କପିଳାସ ଜାଗରଯାତ୍ରା ପ୍ରସ୍ତୁତି ଚୂଡ଼ାନ୍ତ

ଢେଙ୍କାନାଳ ଅଫିସ, ୧୮।୨ – ପ୍ରସିଦ୍ଧ ଜାଗରଯାତ୍ରାକୁ ନେଇ ଚଳଚଞ୍ଚଳ ହୋଇଉଠିଛି କପିଳାସ କ୍ଷେତ୍ରାଧିପତି ଶ୍ରୀଚନ୍ଦ୍ରଶେଖର ଜୀଉଙ୍କ ପୀଠ। ଯାତ୍ରାକୁ ଶୃଙ୍ଖଳିତ କରିବାକୁ ପ୍ରସ୍ତୁତି ପର୍ବ ଯୋଜନା ଅନୁଯାୟୀ ଆଗେଇ ଚାଲିଛି। ପ୍ରତ୍ନତତ୍ତ୍ୱ ବିଭାଗ ପକ୍ଷରୁ ପୀଠର ଉନ୍ନତୀକରଣ କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ ଜାରି ରହିଥିବାବେଳେ ଠାକୁରଙ୍କ ନୀତି ଠିକ୍‌ ସମୟରେ ସମ୍ପନ୍ନ କରିବା ଉପରେ ଗୁରୁତ୍ୱ ଦିଆଯାଉଛି।
ଆସନ୍ତା ଶୁକ୍ରବାର (୨୧ ତାରିଖ)ରେ ପବିତ୍ର ମହାଶିବରାତ୍ରି। ମହାଦେବଙ୍କ ଜାଗରଯାତ୍ରାକୁ ସୁଚାରୁରୂପେ ସମ୍ପାଦନ କରିବାକୁ ଦିନରାତି ଏକ୍‌ କରିଦେଇଛି ଦେବୋତ୍ତର ବିଭାଗ। ଜିଲା ଦେବୋତ୍ତର ଅଧିକାରୀ ତଥା ଢେଙ୍କାନାଳ ଉପଜିଲାପାଳ ସାଫଲ୍ୟ ମଣ୍ଡିତ ପ୍ରଧାନ ଶନିବାର ବିଭିନ୍ନ ଅଧିକାରୀଙ୍କ ସହ ପୀଠ ଉପସ୍ଥିତ ରହି ପ୍ରସ୍ତୁତି କାର୍ଯ୍ୟର ସମୀକ୍ଷା କରିଛନ୍ତି। ଅନ୍ୟପଟେ ଜାଗରଯାତ୍ରା ପୂର୍ବରୁ ପୀଠରେ ରଙ୍ଗକାମ ଶେଷ ହୋଇଛି। ନୂଆଚୂନ ଲାଗି ହେବା ପରେ ଝଟକୁଛି ମୁଖ୍ୟମନ୍ଦିର, ପାର୍ଶ୍ୱମନ୍ଦିର ଏବଂ ରୋଷଘର। ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମକୁ ନଜରରେ ରଖି ଦେବୋତ୍ତର ବିଭାଗ ପକ୍ଷରୁ ଧାଡ଼ି ଦର୍ଶନ ଲାଗି ସ୍ଥାୟୀ ଷ୍ଟିଲ ବ୍ୟାରିକେଡ୍‌ ନିର୍ମାଣ କରାଯାଇଛି। ପ୍ରତ୍ନତତ୍ତ୍ୱ ବିଭାଗ ପକ୍ଷରୁ ମନ୍ଦିର ସମ୍ମୁଖରେ ଉନ୍ନତୀକରଣ କାର୍ଯ୍ୟ ଚାଲିଛି। ସେହିପରି ବାରବାଙ୍କ ରାସ୍ତାରେ ବିଦ୍ୟୁତ୍‌ ବ୍ୟବସ୍ଥା, ପାହାଚ ରାସ୍ତା ମରାମତି ସାଙ୍ଗକୁ ଆନୁଷଙ୍ଗିକ କାମ ଜାରି ରହିଛି। ହାତପାହାନ୍ତାରେ ଶ୍ରଦ୍ଧାଳୁଙ୍କୁ ପାଣି ଯୋଗାଇ ଦେବାକୁ ଟ୍ୟାଙ୍କର ବ୍ୟବସ୍ଥା କରାଯାଇଛି। ଠାକୁରଙ୍କ ନୀତିକାନ୍ତି ସଅଳ ସାରିବା ପାଇଁ ସେବାୟତଙ୍କ ସହିତ ଆଲୋଚନା ହୋଇଛି। ଟ୍ରାଫିକ ନିୟନ୍ତ୍ରଣ, ପାର୍କିଂ ବ୍ୟବସ୍ଥା ସମେତ ଅଗ୍ନିଶମ ବିଭାଗ, ବିଦ୍ୟୁତ୍‌ ବିଭାଗ ପକ୍ଷରୁ ଅସ୍ଥାୟୀ ଟେଣ୍ଟ ପ୍ରସ୍ତୁତ କରାଯାଇଛି। ପୀଠ ସମେତ ଆଖପାଖ ଅଞ୍ଚଳକୁ ପରିଷ୍କାର ପରିଚ୍ଛନ୍ନ କରାଯାଇଛି। ବିଭିନ୍ନ ବିଭାଗ ମଧ୍ୟରେ ସମନ୍ବୟ ରଖି ନିର୍ଦ୍ଧାରିତ ସମୟ ପୂର୍ବରୁ ସମସ୍ତ କାମ ଶେଷ କରିବାକୁ ନିଷ୍ପତ୍ତି ହୋଇଛି।
ଏ ନେଇ ଜିଲା ଦେବୋତ୍ତର ଅଧିକାରୀ ତଥା ଉପଜିଲାପାଳ କୁହନ୍ତି, ଜାଗରଯାତ୍ରା ପାଇଁ କପିଳାସ ପୀଠରେ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ। ଆଇନଶୃଙ୍ଖଳା ରକ୍ଷା ପାଇଁ ୩ଜଣ ମାଜିଷ୍ଟ୍ରେଟ୍‌ଙ୍କ ସମେତ ଆବଶ୍ୟକ ପୋଲିସ ଫୋର୍ସ ମୁତୟନ କରାଯିବ। ଏଥି ପାଇଁ ବିଭିନ୍ନ ବିଭାଗକୁ ନେଇ ସମୀକ୍ଷା କରାଯାଇଥିବା ସେ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଚଳିତବର୍ଷ ଭୋର ୪ଟା ୨୦ରେ ମହାଦୀପ ମନ୍ଦିର ଚୂଡ଼ାକୁ ଉଠିବ। ରାଜ ପୁରୋଧା ପଞ୍ଚାନନ ମିଶ୍ରଙ୍କ ଦ୍ୱାରା ଏହି ସମୟ ନିର୍ଦ୍ଧାରିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁନାଖଳା ପାହାଡ଼ରେ ବାଘ ଆତଙ୍କ, ଲୋକେ ଭୟଭୀତ

ପାତ୍ରପୁର୨୧।୩(ଉମାଚରଣ ନେପାକ): ଗଞ୍ଜାମ ଜିଲା ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଲଙ୍କା-ସୁନାଖଳା ପାହାଡ଼ ନିକଟରେ ଶନିବାର ସନ୍ଧ୍ୟାରେ ଏକ କଲରାପତିରିଆ ବାଘ ବସିଥିବା ସ୍ଥାନୀୟ ଲୋକେ ଦେଖିଥିବା ଚର୍ଚ୍ଚା…

ବିଜେଡି ଛାଡ଼ିଲେ ବସ୍ତା ବ୍ଲକ ସଭାପତି ଅନିଲ ମହାନ୍ତି, କହିଲେ ଏହି ବଡ଼ କାରଣ…

ବାଲେଶ୍ୱର, ୨୧।୩(ବାଞ୍ଛାନିଧି ଦେ): ବିଜେଡି ଛାଡ଼ିଲେ ବାଲେଶ୍ୱର ଜିଲା ବସ୍ତା ବ୍ଲକ ସଭାପତି ଅନିଲ କୁମାର ମହାନ୍ତି l ସେ ଶନିବାର ଦଳର ପ୍ରାଥମିକ ସଦସ୍ୟ ପଦରୁ…

ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେଇଥିଲେ ସ୍ବାମୀ, ଅଦାଲତ ଶୁଣାଇଲେ ଏମିତି ରାୟ

ଥୁଆମୂଳ ରାମପୁର,୨୧ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଓ ଦୌରା ଜଜ୍‌ ଅଦାଲତ ଏକ ସମ୍ବେଦନଶୀଳ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି।…

କମେଣ୍ଟ୍ରିରୁ ଅବସର ନେଲେ ଶିବରାମ, ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଏବେ…

ନୂଆଦିଲ୍ଲୀ,୨୧ା୩: ଭାରତର ପୂର୍ବତନ କ୍ରିକେଟର ଲକ୍ଷ୍ମଣ ଶିବରାମ କ୍ରିଷ୍ଣନ କମେଣ୍ଟ୍ରିରୁ ଅବସର ଘୋଷଣା କରିଛନ୍ତି। ହେଲେ ସେ ଅବସର ଘୋଷଣା ଲାଗି କରିଥିବା ସୋସିଆଲ ମିଡିଆ ପୋଷ୍ଟକୁ…

ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ଛାତରୁ ଡେଇଁ ପଡ଼ିଲେ ସ୍ତ୍ରୀ, ଆଉ ତା’ପରେ…

କଣ୍ଟାବାଞ୍ଜି,୨୧।୩: ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା କପିଳାଭଟା ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ସ୍ତ୍ରୀ ଛାତରୁ ଡେଇଁ…

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଜଙ୍ଗଲରେ ବିସ୍ଫୋରକ ଖଞ୍ଜିଥିଲେ ମାଓବାଦୀ, ବଡ଼ ଅଘଟଣ ଘଟିବା ପୂର୍ବରୁ…

ବାଲିଗୁଡ଼ା,୨୧ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ସମଗ୍ର କନ୍ଧମାଳ ଜିଲାରେ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଉଥିବା ବେଳେ ଏକ ବଡ଼ଧରଣର ଅଘଟଣରୁ ବର୍ତ୍ତିଯାଇଛନ୍ତି ସୁରକ୍ଷାକର୍ମୀ। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଜଙ୍ଗଲରେ…

ସାକ୍ଷୀଗୋପାଳଙ୍କୁ ଦର୍ଶନ କରି ଟଳି ପଡ଼ିଲେ ବୃଦ୍ଧା

ସାକ୍ଷୀଗୋପାଳ,୨୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶନିବାର ସନ୍ଧ୍ୟାରେ ଶ୍ରୀ ସାକ୍ଷୀଗୋପାଳଙ୍କୁ ଦର୍ଶନ କରିବା ପରେ ଜଣେ ବୃଦ୍ଧା ତୀର୍ଥଯାତ୍ରୀ ହଠାତ୍‌ ଟଳି ପଡ଼ିଥିଲେ। ତାଙ୍କ ସହିତ ରହିଥିବା…

ଅଷ୍ଟ୍ରେଲିଆକୁ ପରାସ୍ତ କରି ଜାପାନ ଚାମ୍ପିୟନ

ସିଡ୍‌ନୀ,୨୧ା୩: ଚଳିତ ମହିଳା ଏସିଆନ କପ୍‌ ଫୁଟବଲ ଟୁର୍ନାମେଣ୍ଟରେ ଜାପାନ ଚାମ୍ପିୟନ ହୋଇଛି। ଶନିବାର ଷ୍ଟାଡିୟମ ଅଷ୍ଟ୍ରେଲିଆରେ ଅନୁଷ୍ଠିତ ଫାଇନାଲରେ ମାଇକା ହାମାନୋଙ୍କ ଗୋଲ ବଳରେ ଜାପାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri