କପିଳାସ ପୀଠରେ ଜଳକଷ୍ଟ ସବୁଦିନିଆ: ଅଟକିଛି ୫୦ଲକ୍ଷ ଟଙ୍କାର ପ୍ରକଳ୍ପ

ଢେଙ୍କାନାଳ ଅଫିସ, ୧୧।୭ – ରାଜ୍ୟର ଅନ୍ୟତମ ପ୍ରମୁଖ ଶୈବପୀଠ କପିଳାସରେ ପାନୀୟ ଜଳ ଅଭାବ ପ୍ରମୁଖ ସମସ୍ୟା ଭାବେ ଉଭାହୋଇଛି। ଏଠାକୁ ଆସୁଥିବା ଶ୍ରଦ୍ଧାଳୁ ବିଶୁଦ୍ଧ ପାନୀୟ ଜଳ ମୁନ୍ଦାଏ ପାଇଁ ଡହଳବିକଳ ହେଉଛନ୍ତି। ଏହାର ସ୍ଥାୟୀ ସମାଧାନ ଲାଗି ୫୦ ଲକ୍ଷ ଟଙ୍କା ବ୍ୟୟରେ ପାନୀୟ ଜଳ ପ୍ରକଳ୍ପ ମଞ୍ଜୁର ହୋଇଛି। ଏଥିଲାଗି ସମସ୍ତ ପ୍ରସ୍ତୁତି ମଧ୍ୟ ଶେଷ ହୋଇଛି। ହେଲେ ପୀଠରେ ଖନନ କାର୍ଯ୍ୟ ନିୟମ ବିରୋଧୀ କହି ପ୍ରତ୍ନତତ୍ତ୍ୱ ବିଭାଗ ଏହା ଉପରେ ରୋକ୍‌ ଲଗାଇଛି। ଫଳରେ ମନ୍ଦିର ପାଇଁ ଅତ୍ୟାବଶ୍ୟକ ଏହି ପ୍ରକଳ୍ପର ଭାଗ୍ୟ ଏବେ ଅନିଶ୍ଚିତତା ମଧ୍ୟରେ ଝୁଲି ରହିଛି।
କପିଳାସ କ୍ଷେତ୍ରାଧିପତି ମହାପ୍ରଭୁ ଶ୍ରୀ ଚନ୍ଦ୍ରଶେଖରଜୀଉଙ୍କୁ ଦର୍ଶନ କରିବାକୁ ବର୍ଷତମାମ ଏଠାରେ ପର୍ଯ୍ୟଟକଙ୍କ ଭିଡ଼ ଲାଗିରହିଥାଏ। ପର୍ଯ୍ୟଟନ ଋତୁ ସମେତ ମାଘ ମାସ, କାର୍ତ୍ତିକ ମାସ, ଶ୍ରାବଣ ମାସରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଥାଏ। ହେଲେ ଶ୍ରଦ୍ଧାଳୁଙ୍କ ପାଇଁ ପର୍ଯ୍ୟାପ୍ତ ପିଇବା ପାଣି ସୁବିଧା ନ ଥିବାରୁ ସେମାନେ ନାହିଁ ନ ଥିବା ହୀନସ୍ତା ହେଉଛନ୍ତି। ଏହାର ସ୍ଥାୟୀ ପ୍ରତିକାର କରିବାକୁ ପୂର୍ବତନ ଜିଲାପାଳ ନିଖିଲ ପଓ୍ବନ କଲ୍ୟାଣଙ୍କ ସମୟରେ ଜିଲା ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗ ପକ୍ଷରୁ ୫୦ଲକ୍ଷ ଟଙ୍କାର ପାନୀୟଜଳ ପ୍ରକଳ୍ପ ନିର୍ମାଣ ପାଇଁ ଯୋଜନା ପ୍ରସ୍ତୁତ କରାଯାଇଥିଲା। କପିଳାସ ପାଦ ଦେଶରୁ ଘାଟିରାସ୍ତା ଦେଇ ପୀଠକୁ ଜଳଯୋଗାଣ ପାଇଁ ପ୍ରାରମ୍ଭିକ କାର୍ଯ୍ୟ ମଧ୍ୟ ଆରମ୍ଭ ହୋଇସାରିଥିଲା। ହେଲେ ଠିକ୍‌ ସମୟରେ ଏଥିରେ କେଁ ପୂରାଇଲା ପ୍ରତ୍ନତତ୍ତ୍ୱ ବିଭାଗ। ପୀଠ ପରିସରରେ ଖନନ କାର୍ଯ୍ୟ ନେଇ ଆପତ୍ତି ଉଠାଇଲା । ନିୟମ ଓ ମାର୍ଗଦର୍ଶିକା ଦେଖାଇ ଉକ୍ତ ଅତ୍ୟାବଶ୍ୟକ ପ୍ରକଳ୍ପକୁ ବନ୍ଦ କରିଦିଆଗଲା।
ନୂତନ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରାଙ୍କ ଅଧ୍ୟକ୍ଷତାରେ ଗତ ମଙ୍ଗଳବାର ଅନୁଷ୍ଠିତ ଶ୍ରାବଣ ଜଳ ଲାଗି ପ୍ରସ୍ତୁତି ବୈଠକରେ ସମସ୍ୟା ସମ୍ପର୍କରେ ସଭ୍ୟମାନେ ଦୃଷ୍ଟି ଆକର୍ଷଣ କରିଥିଲେ। ଏହାର ଉତ୍ତରରେ ଜିଲାପାଳ କହିଲେ, ଶ୍ରାବଣ ମାସରେ ଶ୍ରଦ୍ଧାଳୁ ଏବଂ କାଉଡ଼ିଆଙ୍କ ଲାଗି ଆବଶ୍ୟକ ପାନୀୟ ଜଳ ବ୍ୟବସ୍ଥା କରାଯିବ। ଏହାପରେ ଅଧାରେ ଅଟକିଥିବା ପ୍ରକଳ୍ପ କାର୍ଯ୍ୟକ୍ଷମ ପାଇଁ ପଦକ୍ଷେପ ଗ୍ରହଣ କରାଯିବ। ଏ ନେଇ ଜିଲା ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗ ନିର୍ବାହୀ ଯନ୍ତ୍ରୀ କୁହନ୍ତି, ପ୍ରତ୍ନତତ୍ତ୍ୱ ବିଭାଗ ହାତରେ କପିଳାସ ପୀଠ ରହିଛି। ପ୍ରକଳ୍ପ ଉପରେ ପ୍ରତ୍ନତତ୍ତ୍ୱ ବିଭାଗ ରୋକ୍‌ ଲଗାଇଛି। ନିର୍ଦ୍ଦେଶନାମା ଆସିବା ପରେ ହିଁ କାମ ଆରମ୍ଭ ହୋଇପାରିବ ବୋଲି ସେ ସୂଚନା ଦେଇଛନ୍ତି। ପୀଠରେ ପର୍ଯ୍ୟଟକଙ୍କ ସଂଖ୍ୟା ବଢୁଥିବାବେଳେ ପାନୀୟ ଜଳ ସମସ୍ୟାର ସ୍ଥାୟୀ ସମାଧାନ ମଧ୍ୟ ଜରୁରୀ ହୋଇପଡ଼ିଛି। ଏଥିପ୍ରତି ଜିଲା ପ୍ରଶାସନ, ପ୍ରତ୍ନତତ୍ତ୍ୱ ବିଭାଗ, ଏମ୍‌ପି ଏବଂ ବିଧାୟକ ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri