କପିଳାସ ପୀଠରେ ୩୦ହଜାର ଶ୍ରଦ୍ଧାଳୁ

ଢେଙ୍କାନାଳ ଅଫିସ, ୨।୧ – ଇଂଲିଶ ନବବର୍ଷର ବୁଧବାର ଥିଲା ପ୍ରଥମ ଦିନ। ଏହାକୁ ନେଇ ସବୁଠି ଦେଖାଦେଇଥିଲା ବିପୁଳ ଉତ୍ସାହ। ପରିବାର, ସାଙ୍ଗସାଥୀଙ୍କ ଶୁଭମନାସି ଦିଅଁ ଦର୍ଶନରୁ ଆରମ୍ଭ ହୋଇଥିଲା ସକାଳ।
ନବବର୍ଷ ଉପଲକ୍ଷେ ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସରେ ପ୍ରବଳ ଜନସମାଗମ ହୋଇଥିଲା। ୩୦ ହଜାରରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁ ମହାପ୍ରଭୁ ଶ୍ରୀ ଚନ୍ଦ୍ରଶେଖରଜୀଉ ଏବଂ ମାତା ପାର୍ବତୀଙ୍କୁ ଦର୍ଶନ କରିଥିଲେ। ଠାକୁରଙ୍କ ଦର୍ଶନ ପାଇଁ ଦିନ ତମାମ ମନ୍ଦିର, ପାହାଚ ରାସ୍ତା, ଘାଟିରାସ୍ତାରେ ଲମ୍ବା ଧାଡ଼ି ଲାଗିଥିଲା। ଶୃଙ୍ଖଳିତ ଦର୍ଶନ ପାଇଁ ଦେବୋତ୍ତର ବିଭାଗ ପକ୍ଷରୁ ବ୍ୟାପକ ଆୟୋଜନ କରାଯାଇଥିଲା। ବହୁସଂଖ୍ୟାରେ ଶ୍ରଦ୍ଧାଳୁ ପ୍ରସାଦ ସେବନ ମଧ୍ୟ କରିଥିଲେ। ଉପଜିଲାପାଳ ତଥା ଜିଲା ଦେବୋତ୍ତର ଅଧିକାରୀ ସାଫଲ୍ୟ ମଣ୍ଡିତ ପ୍ରଧାନ ପୀଠରେ ଠାକୁରଙ୍କୁ ଦର୍ଶନ କରିଥିଲେ। ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ସଶସ୍ତ୍ର ପୋଲିସ ମୁତୟନ କରାଯାଇଥିଲା। ସେହିପରି ଦିଅଁ ଦର୍ଶନ ପରେ ଅନେକେ କପିଳାସ ପାଦ ଦେଶରେ ବଣଭୋଜି କରି ମଜା ନେବା ସହ ଚିଡ଼ିଆଖାନା, ବିଜ୍ଞାନ ଉଦ୍ୟାନ ବୁଲି ଦେଖିଥିଲେ। ସେହିପରି ଅନ୍ୟତମ ପ୍ରମୁଖ ପର୍ଯ୍ୟଟନସ୍ଥଳୀ ସପ୍ତଶଯ୍ୟା, ଶ୍ରୀବଳରାମ ପୀଠ, ମା’ ବ୍ରହ୍ମାୟଣୀ ଦେବୀ, ଦକ୍ଷିଣକାଳୀ ମନ୍ଦିର, ଶ୍ୟାମାଚରଣପୁରସ୍ଥିତ ସାଇ ଶ୍ରୀକ୍ଷେତ୍ରରେ ମଧ୍ୟ ନବବର୍ଷ ଉପଲକ୍ଷେ ପ୍ରବଳ ଗହଳି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା

ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍‌ ଆଶାୟୀ ଥିବା ୨ ଥରର ବିଧାୟିକା...

ବିଧାୟକଙ୍କ ଫେସ୍‌ବୁକ୍‌ ପୋଷ୍ଟ ନେଇ ଜୋର୍‌ଦାର ଚର୍ଚ୍ଚା

ଢେଙ୍କାନାଳ,୨୨ା୪(ରତନ ନାୟାର):ଢେଙ୍କାନାଳ ବିଧାନସଭା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ତଥା ବିଧାୟକ ସୁଧୀର କୁମାର ସାମଲଙ୍କ ଏକ ଫେସ୍‌ବୁକ୍‌ ପୋଷ୍ଟକୁ ନେଇ ଜୋର୍‌ଦାର ଚର୍ଚ୍ଚା ଚାଲିଛି। ସଦର...

ଢେଙ୍କାନାଳ ସଂସଦୀୟ କ୍ଷେତ୍ରରେ ବଢ଼ିଲା ଉଷ୍ମତା, ଲଢ଼େଇରେ ସାମିଲ ୨ ନୂଆ ମୁହଁ

ଢେଙ୍କାନାଳ,୧୫ା୪(ରତନ ନାୟାର): ଢେଙ୍କାନାଳ ଲୋକ ସଭା ଆସନ ପାଇଁ ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି।...

ଅବିନାଶ, ରୁଦ୍ର ପାଣିଙ୍କୁ ଟକ୍କର ଦେବେ ସସ୍ମିତା ବେହେରା

ଢେଙ୍କାନାଳ,୧୪ା୪(ରତନ ନାୟାର)ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ସମ୍ପାଦିକା ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ସସ୍ମିତା ବେହେରାଙ୍କୁ କଂଗ୍ରେସ ଢେଙ୍କାନାଳ ଲୋକ ସଭା ଆସନରୁ ପ୍ରାର୍ଥୀ...

ନିର୍ବାଚନୀ ତାତି ବଢ଼ାଉଛି ୫୫ନଂ. ଜାତୀୟ ରାଜପଥ

ଢେଙ୍କାନାଳ,୧୨ା୪(ରତନ ନାୟାର): କଟକରୁ ଢେଙ୍କାନାଳ ଓ ଅନୁଗୋଳ ଦେଇ ସମ୍ବଲପୁରକୁ ଲମ୍ବିଥିବା ୫୫ନଂ. ଜାତୀୟ ରାଜପଥର ଅଧାପନ୍ତରିଆ ଅବସ୍ଥା ଏବେ ନିର୍ବାଚନୀ ପ୍ରସଙ୍ଗ ପାଲଟିଛି। ଢେଙ୍କାନାଳ,...

ହିନ୍ଦୋଳ ଆସନକୁ ନେଇ ଅଙ୍କ ଛିଡୁନି

ଢେଙ୍କାନାଳ,୧୧ା୪(ରତନ ନାୟାର)ଢେଙ୍କାନାଳ ଏମ୍‌ପି ନିର୍ବାଚନ ପାଇଁ ବିଜେଡି ଓ ଭାଜପା ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇସାରିଛି। ସେହିପରି ଜିଲାର ୪ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ଢେଙ୍କାନାଳ,...

ସନ୍ଦିଗ୍ଧ ପାରା ଉଦ୍ଧାର:ଗୋଡ଼ରେ ଲାଗିଛି ଜିପିଏସ୍‌ ଟ୍ରାକର ଭଳି ଚିପ୍‌

ଢେଙ୍କାନାଳ,୯ା୪(ରତନ ନାୟାର):ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ନିହଲପ୍ରସାଦ ଥାନା ଲାଉଲଇ ଗ୍ରାମର ଏକ ମନ୍ଦିର ପରିସରରୁ ସୋମବାର ଏକ ପାରାକୁ ଅଞ୍ଚଳବାସୀ ଉଦ୍ଧାର କରିଛନ୍ତି। ଉକ୍ତ...

ବୋମାମାଡ଼ କରି ଲୁଟିନେଲେ ୧୪ ଲକ୍ଷ ଟଙ୍କା

କାମାକ୍ଷାନଗର,୫।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଜିରାଳ ସାପ୍ତାହିକ ହାଟରୁ ଶୁକ୍ରବାର ସକାଳେ ଏକ ବଡ଼ ଲୁଟ୍‌ ହୋଇଛି। ୫ ଜଣ ଦୁର୍ବୃତ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri