କନ୍ୟା ଭ୍ରୂଣ ହତ୍ୟା ରୋକିବାକୁ ଗୁରୁତ୍ୱ: ପ୍ରସବ ବିବରଣୀ ଦେବେ ଘରୋଇ କ୍ଲିନିକ୍‌

ଅନୁଗୋଳ ଅଫିସ, ୩୧।୮ – ଜିଲାରେ ଚାଲୁଥିବା ଅଲଟ୍ରାସାଉଣ୍ଡ କ୍ଲିନିକ ଓ ନର୍ସିଂହୋମରେ କଡାକଡି ପାଳନ ହେବ ଲିଙ୍ଗ ନିରୂପଣ ନିରୋଧୀ ସମ୍ପର୍କିତ ପିସିଆଣ୍ଡପିଏନ୍‌ଡିଟି ଆଇନ। ସମସ୍ତ ଘରୋଇ ପଞ୍ଜୀକୃତ କ୍ଲିନିକ୍‌ଗୁଡ଼ିକ ପ୍ରତିମାସ ଶେଷରେ ପ୍ରସବ ବିବରଣୀ ସମ୍ପୃକ୍ତ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ପ୍ରଦାନ କରିବେ। ଏଥିସହ ଜିଲାରେ ଅଲଟ୍ରାସାଉଣ୍ଡ ମେଶିନ୍‌ ଯୋଗାଣକାରୀ ସଂସ୍ଥାଗୁଡ଼ିକ ସେମାନଙ୍କ କିଣାବିକାର ବିସ୍ତୃତ ବିବରଣୀ ଦେବେ। ନଚେତ ସେମାନଙ୍କୁ ଜିଲା ଭିତରେ ମେଶିନ ବିକ୍ରୟ କରିବାକୁ ଅନୁମତି ଦିଆଯିବ ନାହିଁ ବୋଲି ଗୁରୁବାର ଅପରାହ୍ନରେ ଜିଲାପାଳଙ୍କ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ଜିଲାସ୍ତରୀୟ ପରାମର୍ଶଦାତା କମିଟି ବୈଠକରେ ଜିଲାପାଳ ମନୋଜ କୁମାର ମହାନ୍ତି କହିଛନ୍ତି। ବେଆଇନ ଲିଙ୍ଗ ନିରୂପଣ କରୁଥିବା ନର୍ସିଂହୋମ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲାପାଳ ଚେତାବନୀ ଦେଇଛନ୍ତି।
ବୈଠକରେ ଅତିରିକ୍ତ ଜିଲାପାଳ ତପନ କୁମାର ଶତପଥୀ ଓ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଯଦୁନାଥ ହଁାସଦା ପ୍ରମୁଖ ଯୋଗଦେଇଥିଲେ। ପ୍ରାରମ୍ଭରେ ପିସିଆଣ୍ଡପିଏନ୍‌ଡ଼ିଟିର ସହକାରୀ ପରିଚାଳକ ପର୍ଶୁରାମ ପଣ୍ଡା ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ। ଜିଲାରେ କନ୍ୟା ଭ୍ରୂଣ ହତ୍ୟା ରୋକିବା ପାଇଁ ବ୍ୟାପକ ସଚେତନତା ସୃଷ୍ଟି ଉପରେ ଜିଲାପାଳ ଗୁରୁତ୍ୱାରୋପ କରିଥିଲେ। ବିଗତ ବର୍ଷ ତୁଳନାରେ ଚଳିତ ବର୍ଷ ଲିଙ୍ଗ ଅନୁପାତରେ ଶିଶୁକନ୍ୟାଙ୍କ ସଂଖ୍ୟା ବୃଦ୍ଧି ହୋଇଥିବା ବୈଠକରେ ସୂଚନା ଦିଆଯାଇଥିଲା। ଜିଲାରେ ଆବଶ୍ୟକତାକୁ ଦୃଷ୍ଟିରେ ରଖି ନୂତନ ଅଲଟ୍ରାସାଉଣ୍ଡ କ୍ଲିନିକ ପଞ୍ଜୀକରଣ ଓ ଅଭିଜ୍ଞତା ଭିତ୍ତିରେ ଡାକ୍ତର ନିୟୋଜିତ ପାଇଁ ଅନୁମତି ଦିଆଯିବ ବୋଲି ଜିଲାପାଳ ପ୍ରକାଶ କରିଛନ୍ତି। ଏଣିକି କ୍ଲିନିକାଲ ଏଷ୍ଟାବ୍ଲିଶମେଣ୍ଟ ପାଇଁ ଆବେଦନ କରୁଥିବା ଅଲଟ୍ରାସାଉଣ୍ଡର ଗୃହଗୁଡ଼ିକରେ ଆବଶ୍ୟକ ସ୍ଥାନ ସହ ଅଗ୍ନି ନିର୍ବାପକ ବ୍ୟବସ୍ଥା ବାଧ୍ୟତାମୂଳକ ଭାବେ କାର୍ଯ୍ୟକାରୀ କରିବାକୁ ଜିଲାପାଳ ପରାମର୍ଶ ଦେଇଛନ୍ତି। ପ୍ରତ୍ୟେକ ମାସରେ କ୍ଲିନିକ ଗୁଡିକରେ ଅତି କମ୍‌ରେ ୨ଥର ଅତର୍କିତ ଚଢ଼ାଉ କରିବାକୁ ଜିଲାପାଳ କମିଟିର କର୍ମକର୍ତ୍ତାମାନଙ୍କୁ ପରାମର୍ଶ ଦେଇଛନ୍ତି। ଆଶା ଓ ଅଙ୍ଗନାୱାଡ଼ି କର୍ମୀମାନେ ପ୍ରାଥମିକ ଅବସ୍ଥାରେ ଗର୍ଭ ପଞ୍ଜୀକରଣ ପାଇଁ ପ୍ରବର୍ତ୍ତାଇବା ସହ ଏହାର ଠିକ୍‌ ତଥ୍ୟ କମିଟିକୁ ପ୍ରଦାନ କରିବାକୁ ପରାମର୍ଶ ଦିଆଯାଇଛି। ଅକ୍ଟୋବର ୧୧ରେ ଜିଲାରେ ପାଳନ ହେବାକୁ ଥିବା ଆନ୍ତର୍ଜାତିକ ଶିଶୁ କନ୍ୟା ଦିବସ ଉପଲକ୍ଷେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ କରିଥିବା ଜିଲାର ୫ ଜଣ ଝିଅଙ୍କୁ ସମ୍ବର୍ଦ୍ଧିତ କରାଯିବା ପାଇଁ ବୈଠକରେ ସ୍ଥିର ହୋଇଥିଲା। ବୈଠକ ପ୍ରାରମ୍ଭରେ ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ପ୍ରତାପ କୁମାର ବେହେରା ସମସ୍ତଙ୍କୁ ସ୍ବାଗତ ଜଣାଇଥିଲେ। ଏଡିଏମ୍‌ଓ (ମେଡ଼ିକାଲ) ଡା. ଲକ୍ଷ୍ମୀନାରାୟଣ ବିଶୋଇ, ଜିଲା ଯକ୍ଷ୍ମା ନିରାକରଣ ଅଧିକାରୀ ଡା. ତ୍ରିଲୋଚନ ପ୍ରଧାନ, ସରକାରୀ ଓକିଲ ପ୍ରଦୀପ ଦାଶ, ବିଶ୍ୱ ଯୁବ କେନ୍ଦ୍ରର ମନୋଜ କୁମାର ମହାପାତ୍ର, ଅନୁଗୋଳ ପୌରପାଳିକାର ପୂର୍ବତନ ଅଧ୍ୟକ୍ଷ ସୁକାନ୍ତି ଦାସ, ସାମାଜିକ କର୍ମୀ ପର୍ଶୁରାମ ଦାସ ଓ ଜ୍ୟୋତିର୍ମୟୀ ଦେହୁରୀଙ୍କ ସମେତ ଜିଲା ମୁଖ୍ୟ ଚିକିତ୍ସାଳୟର କର୍ମକର୍ତ୍ତାମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

ବିବାଦୀୟ ମନ୍ତବ୍ୟ ଦେବା ପରେ କ୍ଷମା ମାଗିଲେ ଖାର୍ଗେ, ଭାବନାକୁ ଆଘାତ ଦେବା…

ନୂଆଦିଲ୍ଲୀ,୮।୪: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଗୁଜରାଟର ଲୋକଙ୍କ ସମ୍ପର୍କରେ ଦେଇଥିବା ବୟାନ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି । ସେ କହିଛନ୍ତି ଯେ ସେ ସବୁବେଳେ ଗୁଜରାଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri