କନ୍ୟାଭ୍ରୁଣ ହତ୍ୟା, ବାଲ୍ୟ ବିବାହ ବିରୋଧରେ ମାନବ ଶୃଙ୍ଖଳ

ନୟାଗଡ଼ ଅଫିସ,୨୫ା୧୨: ନୟାଗଡ଼ ଜିଲା ମହୋତ୍ସବ ପାଳନ ଅବସରରେ ମଙ୍ଗଳବାର ପୂର୍ବାହ୍ନରେ ପ୍ରଶାସନ ପକ୍ଷରୁ ମାନବ ଶୃଙ୍ଖଳ କରାଯାଇ ସଚେତନତା ସୃଷ୍ଟି କରାଯାଇଥିଲା। କନ୍ୟା ଭ୍ରୂଣ ହତ୍ୟା ରୋକିବା, ବାଲ୍ୟ ବିବାହ ବନ୍ଦ କରିବା, କନ୍ୟା ସନ୍ତାନ ସୁରକ୍ଷା ଓ କନ୍ୟାମାନଙ୍କ ଶିକ୍ଷା ନିମନ୍ତେ ଏଭଳି କାର୍ଯ୍ୟକ୍ରମ ହାତକୁ ନିଆଯାଇଥିଲା। ଜିଲାପାଳ ଡା. ପୋମା ଟୁଡୁଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅପରାହ୍ନ ୧୧ଟାରୁ ୧୧ଟା ୧୫ ମଧ୍ୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ବିଧାୟକ ତଥା କୃଷମନ୍ତ୍ରୀ ଡ. ଅରୁଣ କୁମାର ସାହୁ, ପିଡି ସୁବାସ ଚନ୍ଦ୍ର ରାୟ, ଅତିରିକ୍ତ ଜିଲାପାଳ ବିଧାନ ଚନ୍ଦ୍ର ରାୟ, ଡିଏଫ୍‌ଓ ଧନରାଜ ଏଚ୍‌ଡି, ପୌରପାଳିକା ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ଜେନା ପ୍ରମୁଖ ଯୋଗ ଦେଇଥିଲେ। ପ୍ରଜାମଣ୍ଡଳ ମହିଳା ମହାବିଦ୍ୟାଳୟଠାରୁ ପାଖାପାଖି ୨ କିଲୋମିଟର ଦୂର ଜଗନ୍ନାଥ ମନ୍ଦିର ପର୍ଯ୍ୟନ୍ତ ଦୁଇ କଡ଼ରେ ବିଭିନ୍ନ କଲେଜ, ସ୍କୁଲର ଛାତ୍ରୀଛାତ୍ର, ସରକାରୀ କାର୍ଯ୍ୟାଳୟର କର୍ମଚାରୀ, ବ୍ୟବସାୟୀ, ଖବରଦାତା ଓ ବୁଦ୍ଧିଜୀବୀ ଯୋଗଦେଇଥିଲେ। ଜିଲାପାଳ ଟୁଡୁ ଧାଡିରେ ଛିଡ଼ା ହୋଇ ଏହାକୁ ସଫଳ କରାଇଥିବାରୁ ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri