ରାସଗୋବିନ୍ଦପୁର,୭।୨(ଡି.ଏନ.ଏ)- ରାସଗୋବିନ୍ଦପୁର ବ୍ଲକ ଅଧୀନ ଦେବଶୋଳସ୍ଥିତ କନ୍ୟାଶ୍ରମର ଜଣେ ଆଦିବାସୀ ଛାତ୍ରୀଙ୍କ ଅସ୍ବାଭାବିକ ମୃତ୍ୟୁକୁ ନେଇ ରାସଗୋବିନ୍ଦପୁର ପେସା କମିଟି ପକ୍ଷରୁ ରାସ୍ତାରୋକ କରାଯାଇଥିଲା। ସାମାନ୍ୟ ଥଣ୍ଡାଜ୍ୱରରେ ଆକ୍ରାନ୍ତ ହୋଇଥିବା ଆଶ୍ରମ ସ୍କୁଲରେ ୭ମ ଶ୍ରେଣୀରେ ଅଧ୍ୟୟନରତ ଉକ୍ତ ଛାତ୍ରୀଙ୍କ ଅସ୍ବାଭାବିକ ମୃତ୍ୟୁର ସଠିକ ତଦନ୍ତ କରାଯିବା, ଶରୀର ଅସୁସ୍ଥ ଥିବା ସମ୍ପର୍କରେ ପରିବାର ଲୋକଙ୍କୁ କୌଣସି ସୂଚନା ନ ଦେଇ ମୃତ୍ୟୁ ହେବାପରେ ଖବର ଦିଆଯିବା ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଦାୟିତ୍ୱହୀନତାର ପରିଚୟ ବୋଲି ଆନ୍ଦୋଳନକାରୀ ପ୍ରକାଶ କରଥିଲେ। ଏତଦବ୍ୟତୀତ କର୍ତ୍ତବ୍ୟରେ ଅବହେଳା କରିଥିବା କର୍ତ୍ତୃପକ୍ଷଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ କାଯର୍ର୍ୟାନୁଷ୍ଠାନ ଗ୍ରହଣ କରାଯିବା ଆଦି ଦାବି ନେଇ ପେସା ବ୍ଲକ କମିଟି ପକ୍ଷରୁ ପୂର୍ବାହ୍ନ ୧୦ଟାରୁ ବାରିପଦା-ଅମର୍ଦ୍ଦାରୋଡ ମୁଖ୍ୟରାସ୍ତାର ଦେବଶୋଳଠାରେ ରାସ୍ତା ଅବରୋଧ କରାଯାଇଥିଲା। ଫଳରେ ଯାତାୟତ ସମ୍ପୂର୍ଣ୍ଣ ବ୍ୟାହତ ହୋଇପଡ଼ିଥିଲା। ଖବରପାଇ ରାସଗୋବିନ୍ଦପୁର ଇନ୍ସପେକ୍ଟର କୃଷ୍ଣଚନ୍ଦ୍ର ପଲେଇ, ସେକେଣ୍ଡ ଅଫିସର ଅଜୟକୁମାର ରାଉଳ, ଏଏସଆଇ ପ୍ରକାଶକୁମାର ନାୟକ, ଅତିରିକ୍ତ ତହସିଲଦାର ପ୍ରଭାତକୁମାର ମହାପାତ୍ର, ବ୍ଲକ ମଙ୍ଗଳ ଅଧିକାରୀ ହରପ୍ରିୟା ସାମଲ, ଅତିରିକ୍ତ ଜିଲା ମଙ୍ଗଳ ଅଧିକାରୀ ବିଜୟକୁମାର ନାୟକ ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚିଥିଲେ। ରାସ୍ତା ଉପରେ ମୃତଦେହ ରଖି ଧାରଣାରେ ବସିିଥିବା ଆନ୍ଦୋଳନକାରୀଙ୍କ ସହିତ ଆଲୋଚନା କରିଥିଲେ। ଆଲୋଚନା ସମୟରେ ଶବସତ୍କାର ପାଇଁ ରେଡକ୍ରସ ପାଣ୍ଠିରୁ ୧୦ହଜାର ଟଙ୍କା ମୃତ ଛାତ୍ରୀଙ୍କ ପିତାଙ୍କୁ ପ୍ରଦାନ କରାଯାଇଥିଲା। ପେସା କମିଟି ପକ୍ଷରୁ କରାଯାଇଥିବା ଦାବିଗୁଡିକ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରାଯାଇ ଆସନ୍ତା ୧୫ଦିନ ମଧ୍ୟରେ ତଦନ୍ତ କରାଯାଇ ଆଇନ ଅନୁସାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଅତିରକ୍ତ ଜିଲା ସମାଜ ମଙ୍ଗଳ ଅଧିକାରୀ ପ୍ରତିଶୁ୍ରତି ଦେବା ପରେ ରାସ୍ତା ଅବରୋଧ ହଟିଥିଲା। ପେସା ବ୍ଲକ କମିଟି ସମ୍ପାଦକ ସୁରେନ୍ଦ୍ର ସୋରେନ, ଦୁର୍ଗାଚରଣ ମାରାଣ୍ଡି, ଛୋଟରାୟ ହେମ୍ବ୍ରମ, ଧନୁ ହାଁସଦା, ଲକ୍ଷ୍ମଣ ମୁର୍ମୁ୍ର, ପଞ୍ଚୁ ଟୁଡୁ ପ୍ରମୁଖ ଏହି ଆନ୍ଦୋଳନର ନେତୃତ୍ୱ ନେଇଥିଲେ।
Posted inଆମ ଜିଲା ଖବର, ମୟୂରଭଞ୍ଜ View All
ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା: ସବୁଠି ଚର୍ଚ୍ଚା
ଭଦ୍ରକ,୩୧।୧୨(ସନାତନ ରାଉତ): ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା ଗୁଲମକି ଦଲୱାଜ। ସାଧୀନ ଭାବେ ଜିତି ବିଜେଡିରେ ଯୋଗ ଦେଇଥିଲେ ଗୁଲମକି। ବର୍ତ୍ତମାନ ଗୁଲମକି ମୋକିମଙ୍କ...
PEOଙ୍କୁ ପଚରାଉଚରା କରୁଛି ଭିଜିଲାନ୍ସ: ଚଢାଉବେଳେ ମିଳିଥିଲା ପୁଳାପୁଳା ଟଙ୍କା
ହାଟଡିହୀ,୩୧l୧୨(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପିଇଓ ଜିତେନ୍ଦ୍ର ଜେନାଙ୍କ ଘର, ବ୍ୟବସାୟ ପ୍ରତିଷ୍ଠାନ ଏବଂ କାର୍ଯ୍ୟରତ ପଞ୍ଚାୟତ କାର୍ଯ୍ୟାଳୟ ଉପରେ ଗତ ମଙ୍ଗଳବାରରୁ ଭିଜିଲାନ୍ସ...
ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ
ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ...
ଭିତରେ ମିଟିଂ କରୁଥିଲେ ସିଏସଓ: ଅଫିସ ଭିତରେ ଧାରଣା ଦେଲେ ଚାଷୀ, ଧାନ ନ ଉଠିବାରୁ…
ବଲାଙ୍ଗୀର, ୩୧।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଳକ କୁସମେଲ ପ୍ୟାକ୍ସରେ ଚାଷୀମାନଙ୍କ ଧାନ କିଣା ନ ଥିବାରୁ ଏହି ପ୍ୟାକ୍ସ ଅନ୍ତର୍ଗତ ବିଭିନ୍ନ...
ବାଇକ୍ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…
କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା ୪୨ ମୌଜା ଥାନା ଅନ୍ତର୍ଗତ ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...
ବେଆଇନ କୁକୁଡ଼ା ଲଢ଼େଇ ଖେଳକୁ ବନ୍ଦ କରିବାକୁ ଯାଇଥିଲା ପୋଲିସ, ଗାଡିକୁ ଘେରିଗଲେ ଲୋକେ, ଆଉ ତା’ପରେ…
ପାଟଣା,୩୧।୧୨(ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡା ବ୍ଲକ ଡାଳପକା ପଞ୍ଚାୟତ ଉପାନ୍ତ କେନ୍ଦୁଯୋଡା ଗ୍ରାମ ରେସାନ୍ତାଳ ସମ୍ପ୍ରଦାୟ ଦାମୋଦର...
ବୁଲୁଛି ଗୋଠଛଡା ଦନ୍ତା: ଭୟଭୀତ ଅବସ୍ଥାରେ ଲୋକେ
ଆନନ୍ଦପୁର ୩୧।୧୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଆନନ୍ଦପୁର,ଘସିପୁରା ଅଞ୍ଚଳରେ ବୁଧବାର ସକାଳୁ ସକାଳୁ ଏକ ଗୋଠଛଡା ଦନ୍ତାହାତୀ ବୁଲୁଥିବା ବେଳେ...
ହାତୀଙ୍କ ସୁରକ୍ଷା ଆମର ଦାୟିତ୍ୱ: ଜାଗ୍ରତ କଲା ବନ ବିଭାଗ
ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନ ବିଭାଗ ରେଞ୍ଜ କାର୍ଯ୍ୟାଳୟ ପରିସରରେ ବନ ବିଭାଗ ପକ୍ଷରୁ ଗଜ ସାଥି ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ...
Archives


