କପଡ଼ା ଘେର ଭିତରେ ଉତ୍କଳମଣି

ପୁରୀ ଅଫିସ,୧୫।୯: କିଛିଦିନ ତଳେ ମେଘନାଦ ପାଚେରି କଡରୁ ସମସ୍ତ ନିର୍ମାଣକୁ ପ୍ରଶାସନ ଉଚ୍ଛେଦ କରିଥିଲା। ତେବେ ଏହି ଉଚ୍ଛେଦ ବେଳେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତିକୁ ନେଇ ବେଶ୍‌ ଚର୍ଚ୍ଚା ହୋଇଥିଲା। ପ୍ରଶାସନ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତି ସ୍ଥାନାନ୍ତର ପାଇଁ ନିଷ୍ପତ୍ତି ନେଇଥିବାବେଳେ ଏହାକୁ ଗୋପବନ୍ଧୁପ୍ରେମୀ ବିରୋଧ କରିଥିଲେ। ବାରମ୍ବାର ପ୍ରତିମୂର୍ତ୍ତି ସ୍ଥାନାନ୍ତରକୁ ନେଇ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଥିଲା। ପ୍ରଶାସନ ଶେଷରେ ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟ ଛାତରୁ ଗୋପବନ୍ଧୁଙ୍କୁ ସ୍ଥାନାନ୍ତର କରି ରାମଦୟା ପରିଷଦ ଏବଂ ବଡ଼ଛତା ମଠ ମଝିରେ ଏକ ପିଣ୍ଡି ଗଢି ସ୍ଥାପନ କରିଛି। କିନ୍ତୁ ଶନିବାର ଏହି ମହାନ ପୂଜ୍ୟପୂଜାଙ୍କୁ କପଡ଼ା ଘେର ଭିତରେ ରଖାଯାଇଥିବା ଦେଖିବାକୁ ମିଳିଥିଲା। ସନ୍ଧ୍ୟାରେ ବଡ଼ଛତା ମଠ ସମ୍ମୁଖରେ ଇନ୍ଦ୍ର, ଚନ୍ଦ୍ର ଓ ଗୋବିନ୍ଦ ବନ୍ଦାପନା ନୀତି ଚାଲିଥିବାବେଳେ ଗୋପବନ୍ଧୁଙ୍କ ମୂର୍ତ୍ତି ଥିବା ପିଣ୍ଡିକୁ ସମ୍ପୂର୍ଣ୍ଣ ଭାବେ କପଡ଼ାରେ ଘୋଡାଇ ଦିଆଯାଇଥିଲା। ଏ ନେଇ ଅନେକ ଅସନ୍ତୋଷ ବ୍ୟକ୍ତ କରିଥିଲେ। ତେବେ ଠାକୁରଙ୍କ ନୀତି ପାଇଁ ପିଣ୍ଡିରେ ଏଭଳି କପଡ଼ା ଆଚ୍ଛାଦିତ କରାଯାଇଥିବା ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସରପଞ୍ଚ ଚାମେଲୀ ଓଝାଙ୍କ ବିରୋଧରେ ସରିଲା ଅନାସ୍ଥା ଭୋଟିଂ, ନିଜେ ଉପସ୍ଥିତ ରହି କହିଲେ ଏମିତି…

ମହାକାଳପଡ଼ା,୧୩ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ବହୁ ଚର୍ଚ୍ଚିତ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ତିଖିରି ପଞ୍ଚାୟତ ଅଫିସଠାରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଗୁରୁବାର ସରପଞ୍ଚ ଚାମେଲୀ…

ବିଲକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ୨ ଜଣ…

ନୀଳଗିରି, ୧୩।୮ (ପ୍ରଶାନ୍ତ କୁମାର ବିଶ୍ବାଳ): ଗୁରୁବାର ସକାଳେ ବିଲକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ୨ ଗୁରୁତର ହୋଇଛନ୍ତି। ନୀଳଗିରି ଉପଖଣ୍ଡ ଶ୍ୟାମସୁନ୍ଦରପୁର ପଞ୍ଚାୟତର ଦ୍ବାରିକା…

କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପାଣ୍ଠିରେ ନୀଳଗିରି ମେଡିକାଲର ହେବ ଉନ୍ନତି, ଖର୍ଚ୍ଚ ହେବ ଏତିକି କୋଟି…

ନୀଳଗିରି,୧୩ା୮(ପ୍ରଶାନ୍ତ କୁମାର ବିଶ୍ୱାଳ): କେନ୍ଦ୍ରରେଳ, ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ତଥା ରାଜ୍ୟ ସଭା ଏମ୍‌ପି ଅଶ୍ୱିନୀ କୁମାର ବୈଷ୍ଣବ ମନ୍ତ୍ରିମଣ୍ଡଳର ଜଣେ ଦକ୍ଷ ଏବଂ ସଚ୍ଚୋଟ ମନ୍ତ୍ରୀଭାବେ ପ୍ରଧାନମନ୍ତ୍ରୀଙ୍କ…

ବିଡ଼ିଓର ପରିଚୟ କଲେ ଫୋନ୍‌, କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ଲୁଟିନେଲେ ଟଙ୍କା

ଉଦଳା, ୧୩।୮ (ସନ୍ତୋଷ ବାଛିନୀ): ନିଜକୁ ବିଡ଼ିଓର ପରିଚୟ ଦେଲେ ଆଉ କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ପ୍ରିନ୍ସିପାଲଙ୍କ ନିକଟରୁ ଟଙ୍କା ଲୁଟିନେଲେ ସାଇବର…

ତ୍ରିରଙ୍ଗା ଅଭିଯାନରେ ସାମିଲ ହେଲେ ଜିଲାପାଳ, ସ୍ବାଧୀନତା ସଂଗ୍ରାମୀ ତ୍ୟାଗ ଓ ବଳିଦାନକୁ ମନେ ପକାଇ…

ଛତ୍ରପୁର,୧୩ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସ୍ବାଧୀନତା ଦିବସ ପୂର୍ବରୁ ଦେଶବ୍ୟାପୀ ‘ହର୍‌ଘର ତ୍ରିରଙ୍ଗା’ ଅଭିଯାନକୁ ସଫଳ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ନିଜ ବାସଭବନରେ…

ଦାରିଙ୍ଗବାଡିରେ ହର୍‌ ଘର୍‌ ତ୍ରିରଙ୍ଗା: ଯୋଗଦେଲେ ଶହ ଶହ ଛାତ୍ରୀଛାତ୍ର

ଦାରିଙ୍ଗବାଡି, ୧୩।୮(ଅରୁଣ ସାହୁ): ଆଉ ମାତ୍ର ଗୋଟିଏ ଦିନ ପରେ ଦେଶ ପାଳିବ ସ୍ବାଧୀନତା ଦିବସ। ଏହି ଅବସରରେ ସାରା ଦେଶ ଉତ୍ସବ ମୁଖର ହୋଇଥିବାବେଳେ ଏଥିରେ…

ଆହୁରି ସକ୍ରିୟ ହେଲା ଲଘୁଚାପ, ଏହି ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କଲା IMD

ଭୁବନେଶ୍ବର,୧୩।୮: ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ ହେଲା ଲଘୁଚାପ । ଏହାର ପ୍ରଭାବରେ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।…

ହୀରାକୁଦ ଡ୍ୟାମକୁ ପ୍ରବେଶ କରୁଛି ୧ ଲକ୍ଷ ଘନଫୁଟରୁ ଅଧିକ ବନ୍ୟାଜଳ, ୨ ଗେଟ୍‌ରେ ହେଉଛି ନିଷ୍କାସନ

ସମ୍ବଲପୁର,୧୩ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାର ପୁଣି ୪ଟି ସ୍ଲୁଇସ୍‌ ଗେଟ୍‌ ବନ୍ଦ କରାଯାଇଛି ଫଳରେ ବର୍ତ୍ତମାନ କେବଳ ୨ଟି ଗେଟ୍‌ରେ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି। ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri