ଫୁଲବାଣୀ ଅଫିସ, ୧ା୧୦- କନ୍ଧମାଳ ଜିଲାରେ ୨୦୦୮ରେ ହୋଇଥିବା ଏକ ଦଙ୍ଗା ମାମଲାର ବିଚାର କରି ବାଲିଗୁଡ଼ା ଅତିରିକ୍ତ ଦୌରାଜଜ ଅରବିନ୍ଦ ପଟ୍ଟନାୟକ ଅଭିଯୁକ୍ତ ପ୍ରକାଶ ପ୍ରଧାନଙ୍କୁ ୬ ମାସ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ୨୦୦୮ ଅଗଷ୍ଟ ୩୦ ତାରିଖ ଅପରାହ୍ନରେ ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ କଣ୍ଡାବାଡ଼ି ଗ୍ରାମରେ କେତେଜଣ ଦଙ୍ଗାକାରୀ ରାଜାବନ ପ୍ରଧାନ ଓ ଅନ୍ୟମାନଙ୍କୁ ବିଭିନ୍ନ ଅସ୍ତ୍ରଶସ୍ତ୍ର ଧରି ଆକ୍ରମଣ କରିଥିଲେ ା ଏଥିରେ ରାଜାବନ ଓ ତାଙ୍କ ଭାଇ ଯାକବ ପ୍ରଧାନଙ୍କର ଘର କ୍ଷତିଗ୍ରସ୍ତ ହୋଇଥିଲା ା ଏ ନେଇ ରାଜାବନ ଦାରିଙ୍ଗବାଡି ଥାନାରେ ଏତଲା ଦେଇଥିଲେ ା ଘଟଣା ପରଠାରୁ ଅଭିଯୁକ୍ତ ପ୍ରକାଶ ପ୍ରଧାନ ଫେରାର୍ ହୋଇ ଯାଇଥିଲେ ା ତାଙ୍କ ନାମରେ ଥାନାରେ ନଂ.୬୦/୦୮ରେ ମାମଲା ଥିଲା। ଦୀର୍ଘବର୍ଷ ପରେ ୱାରେଣ୍ଟ ବଳରେ ପ୍ରକାଶଙ୍କୁ ପୋଲିସ୍ ଗିରଫ କରି କୋର୍ଟ ଚାଲାଣ କରିଥିଲା ା ୧୧ ଜଣଙ୍କ ସାକ୍ଷ୍ୟ ପ୍ରମାଣକୁ ଆଧାର କରି ବିଚାରପତି ଉପରୋକ୍ତ ଦଣ୍ଡାଦେଶ ଦେଇଥିବା ସ୍ବତନ୍ତ୍ର ପିପି ବିଜୟ କୃଷ୍ଣ ପଟ୍ଟନାୟକ ସୂଚନା ଦେଇଛନ୍ତି।
ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ
ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...
କ୍ରିକେଟ୍ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ
ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍ ଟୁର୍ନାମେଣ୍ଟ ଉଦ୍ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...
ସରକାରଙ୍କ ନିକଟରେ ନେହୁରା ହେଲେ ନିରଞ୍ଜନ: ମାଗିଲେ ସହାୟତା
ଦାରିଙ୍ଗବାଡି, ୩୦।୧୨ (ଅରୁଣ ସାହୁ ): କିଛି କରିବାର ଇଚ୍ଛା ଅନେକ ହେଲେ ବାଧକ ସାଜିଛି ଅର୍ଥ। ଗୋପାଳନ, ଛେଳି ଲାଳନପାଳନ କରି ପରିବାର ପ୍ରତିପୋଷଣ...
ନୂତନ ଇନ୍ସପେକ୍ଟରଙ୍କୁ ଶୁଭେଚ୍ଛା ଜଣାଇଲା ଭାଜପା: ଦାରିଙ୍ଗବାଡିରେ ଆଇନଶୃଙ୍ଖଳା ଉପରେ କଡା ନଜର…
ଦାରିଙ୍ଗବାଡି, ୨୯।୧୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ ନୂତନ ଇନ୍ସପେକ୍ଟର ଭାବେ ସଂଗ୍ରାମ କେଶରୀ ଜେନା ନିଯୁକ୍ତି ପାଇଛନ୍ତି। ତାଙ୍କ ନିଯୁକ୍ତି...
ପିକ୍ନିକ୍ ପାଇଁ ଆସି ୨ ଗୋଷ୍ଠୀ ପିଟାପିଟି: ଆଜି ଖାଁ ଖାଁ ଡୁଲୁରୀ ପାଇନ୍ ବଣ
ଦାରିଙ୍ଗବାଡ଼ି,୨୯ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଡ଼ୁଲୁରୀ ପାଇନ ବଣରେ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟଣାରେ ସୋମବାର ସକାଳେ ଉକ୍ତ ଡୁଲୁରୀ...
ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ
ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...
ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ
ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...
ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ
ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ...
Archives


