କପିଳାସରେ ହେବ ରୋପ୍‌ୱେ

ଢେଙ୍କାନାଳ ଅଫିସ,୨୮ା୧

ଢେଙ୍କାନାଳର ପ୍ରସିଦ୍ଧ ଶୈବପୀଠ କପିଳାସରେ କାର୍ଯ୍ୟକାରୀ ହେବ ରୋପ୍‌ଓ୍ବେ। ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ଉତ୍ସବରେ ଯୋଗଦେଇ ଏହି ସୂଚନା ଦେଇଛନ୍ତି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଅଶୋକଚନ୍ଦ୍ର ପଣ୍ଡା। କପିଳାସ ସମେତ ରାଜ୍ୟର ୪ଟି ପର୍ଯ୍ୟଟନସ୍ଥଳୀରେ ଏହି ବ୍ୟବସ୍ଥା କରାଯିବ ବୋଲି ମନ୍ତ୍ରୀ କହିଛନ୍ତି। ଏଥିପାଇଁ ସମସ୍ତ ସ୍ବୀକୃତି ପ୍ରଦାନ କରାଯାଇଛି ା ୨୦୧୮-୧୯ ବର୍ଷରେ ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ କପିଳାସ, ଖୋର୍ଦ୍ଧାର ବରୁଣେଇ, ଧଉଳି ଓ କେନ୍ଦୁଝରର ଭୀମକୁଣ୍ଡ ପର୍ଯ୍ୟଟନ ସ୍ଥଳୀରେ ରୋପୱେ ବ୍ୟବସ୍ଥା କାର୍ଯ୍ୟକାରୀ କରାଯିବାକୁ ପ୍ରସ୍ତାବ ଦିଆଯାଇଥିଲା। କପିଳାସଠାରେ ରୋପୱେ କରାଯିବା ପାଇଁ ବିଧାନସଭାରେ ଢେଙ୍କାନାଳ ବିଧାୟକ ସୁଧିର କୁମାର ସାମଲ ପ୍ରସ୍ତାବ ଦେଇଥିଲେ। ଏଥିପୂର୍ବରୁ ୧୯୯୨ ଓ ୨୦୦୪ରେ ତତ୍କାଳୀନ ଜିଲାପାଳଙ୍କ ପକ୍ଷରୁ କପିଳାସରେ ରୋପୱେ ପାଇଁ ପ୍ରସ୍ତାବ ଦିଆଯାଇଥିଲା। ମାତ୍ର ବନବିଭାଗ ଓ ଦେବୋତ୍ତର ବିଭାଗ ମଧ୍ୟରେ ଜାଗା ବିବାଦ ଯୋଗୁ ପ୍ରକଳ୍ପ ଚୂଡାନ୍ତ ହୋଇପାରି ନ ଥିଲା। ୧୬ ବର୍ଷ ପରେ କପିଳାସରେ ରୋପୱେ ପ୍ରକଳ୍ପ ପାଇଁ ରାଜ୍ୟ ପର୍ଯ୍ୟଟନ ବିଭାଗ ପ୍ରସ୍ତୁତି ଆରମ୍ଭ କରିଛି ା ସେହିପରି କପିଳାସ ବିଜ୍ଞାନ ପାର୍କ ସମେତ ରାଜ୍ୟର ୮ଟି ସ୍ଥାନରେ ପ୍ଲାନେଟୋରିୟମ ଓ ୧୦ ଜିଲାରେ ବିଜ୍ଞାନ କେନ୍ଦ୍ର ପ୍ରତିଷ୍ଠା ହେବ ବୋଲି ମନ୍ତ୍ରୀ ଅଶୋକଚନ୍ଦ୍ର ପଣ୍ଡା ସୂଚନା ଦେଇଛନ୍ତି। ଏ ସଂକ୍ରାନ୍ତରେ ଢେଙ୍କାନାଳ ବିଧାୟକ ସୁଧିର କୁମାର ସାମଲ କୁହନ୍ତି, ଗତ ବିଧାନସଭାରେ କପିଳାସଠାରେ ରୋପ୍‌ୱେ ଏବଂ ବିଜ୍ଞାନ ପାର୍କରେ ପ୍ଲାନେଟୋରିୟମ କରିବାକୁ ପ୍ରସ୍ତାବ ଦେଇଥିଲୁ। ପର୍ଯ୍ୟଟନ ବିଭାଗ ପକ୍ଷରୁ ରୋପୱେ ପ୍ରସ୍ତାବକୁ ସ୍ବୀକୃତି ପ୍ରଦାନ କରାଯାଇଛି ା ଏଥିପାଇଁ ଜାଗା ଚିହ୍ନଟ ପାଇଁ ଦେବୋତ୍ତର ବିଭାଗକୁ ଜଣାଇଛି। ଢେଙ୍କାନାଳ ଉପଜିଲାପାଳ ତଥା ଦେବୋତ୍ତର ଅଧିକାରୀ ସାଫଲ୍ୟ ମଣ୍ଡିତ ପ୍ରଧାନ କହିଛନ୍ତି, ବିଧାୟକ ବିଧାନସଭାରେ ପ୍ରସ୍ତାବ ଦେବାପରେ ଆମକୁ ୫ ଏକର ଜାଗା ଚିହ୍ନଟ କରିବାକୁ ଜଣାଇଛନ୍ତି ା ଜାଗା ଚିହ୍ନଟ କରିବା ପରେ ବିଧାୟକଙ୍କୁ ରିପୋର୍ଟ ପ୍ରଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri