କପିଳାସ ଚିଡ଼ିଆଖାନାର ନୂତନ ଅତିଥି ‘ହିରୋ’

ଢେଙ୍କାନାଳ ଅଫିସ, ୭ା୬-ସମ୍ବଲପୁର-ଦେବଗଡ଼ ଜିଲା ମଧ୍ୟବର୍ତ୍ତୀ ବାମରା ବନଖଣ୍ଡରୁ ଉଦ୍ଧାର ହୋଇଥିବା ହାତୀ ଶାବକ କପିଳାସ ଏଲିଫ୍ୟାଣ୍ଟ ରେସକ୍ୟୁ ସେଣ୍ଟରର ନୂତନ ସଦସ୍ୟ ପାଲଟିଛି। ଏକ ସ୍ବତନ୍ତ୍ର ମିନିଟ୍ରକ୍‌ରେ ଶୁକ୍ରବାର ଅପରାହ୍ନରେ ହାତୀ ଛୁଆକୁ ଅଣାଯାଇଛି। ହାତୀର ଆନୁମାନିକ ବୟସ ଦେଢ଼ବର୍ଷ ହୋଇଥିବାବେଳେ ବନ କର୍ମଚାରୀମାନେ ଏହାର ନାମ ରଖିଛନ୍ତି ‘ହିରୋ’।
ବାମରା ବନଖଣ୍ଡ ଅଞ୍ଚଳରେ ରୋଗାକ୍ରାନ୍ତ ମାଈ ହାତୀର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିଲା। ହାତୀକୁ ଚିକିତ୍ସା କରାଯାଉଥିବା ସମୟରେ ଉକ୍ତ ଶାବକ ମା’ର ପାଖେ ପାଖେ ରହିଥିଲା। ସୁରକ୍ଷା ଦୃଷ୍ଟିରୁ ତାକୁ ଜଙ୍ଗଲକୁ ଛଡ଼ାଯିବା ପରିବର୍ତ୍ତେ କପିଳାସ ଏଲିଫ୍ୟାଣ୍ଟ ରେସ୍‌କ୍ୟୁ ସେଣ୍ଟରରେ ଲାଳନ ପାଳନ କରାଯିବାକୁ ନିଷ୍ପତ୍ତି ନିଆଯାଇଥିଲା।
ଏ ସଂକ୍ରାନ୍ତରେ ଡିଏଫ୍‌ଓ ସୁଦର୍ଶନ ପାତ୍ର କୁହନ୍ତି, ଅସୁସ୍ଥ ମା’ ହାତୀର ମୃତ୍ୟୁ ପରେ ବାମରା ବନଖଣ୍ଡରୁ ହାତୀ ଶାବକର ରକ୍ଷଣାବେକ୍ଷଣ ପାଇଁ କପିଳାସ ଅଣାଯାଇଛି। ଏହାର ସ୍ବାସ୍ଥ୍ୟ ଉପରେ ନଜର ରଖାଯାଇଛି। ସୂଚନାଯୋଗ୍ୟ, କପିଳାସ ଜୁ’ରେ କାର୍ତ୍ତିକ, ଉମା, ଚନ୍ଦୁ ନାମକ ୩ଟି ହାତୀ ଆକର୍ଷଣର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ‘ହିରୋ’ର ଆଗମନ ପରେ ଏହି ସଂଖ୍ୟା ୪ରେ ପହଞ୍ଚତ୍ଛି। ଚିଡ଼ିଆଖାନାରେ କିଛିଦିନ ତଳେ ସ୍ବାସ୍ଥ୍ୟଗତ କାରଣରୁ ହାତୀ ଶାବକ ‘ରାଜା’ର ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା

ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍‌ ଆଶାୟୀ ଥିବା ୨ ଥରର ବିଧାୟିକା...

ବିଧାୟକଙ୍କ ଫେସ୍‌ବୁକ୍‌ ପୋଷ୍ଟ ନେଇ ଜୋର୍‌ଦାର ଚର୍ଚ୍ଚା

ଢେଙ୍କାନାଳ,୨୨ା୪(ରତନ ନାୟାର):ଢେଙ୍କାନାଳ ବିଧାନସଭା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ତଥା ବିଧାୟକ ସୁଧୀର କୁମାର ସାମଲଙ୍କ ଏକ ଫେସ୍‌ବୁକ୍‌ ପୋଷ୍ଟକୁ ନେଇ ଜୋର୍‌ଦାର ଚର୍ଚ୍ଚା ଚାଲିଛି। ସଦର...

ଢେଙ୍କାନାଳ ସଂସଦୀୟ କ୍ଷେତ୍ରରେ ବଢ଼ିଲା ଉଷ୍ମତା, ଲଢ଼େଇରେ ସାମିଲ ୨ ନୂଆ ମୁହଁ

ଢେଙ୍କାନାଳ,୧୫ା୪(ରତନ ନାୟାର): ଢେଙ୍କାନାଳ ଲୋକ ସଭା ଆସନ ପାଇଁ ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି।...

ଅବିନାଶ, ରୁଦ୍ର ପାଣିଙ୍କୁ ଟକ୍କର ଦେବେ ସସ୍ମିତା ବେହେରା

ଢେଙ୍କାନାଳ,୧୪ା୪(ରତନ ନାୟାର)ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ସମ୍ପାଦିକା ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ସସ୍ମିତା ବେହେରାଙ୍କୁ କଂଗ୍ରେସ ଢେଙ୍କାନାଳ ଲୋକ ସଭା ଆସନରୁ ପ୍ରାର୍ଥୀ...

ନିର୍ବାଚନୀ ତାତି ବଢ଼ାଉଛି ୫୫ନଂ. ଜାତୀୟ ରାଜପଥ

ଢେଙ୍କାନାଳ,୧୨ା୪(ରତନ ନାୟାର): କଟକରୁ ଢେଙ୍କାନାଳ ଓ ଅନୁଗୋଳ ଦେଇ ସମ୍ବଲପୁରକୁ ଲମ୍ବିଥିବା ୫୫ନଂ. ଜାତୀୟ ରାଜପଥର ଅଧାପନ୍ତରିଆ ଅବସ୍ଥା ଏବେ ନିର୍ବାଚନୀ ପ୍ରସଙ୍ଗ ପାଲଟିଛି। ଢେଙ୍କାନାଳ,...

ହିନ୍ଦୋଳ ଆସନକୁ ନେଇ ଅଙ୍କ ଛିଡୁନି

ଢେଙ୍କାନାଳ,୧୧ା୪(ରତନ ନାୟାର)ଢେଙ୍କାନାଳ ଏମ୍‌ପି ନିର୍ବାଚନ ପାଇଁ ବିଜେଡି ଓ ଭାଜପା ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇସାରିଛି। ସେହିପରି ଜିଲାର ୪ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ଢେଙ୍କାନାଳ,...

ସନ୍ଦିଗ୍ଧ ପାରା ଉଦ୍ଧାର:ଗୋଡ଼ରେ ଲାଗିଛି ଜିପିଏସ୍‌ ଟ୍ରାକର ଭଳି ଚିପ୍‌

ଢେଙ୍କାନାଳ,୯ା୪(ରତନ ନାୟାର):ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ନିହଲପ୍ରସାଦ ଥାନା ଲାଉଲଇ ଗ୍ରାମର ଏକ ମନ୍ଦିର ପରିସରରୁ ସୋମବାର ଏକ ପାରାକୁ ଅଞ୍ଚଳବାସୀ ଉଦ୍ଧାର କରିଛନ୍ତି। ଉକ୍ତ...

ବୋମାମାଡ଼ କରି ଲୁଟିନେଲେ ୧୪ ଲକ୍ଷ ଟଙ୍କା

କାମାକ୍ଷାନଗର,୫।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଜିରାଳ ସାପ୍ତାହିକ ହାଟରୁ ଶୁକ୍ରବାର ସକାଳେ ଏକ ବଡ଼ ଲୁଟ୍‌ ହୋଇଛି। ୫ ଜଣ ଦୁର୍ବୃତ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri