କପଡ଼ା ଯୋଗାଣ ନାଁରେ ୪୭ ଲକ୍ଷ ଠକେଇ, ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୧୪।୨(ବ୍ୟୁରୋ): ସୁରଟ ଓ କୋଲକାତାରୁ ନାମୀଦାମୀ କମ୍ପାନୀର କପଡା ଶସ୍ତାରେ ଯୋଗାଇଦେବା ଆଳରେ ୪୭ ଲକ୍ଷ ଟଙ୍କା ଠକେଇ କରି ଫେରାର ଥିବା ଅଭିଯୁକ୍ତଙ୍କୁ ଖଣ୍ଡଗିରି ଥାନା ପୋଲିସ ଗିରଫ କରିଛି। ସେ ହେଲେ କେନ୍ଦ୍ରାପଡା ଜିଲା ପାଟକୁରା ଅଞ୍ଚଳର ପ୍ରକାଶ କୁମାର ସୁତାର(୪୫)। ବରମୁଣ୍ଡା ବିଡିଏ ଡୁପ୍ଲେକ୍ସ ଅଞ୍ଚଳରେ ରହୁଥିବା ମନମୋହନ ସାହୁଙ୍କର ଏକ ଲୁଗା ଦୋକାନ ରହିଛି। ଅଭିଯୁକ୍ତ ପ୍ରକାଶ ନିଜକୁ ଟ୍ରେଡ୍‌ ମର୍ଚାଣ୍ଟର ପରିଚୟ ଦେଇ ଶସ୍ତାରେ କପଡ଼ା ଯୋଗାଇ ଦେବାକୁ କହି ୨୦୧୬ରେ ମନମୋହନଙ୍କଠାରୁ ୨୭ ଲକ୍ଷ ଓ ୨୦୧୭ରେ ୨୦ ଲକ୍ଷ ଟଙ୍କା ନେଇଥିଲେ। ମାତ୍ର ପରବର୍ତ୍ତୀ ସମୟରେ ତାହା ଯୋଗାଇ ନ ଥିଲେ। ଅଳ୍ପକିଛି ଟଙ୍କା ଫେରାଇ ଦିନ ଗଡ଼ାଇ ଚାଲିଥିଲେ। ଶେଷରେ ମନମୋହନ ଗତ ୩୧ ତାରିଖରେ ଥାନାରେ ଅଭିଯୋଗ କରିବା ପରେ ପୋଲିସ ୮୫/୨୦ରେ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଥିଲା। ବୁଧବାର ପୋଲିସ ଅଭିଯୁକ୍ତଙ୍କୁ ମଞ୍ଚେଶ୍ୱର ଥାନା ଚକେଇସିଆଣୀସ୍ଥିତ ବାସଭବନରୁ ଗିରଫ କରିବା ସହ ପଚରାଉଚରା ପରେ ଗୁରୁବାର କୋର୍ଟ ଚାଲାଣ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ଗର୍ବ ଭାଙ୍ଗିଲେ ଏହି ୫ ଖେଳାଳି: ସାଜିଲେ ବିଜୟର ହିରୋ

କଲମ୍ବୋ,୧୬।୨: ୨୦୨୬ ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ଆଉ ଏକ ସ୍ମରଣୀୟ ବିଜୟ ସହିତ ଭାରତ ସୁପର ୮ରେ ପ୍ରାୟ ନିଜର ସ୍ଥାନ ସୁରକ୍ଷିତ କରିଛି। ଏହି…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri