରଣ କକ୍ଷ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏସ୍‌ପି, ଉପଖଣ୍ଡସ୍ତରୀୟ ମାଜିଷ୍ଟ୍ରେଟ, ଆଇଆଇସି ନିଜ ଅଞ୍ଚଳରେ ନଜର ରଖିବେ। ଯେଉଁମାନେ ୧୪୪ ଧାରାର ଆଦେଶକୁ ଉଲ୍ଲଂଘନ କରିବେ ସେମାନଙ୍କ ବିରୋଧରେ ଆଇନ ଅନୁସାରେ ଅଭିଯୋଗ ଦାଖଲ କରାଯିବ। କେହି କୌଣସି ଗୁଜବ ସୃଷ୍ଟି କରି ପାରିବେ ନାହିଁ। ଏହି ଆଦେଶକୁ କୋର୍ଟ ରବ୍ଦ ନ କରିବା ପର୍ଯ୍ୟନ୍ତ ବଳବତ୍ତର ରହିବ ବୋଲି କୁହାଯାଇଛି। ଖବରଦାତା ସମ୍ମିଳନୀରେ ଅତିରିକ୍ତ ଜିଲାପାଳ ବସନ୍ତ କୁମାର ସାହୁ, ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡ. ରାଜଶ୍ରୀ ପଟ୍ଟନାୟକ ଓ ଆଇଏଏସ୍‌ ପ୍ରୋବେଶନର ଡା. ଶୁଭଙ୍କର ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିର ବଢୁଛି ବଳ: ଦଳରେ ସାମିଲ ହେଲେ ଅନେକ କଂଗ୍ରେସ-ଭାଜପା କର୍ମୀ

ଦାରିଙ୍ଗବାଡି, ୧୮।୪ (ଅରୁଣ ସାହୁ): ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀରେ ବିଜେଡି ଦଳର ଦିନକୁ ଦିନ ବଳ ବୃଦ୍ଧି ହେବାରେ ଲାଗିଛି। ଗତ ସପ୍ତାହରେ ଦାରିଙ୍ଗବାଡିଠାରେ...

ନାହିଁ ମୌଳିକ ସୁବିଧା, ଭୋଟ ବର୍ଜନ କରିବେ ୬୦ ପରିବାର

ବାଲିଗୁଡା ,୧୮/୦୪:(ସଞ୍ଜୟ କୁମାର ପାଣିଗ୍ରାହୀ ): ନିର୍ବାଚନ ସମୟରେ ରାଜନୈତିକ ଦଳମାନେ ଲୋକଙ୍କ ନିକଟରେ କିଭଳି ମୌଳିକ ସୁବିଧା ହାତ ପାହନ୍ତାରେ ଉପଲବ୍ଧ ହେବ ସେଥି...

ଭବ୍ୟ ଶୋଭାଯାତ୍ରା, ଜୟ ଶ୍ରୀରାମ ଧ୍ୱନୀରେ ପ୍ରକମ୍ପିତ ହେଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡି, ୧୭।୪ (ଅରୁଣ ସାହୁ)- କନ୍ଧମାଳ ଜିଲା ଦାରିଙ୍ଗବାଡିରେ ବେଶ ଧୁମ୍‌ଧାମରେ ଶ୍ରୀରାମ ନବମୀ ପାଳନ କରାଯାଇଛି। ଏହି ଅବସରରେ ସାମୁହିକ ଭାବେ ହନୁମାନ ଚାଳିଶା...

ବାଲିଗୁଡା ବିଧାନସଭା ନିର୍ବାଚନ: କିଏ ମାରିବ ବାଜି, ତିନି ପ୍ରମୁଖ ଦଳର ପ୍ରାର୍ଥୀ ଘୋଷଣା ପରେ ରଣକୌଶଳ ଆରମ୍ଭ

ବାଲିଗୁଡା,୧୫।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ତିନି ପ୍ରମୁଖ ଦଳ ନିଜ ନିଜର ପ୍ରାର୍ଥୀଙ୍କ ନାମ ଘୋଷଣା କରିସାରିଛନ୍ତି। କଂଗ୍ରେସ...

ସରିଲା ୧୩ ଦିନିଆ ଦଣ୍ଡଯାତ୍ରା

ବାଲିଗୁଡା,୧୩ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ତଥା ଏହାର ଆଖପାଖ ଅଞ୍ଚଳରେ ଚଳିତ ମାସ ୧ ତାରିଖଠାରୁ ଆରମ୍ଭ ହୋଇଥିବା ୧୩ ଦିନିଆ ମାସନ୍ତ...

ସୁରଦା, ପ୍ରତିଭା, କଳ୍ପନାଙ୍କୁ ନେଇ ତେଜୁଛି ରାଜନୀତି

ଫୁଲବାଣୀ, ୧୩ା୪(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ରାଜନୀତି ଦିନକୁ ଦିନ ଗରମ ହେବାରେ ଲାଗିଛି । ବାଲିଗୁଡା ନିର୍ବାଚନମଣ୍ଡଳୀର କଂଗ୍ରେସ ପ୍ରାର୍ଥୀ ସୁରଦା ପ୍ରଧାନ,...

ନିର୍ବାଚନ ପୂର୍ବରୁ ଝଟ୍‌କା: କଂଗ୍ରେସ, ଭାଜପା ଛାଡ଼ିଲେ ଶତାଧିକ କର୍ମୀ

ଦାରିଙ୍ଗବାଡି,୧୨।୪(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ମିଶ୍ର କଲ୍ୟାଣ ମଣ୍ଡପଠାରେ ବିଜେଡିର କର୍ମୀ ସମ୍ମିଳନୀ ଏବଂ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏଥିରେ...

ଥମିଲା ଚର୍ଚ୍ଚା: ଚକ୍ରମଣୀଙ୍କୁ ଦୋହରାଇଲା ବିଜେଡି

ଫୁଲବାଣୀ, ୧୨ା୪(ରାକେଶ କୁମାର ରାଉତ):କନ୍ଧମାଳ ଜିଲା ବାଲିଗୁଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଜେଡି କାହାକୁ ପ୍ରାର୍ଥୀ କରିବ ତାହାକୁ ନେଇ ଚର୍ଚ୍ଚା ଲାଗି ରହିଥିଲା। ଗୁରୁବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri