କନ୍ୟାଶ୍ରମ ଛାତ୍ରୀଙ୍କ ଅସ୍ବାଭାବିକ ମୃତ୍ୟୁ:ରାସ୍ତା ଅବରୋଧ

ରାସଗୋବିନ୍ଦପୁର,୭।୨(ଡି.ଏନ.ଏ)- ରାସଗୋବିନ୍ଦପୁର ବ୍ଲକ ଅଧୀନ ଦେବଶୋଳସ୍ଥିତ କନ୍ୟାଶ୍ରମର ଜଣେ ଆଦିବାସୀ ଛାତ୍ରୀଙ୍କ ଅସ୍ବାଭାବିକ ମୃତ୍ୟୁକୁ ନେଇ ରାସଗୋବିନ୍ଦପୁର ପେସା କମିଟି ପକ୍ଷରୁ ରାସ୍ତାରୋକ କରାଯାଇଥିଲା। ସାମାନ୍ୟ ଥଣ୍ଡାଜ୍ୱରରେ ଆକ୍ରାନ୍ତ ହୋଇଥିବା ଆଶ୍ରମ ସ୍କୁଲରେ ୭ମ ଶ୍ରେଣୀରେ ଅଧ୍ୟୟନରତ ଉକ୍ତ ଛାତ୍ରୀଙ୍କ ଅସ୍ବାଭାବିକ ମୃତ୍ୟୁର ସଠିକ ତଦନ୍ତ କରାଯିବା, ଶରୀର ଅସୁସ୍ଥ ଥିବା ସମ୍ପର୍କରେ ପରିବାର ଲୋକଙ୍କୁ କୌଣସି ସୂଚନା ନ ଦେଇ ମୃତ୍ୟୁ ହେବାପରେ ଖବର ଦିଆଯିବା ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଦାୟିତ୍ୱହୀନତାର ପରିଚୟ ବୋଲି ଆନ୍ଦୋଳନକାରୀ ପ୍ରକାଶ କରଥିଲେ। ଏତଦବ୍ୟତୀତ କର୍ତ୍ତବ୍ୟରେ ଅବହେଳା କରିଥିବା କର୍ତ୍ତୃପକ୍ଷଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ କାଯର୍ର୍‌ୟାନୁଷ୍ଠାନ ଗ୍ରହଣ କରାଯିବା ଆଦି ଦାବି ନେଇ ପେସା ବ୍ଲକ କମିଟି ପକ୍ଷରୁ ପୂର୍ବାହ୍ନ ୧୦ଟାରୁ ବାରିପଦା-ଅମର୍ଦ୍ଦାରୋଡ ମୁଖ୍ୟରାସ୍ତାର ଦେବଶୋଳଠାରେ ରାସ୍ତା ଅବରୋଧ କରାଯାଇଥିଲା। ଫଳରେ ଯାତାୟତ ସମ୍ପୂର୍ଣ୍ଣ ବ୍ୟାହତ ହୋଇପଡ଼ିଥିଲା। ଖବରପାଇ ରାସଗୋବିନ୍ଦପୁର ଇନ୍ସପେକ୍ଟର କୃଷ୍ଣଚନ୍ଦ୍ର ପଲେଇ, ସେକେଣ୍ଡ ଅଫିସର ଅଜୟକୁମାର ରାଉଳ, ଏଏସଆଇ ପ୍ରକାଶକୁମାର ନାୟକ, ଅତିରିକ୍ତ ତହସିଲଦାର ପ୍ରଭାତକୁମାର ମହାପାତ୍ର, ବ୍ଲକ ମଙ୍ଗଳ ଅଧିକାରୀ ହରପ୍ରିୟା ସାମଲ, ଅତିରିକ୍ତ ଜିଲା ମଙ୍ଗଳ ଅଧିକାରୀ ବିଜୟକୁମାର ନାୟକ ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚିଥିଲେ। ରାସ୍ତା ଉପରେ ମୃତଦେହ ରଖି ଧାରଣାରେ ବସିିଥିବା ଆନ୍ଦୋଳନକାରୀଙ୍କ ସହିତ ଆଲୋଚନା କରିଥିଲେ। ଆଲୋଚନା ସମୟରେ ଶବସତ୍କାର ପାଇଁ ରେଡକ୍ରସ ପାଣ୍ଠିରୁ ୧୦ହଜାର ଟଙ୍କା ମୃତ ଛାତ୍ରୀଙ୍କ ପିତାଙ୍କୁ ପ୍ରଦାନ କରାଯାଇଥିଲା। ପେସା କମିଟି ପକ୍ଷରୁ କରାଯାଇଥିବା ଦାବିଗୁଡିକ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରାଯାଇ ଆସନ୍ତା ୧୫ଦିନ ମଧ୍ୟରେ ତଦନ୍ତ କରାଯାଇ ଆଇନ ଅନୁସାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଅତିରକ୍ତ ଜିଲା ସମାଜ ମଙ୍ଗଳ ଅଧିକାରୀ ପ୍ରତିଶୁ୍ରତି ଦେବା ପରେ ରାସ୍ତା ଅବରୋଧ ହଟିଥିଲା। ପେସା ବ୍ଲକ କମିଟି ସମ୍ପାଦକ ସୁରେନ୍ଦ୍ର ସୋରେନ, ଦୁର୍ଗାଚରଣ ମାରାଣ୍ଡି, ଛୋଟରାୟ ହେମ୍ବ୍ରମ, ଧନୁ ହାଁସଦା, ଲକ୍ଷ୍ମଣ ମୁର୍ମୁ୍ର, ପଞ୍ଚୁ ଟୁଡୁ ପ୍ରମୁଖ ଏହି ଆନ୍ଦୋଳନର ନେତୃତ୍ୱ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri