କପିଳାସ ପୀଠରେ ଜଳକଷ୍ଟ ସବୁଦିନିଆ: ଅଟକିଛି ୫୦ଲକ୍ଷ ଟଙ୍କାର ପ୍ରକଳ୍ପ

ଢେଙ୍କାନାଳ ଅଫିସ, ୧୧।୭ – ରାଜ୍ୟର ଅନ୍ୟତମ ପ୍ରମୁଖ ଶୈବପୀଠ କପିଳାସରେ ପାନୀୟ ଜଳ ଅଭାବ ପ୍ରମୁଖ ସମସ୍ୟା ଭାବେ ଉଭାହୋଇଛି। ଏଠାକୁ ଆସୁଥିବା ଶ୍ରଦ୍ଧାଳୁ ବିଶୁଦ୍ଧ ପାନୀୟ ଜଳ ମୁନ୍ଦାଏ ପାଇଁ ଡହଳବିକଳ ହେଉଛନ୍ତି। ଏହାର ସ୍ଥାୟୀ ସମାଧାନ ଲାଗି ୫୦ ଲକ୍ଷ ଟଙ୍କା ବ୍ୟୟରେ ପାନୀୟ ଜଳ ପ୍ରକଳ୍ପ ମଞ୍ଜୁର ହୋଇଛି। ଏଥିଲାଗି ସମସ୍ତ ପ୍ରସ୍ତୁତି ମଧ୍ୟ ଶେଷ ହୋଇଛି। ହେଲେ ପୀଠରେ ଖନନ କାର୍ଯ୍ୟ ନିୟମ ବିରୋଧୀ କହି ପ୍ରତ୍ନତତ୍ତ୍ୱ ବିଭାଗ ଏହା ଉପରେ ରୋକ୍‌ ଲଗାଇଛି। ଫଳରେ ମନ୍ଦିର ପାଇଁ ଅତ୍ୟାବଶ୍ୟକ ଏହି ପ୍ରକଳ୍ପର ଭାଗ୍ୟ ଏବେ ଅନିଶ୍ଚିତତା ମଧ୍ୟରେ ଝୁଲି ରହିଛି।
କପିଳାସ କ୍ଷେତ୍ରାଧିପତି ମହାପ୍ରଭୁ ଶ୍ରୀ ଚନ୍ଦ୍ରଶେଖରଜୀଉଙ୍କୁ ଦର୍ଶନ କରିବାକୁ ବର୍ଷତମାମ ଏଠାରେ ପର୍ଯ୍ୟଟକଙ୍କ ଭିଡ଼ ଲାଗିରହିଥାଏ। ପର୍ଯ୍ୟଟନ ଋତୁ ସମେତ ମାଘ ମାସ, କାର୍ତ୍ତିକ ମାସ, ଶ୍ରାବଣ ମାସରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଥାଏ। ହେଲେ ଶ୍ରଦ୍ଧାଳୁଙ୍କ ପାଇଁ ପର୍ଯ୍ୟାପ୍ତ ପିଇବା ପାଣି ସୁବିଧା ନ ଥିବାରୁ ସେମାନେ ନାହିଁ ନ ଥିବା ହୀନସ୍ତା ହେଉଛନ୍ତି। ଏହାର ସ୍ଥାୟୀ ପ୍ରତିକାର କରିବାକୁ ପୂର୍ବତନ ଜିଲାପାଳ ନିଖିଲ ପଓ୍ବନ କଲ୍ୟାଣଙ୍କ ସମୟରେ ଜିଲା ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗ ପକ୍ଷରୁ ୫୦ଲକ୍ଷ ଟଙ୍କାର ପାନୀୟଜଳ ପ୍ରକଳ୍ପ ନିର୍ମାଣ ପାଇଁ ଯୋଜନା ପ୍ରସ୍ତୁତ କରାଯାଇଥିଲା। କପିଳାସ ପାଦ ଦେଶରୁ ଘାଟିରାସ୍ତା ଦେଇ ପୀଠକୁ ଜଳଯୋଗାଣ ପାଇଁ ପ୍ରାରମ୍ଭିକ କାର୍ଯ୍ୟ ମଧ୍ୟ ଆରମ୍ଭ ହୋଇସାରିଥିଲା। ହେଲେ ଠିକ୍‌ ସମୟରେ ଏଥିରେ କେଁ ପୂରାଇଲା ପ୍ରତ୍ନତତ୍ତ୍ୱ ବିଭାଗ। ପୀଠ ପରିସରରେ ଖନନ କାର୍ଯ୍ୟ ନେଇ ଆପତ୍ତି ଉଠାଇଲା । ନିୟମ ଓ ମାର୍ଗଦର୍ଶିକା ଦେଖାଇ ଉକ୍ତ ଅତ୍ୟାବଶ୍ୟକ ପ୍ରକଳ୍ପକୁ ବନ୍ଦ କରିଦିଆଗଲା।
ନୂତନ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରାଙ୍କ ଅଧ୍ୟକ୍ଷତାରେ ଗତ ମଙ୍ଗଳବାର ଅନୁଷ୍ଠିତ ଶ୍ରାବଣ ଜଳ ଲାଗି ପ୍ରସ୍ତୁତି ବୈଠକରେ ସମସ୍ୟା ସମ୍ପର୍କରେ ସଭ୍ୟମାନେ ଦୃଷ୍ଟି ଆକର୍ଷଣ କରିଥିଲେ। ଏହାର ଉତ୍ତରରେ ଜିଲାପାଳ କହିଲେ, ଶ୍ରାବଣ ମାସରେ ଶ୍ରଦ୍ଧାଳୁ ଏବଂ କାଉଡ଼ିଆଙ୍କ ଲାଗି ଆବଶ୍ୟକ ପାନୀୟ ଜଳ ବ୍ୟବସ୍ଥା କରାଯିବ। ଏହାପରେ ଅଧାରେ ଅଟକିଥିବା ପ୍ରକଳ୍ପ କାର୍ଯ୍ୟକ୍ଷମ ପାଇଁ ପଦକ୍ଷେପ ଗ୍ରହଣ କରାଯିବ। ଏ ନେଇ ଜିଲା ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗ ନିର୍ବାହୀ ଯନ୍ତ୍ରୀ କୁହନ୍ତି, ପ୍ରତ୍ନତତ୍ତ୍ୱ ବିଭାଗ ହାତରେ କପିଳାସ ପୀଠ ରହିଛି। ପ୍ରକଳ୍ପ ଉପରେ ପ୍ରତ୍ନତତ୍ତ୍ୱ ବିଭାଗ ରୋକ୍‌ ଲଗାଇଛି। ନିର୍ଦ୍ଦେଶନାମା ଆସିବା ପରେ ହିଁ କାମ ଆରମ୍ଭ ହୋଇପାରିବ ବୋଲି ସେ ସୂଚନା ଦେଇଛନ୍ତି। ପୀଠରେ ପର୍ଯ୍ୟଟକଙ୍କ ସଂଖ୍ୟା ବଢୁଥିବାବେଳେ ପାନୀୟ ଜଳ ସମସ୍ୟାର ସ୍ଥାୟୀ ସମାଧାନ ମଧ୍ୟ ଜରୁରୀ ହୋଇପଡ଼ିଛି। ଏଥିପ୍ରତି ଜିଲା ପ୍ରଶାସନ, ପ୍ରତ୍ନତତ୍ତ୍ୱ ବିଭାଗ, ଏମ୍‌ପି ଏବଂ ବିଧାୟକ ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri