ରାଉରକେଲା ଅଫିସ,୧୨।୨:କନ୍ୟା ସନ୍ତାନ ଜନ୍ମ ଦେବାରୁ ରାଧା କୁମାରୀ(୨୪) ନାମ୍ନୀ ଜଣେ ମହିଳାଙ୍କୁ ନିର୍ଯାତନା ଦିଆଯିବା ସହ ପୋଡି ହତ୍ୟା କରାଯାଇଛି ବୋଲି ମଙ୍ଗଳବାର ଷ୍ଟିଲ ସିଟିର ବନ୍ଧମୁଣ୍ଡା ଥାନାରେ ଅଭିଯୋଗ ହୋଇଛି। ପୋଲିସ ତଦନ୍ତ ଆରମ୍ଭ କରି ରାଧାଙ୍କ ସ୍ବାମୀ ବିନୋଦ ସିଂ, ଶ୍ୱଶୁର ରାମକୀର୍ତ୍ତି, ଦେଡଶୁର ଜୟମଙ୍ଗଲ ଓ ଯାଆ ମୁନ୍ନିଙ୍କୁ ଅଟକ ରଖି ପଚରାଉଚରା କରୁଛି।
ସୂଚନା ଅନୁଯାୟୀ, ରାଉରକେଲା ଗୋପବନ୍ଧୁପାଲି ବାସିନ୍ଦା ଶିବ ପ୍ରସାଦ ସ୍ବର୍ଣ୍ଣକାରଙ୍କ ଝିଅ ରାଧା କୁମାରୀ ବନ୍ଧମୁଣ୍ଡା ଥାନା ଅନ୍ତର୍ଗତ କୋଇଲା ଗେଟ ଅଞ୍ଚଳର ବିନୋଦ ସିଂ(୩୦)ଙ୍କୁ ବୈଦିକ ରୀତିରେ ୬ବର୍ଷ ପୂର୍ବେ ବିବାହ କରିଥିଲେ। ବିବାହର ୬ ମାସ ପରେ ତାଙ୍କୁ ଯୌତୁକ ନିର୍ଯାତନା ଦିଆଯାଇଥିଲା। ଏପରିକି ସେତେବେଳେ ମାରପିଟ ଯୋଗୁ ତାଙ୍କ ଗର୍ଭର ପିଲା ନଷ୍ଟ ହୋଇ ଯାଇଥିଲା ବୋଲି ରାଧାଙ୍କ ବାପ ଘର ଲୋକେ ଅଭିଯୋଗ କରିଛନ୍ତି। ତଥାପି ରାଧା ଶାଶୁ ଘରେ ନିର୍ଯାତନା ସହି ରହିଥିଲେ। ବିବାହର ୩ ବର୍ଷ ପରେ ସେ ଏକ କନ୍ୟା ସନ୍ତାନ ଜନ୍ମ ଦେଇଥିଲେ । ଯାହାକୁ ନେଇ ପରିବାରରେ ଅଧିକ ଝଡ଼ ସୃଷ୍ଟି ହୋଇଥିଲା। କନ୍ୟା ସନ୍ତାନ ଜନ୍ମ ଦେବାରୁ ପୂର୍ବରୁ ହେଉଥିବା ନିର୍ଯାତନା ଅଧିକ ବଢିଯାଇଥିଲା। ଗତ ୮ମାସ ତଳେ ରାଧା ପୁଣି ଥରେ ଗର୍ଭବତୀ ହୋଇଥିଲେ। ଗର୍ଭବତୀ ଥିବା ସମୟରେ ଶାଶୁ ଘର ଲୋକେ ଅଲ୍ଟ୍ରା ସାଉଣ୍ଡ କରି ରାଧାଙ୍କ ଗର୍ଭରେ ପୁଣି ଏକ କନ୍ୟା ଭ୍ରୂଣ ରହିଛି ଜାଣିବାକୁ ପାଇଥିଲେ। ଏମିତି ଅବସ୍ଥାରେ ତାଙ୍କ ଉପରେ ନିର୍ଯାତନା ବୃଦ୍ଧି ପାଇଥିଲା। ଭ୍ରୂଣର ଲିଙ୍ଗ ନିରୁପଣ ବେଆଇନ ହୋଇଥିଲେ ମଧ୍ୟ ଡାକ୍ତରଙ୍କୁ ଟଙ୍କା ଦେଇ ରାଧା ଶାଶୁ ଘର ଲୋକେ ଲିଙ୍ଗ ନିରୁପଣ କରିଥିଲେ ବୋଲି ରାଧାଙ୍କ ବାପଘର ଲୋକେ ଅଭିଯୋଗ କରିଛନ୍ତି। ଗତ ୧ ତାରିଖରେ ରାଧା ଶାଶୁ ଘରେ ନିଅଁା ଜାଳି ସେକି ହେଉଥିବା ବେଳେ ପୋଡି ହୋଇ ଗୁରୁତର ହୋଇଥିଲେ। ପରିବାର ଲୋକେ ତାଙ୍କୁ ରାଉରକେଲା ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଚିକିତ୍ସାଧୀନ ଅବସ୍ଥାରେ ରାଧା ଏକ କନ୍ୟା ସନ୍ତାନ ଜନ୍ମ ଦେଇଥିଲେ। ଏହାର ଦିନକ ପରେ ନବଜାତକଙ୍କ ମୃତ୍ୟୁ ଘଟିଥିଲା ା ସେହିପରି ସୋମବାର ରାତି ୯ଟାରେ ଚିକିତ୍ସାଧୀନ ଅବସ୍ଥାରେ ରାଧାଙ୍କ ମୃତ୍ୟୁ ଘଟିଛି। ଏନେଇ ରାଧାଙ୍କ ବାପା ଥାନାରେ ଅଭିଯୋଗ କରିଛନ୍ତି, କନ୍ୟା ସନ୍ତାନ ଜନ୍ମ ଦେଉଥିବାରୁ ରାଧାଙ୍କୁ ଯୋଜନାବଦ୍ଧ ଭାବେ ପୋଡି ମାରି ଦିଆଯାଇଛି। ଏଣୁ ରାଧାଙ୍କ ସ୍ବାମୀ ଓ ଅନ୍ୟ ପରିବାର ସଦସ୍ୟଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ବୋଲି ତାଙ୍କ ବାପା ଦାବି କରିଛନ୍ତି। ଏନେଇ ପୋଲିସ ଏକ ମାମଲା (ନଂ. ୨୦/୨୦୨୦) ରୁଜୁ କରି ତଦନ୍ତ କରୁଛି।
ମାଡ଼ି ଆସୁଛି ବାତ୍ୟା: କଟକରେ ବନ୍ଦ ରହିବ ସମସ୍ତ ଶିକ୍ଷାନୁଷ୍ଠାନ
କଟକ,୨୭।୧୦(ପ୍ରଭୁକଲ୍ୟାଣ ପାଲ୍): ବଳ ଗୋଟାଇ ସ୍ଥଳଭାଗକୁ ମାଡ଼ି ଆସୁଛି ବାତ୍ୟା ଅର୍ଣ୍ଣବ। ଏହାର ପ୍ରଭାବରେ ମଙ୍ଗଳବାର ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଯାଇଛି। ପ୍ରବଳ ବର୍ଷା,…
କ୍ଷେତ ବଞ୍ଚାଅ ଅଭିଯାନ: ଜୈବିକ କୃଷିକୁ ପ୍ରୋତ୍ସାହନ ମୁଖ୍ୟ ଲକ୍ଷ୍ୟ
କେସିଙ୍ଗା, ୨୭।୧୦ (ତୁମେଶ୍ୱର ସାହୁ): ଚାଷଜମିର ସୁରକ୍ଷା, ମୃତ୍ତିକାର ସ୍ବାସ୍ଥ୍ୟ ବଜାୟ ରଖିବା ଏବଂ ଜୈବିକ ଓ ପ୍ରାକୃତିକ କୃଷି ପଦ୍ଧତିକୁ ପ୍ରୋତ୍ସାହନ ଦେବା ଲକ୍ଷ୍ୟରେ କଳାହାଣ୍ଡି…
‘ଅର୍ଣ୍ଣବ’ର ମୁକାବିଲା ପାଇଁ ପ୍ରସ୍ତୁତ ରାମନାଗୁଡ଼ା ବ୍ଲକ ପ୍ରଶାସନ: ୧୪ ଆଶ୍ରୟସ୍ଥଳୀ ପ୍ରସ୍ତୁତ
ଗୁଣପୁର, ୨୭।୧୦(ସୁଜାତା ପାଢ଼ୀ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ର ମୁକାବିଲା ଏବଂ ଜିଲାରେ ସ୍ଥିତି ନିୟନ୍ତ୍ରଣ ପାଇଁ ଓଡ଼ିଶା ସରକାରଙ୍କ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ…
ବିକ୍ରି ହେବ ଏହି ବଡ଼ ବ୍ୟାଙ୍କ? ଆକାଉଣ୍ଟରେ ଟଙ୍କା ଥିଲେ ଗ୍ରାହକଙ୍କ ପାଇଁ ବଡ଼ ଖବର
ନୂଆଦିଲ୍ଲୀ,୨୭।୧୦: ଆଜିକାଲି ବ୍ୟାଙ୍କିଙ୍ଗ କ୍ଷେତ୍ରରେ ବ୍ୟାଙ୍କଗୁଡ଼ିକର ଅଂଶଧନ କିଣିବା ଏବଂ ଅଧିଗ୍ରହଣ (Acquisition)କୁ ନେଇ ଚର୍ଚ୍ଚା ଜୋର ଧରିଛି। ଏହି ସମୟରେ ବନ୍ଧନ ବ୍ୟାଙ୍କ (Bandhan Bank)କୁ…
ପୁଣି ମା’ ହେବେ ଅନୁଷ୍କା! ଭିଡିଓ ଭାଇରାଲ ପରେ ବଢିଲା…
ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ପୁଣିଥରେ ମା’ ହେବେ ବୋଲି ଗୁଜବ ଉଠିଛି। ଭାରତୀୟ କ୍ରିକେଟର୍ ତଥା ତାଙ୍କ ସ୍ବାମୀ ବିରାଟ କୋହଲିଙ୍କ ସହ ମୁମ୍ବାଇରେ ନଜର…
ଟି-୨୦ ନୂଆ ଇତିହାସ ଲେଖିଲା ଭାରତ: ଭାଙ୍ଗିଲା ଅନେକ ରେକର୍ଡ
ଓ୍ବେଲିଂଟନ୍,୨୭।୧୦: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଇଥିବା ତୃତୀୟ ଟି-୨୦ ମ୍ୟାଚ୍ରେ ଭାରତୀୟ ଦଳର ଓପନର୍ ଅଭିଷେକ ଶର୍ମା ଓ ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ ଅନେକ…
ସ୍ୱାତୀ ନକ୍ଷତ୍ରରେ ବୁଧଙ୍କ ଏଣ୍ଟ୍ରି: ନଭେମ୍ୱର ୩ରୁ ୫ ରାଶିରେ ଧନବର୍ଷା, ଚାକିରିରେ ବଡ଼ ପଦୋନ୍ନତି…
ବୁଧ ଗ୍ରହଙ୍କ ନକ୍ଷତ୍ର ଚଳନ ହେତୁ ବୃଷ, ମିଥୁନ, ସିଂହ, ତୁଳା ଏବଂ ଧନୁ ରାଶିର ବ୍ୟକ୍ତିବିଶେଷଙ୍କୁ ଲାଭ ମିଳିପାରେ। ଏହି ରାଶିର ଲୋକଙ୍କ ପାଇଁ କ୍ୟାରିୟର…
ଉଗ୍ର ହେଲାଣି ଅର୍ଣ୍ଣବ: ଭୁବନେଶ୍ୱର-ପୁରୀରେ ୧୦୦ ଛୁଇଁବ ପବନ! ଆଜି ରାତିରେ…
ଭୁବନେଶ୍ୱର,୨୭।୧୦: ସମୁଦ୍ରରେ ବଳ ଗୋଟାଉଛି ବାତ୍ୟା ଅର୍ଣ୍ଣବ। ଦ୍ରୁତ ଗତିରେ ଉପକୂଳ ଆଡ଼କୁ ମାଡ଼ି ଆସୁଛି। ଅତିଭୀଷଣ ବାତ୍ୟା ରୂପ ନେଇ ମାଡ଼ି ଆସୁଛି ଅର୍ଣ୍ଣବ ।…

