Posted inଖେଳ

କପିଳ ଦେବ ହେଲେ କୁଳପତି

ଚଣ୍ଡିଗଡ଼, ୧୪ା୯ (ପି.ଟି.)-ସୋନିପତ ଜିଲାର ରାଇଠାରେ ଅବସ୍ଥିତ ହରିୟାଣା ସ୍ପୋଟର୍‌ସ ୟୁନିଭର୍ସିଟିର ପ୍ରଥମ କୁଳପତି ଭାବେ ନିଯୁକ୍ତି ପାଇଛନ୍ତି କ୍ରିକେଟ କିମ୍ବଦନ୍ତୀ କପିଳ ଦେବ। ରାଜ୍ୟ କ୍ରୀଡ଼ା ମନ୍ତ୍ରୀ ଅନିଲ ଭିଜ୍‌ ଶନିବାର ଏବିଷୟରେ ଟୁଇଟ୍‌ କରିଛନ୍ତି। କୌଣସି ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରତିଷ୍ଠା ହୋଇଥିବା ଏହା ହେଉଛି ଦେଶର ତୃତୀୟ ସ୍ପୋଟର୍‌ସ ୟୁନିଭର୍ସିଟି। ଅନ୍ୟ ଦୁଇଟି ହେଲା ସ୍ବର୍ଣ୍ଣିମ ଗୁଜରାଟ ସ୍ପୋଟର୍‌ସ ୟୁନିଭର୍ସିଟି(ଗାନ୍ଧୀ ନଗର) ଏବଂ ତାମିଲନାଡୁ ଫିଜିକାଲ ଏଜୁକେଶନ ଆଣ୍ଡ୍‌ ସ୍ପୋଟର୍‌ସ ୟୁନିଭର୍ସିଟି(ଚେନ୍ନାଇ)। ରାଇ(ସୋନିପତ୍‌) ସ୍ଥିତ ସ୍ପୋଟର୍‌ସ ସ୍କୁଲକୁ ଏକ କ୍ରୀଡ଼ା ବିଶ୍ୱବିଦ୍ୟାଳୟରେ ପରିଣତ କରାଯିବ ବୋଲି ଭିଜ୍‌ ପୂର୍ବରୁ ଘୋଷଣା କରିଥିଲେ। ନିକଟରେ ରାଜ୍ୟ କ୍ୟାବିନେଟରେ ଏହି ପ୍ରସ୍ତାବ ଅନୁମୋଦନ ଲାଭ କରିଥିଲା। ଭିଜ୍‌ କହିଛନ୍ତି, ବିଶ୍ୱବିଦ୍ୟାଳୟରେ ଶାରୀରିକ ଶିକ୍ଷା ଏବଂ ଖେଳ ବିଜ୍ଞାନରେ ଏକାଡେମିକ ଏବଂ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜିତ ହେବ, ଯେଉଁଥିରେ ସ୍ପୋଟର୍‌ସ ଟେକ୍ନୋଲୋଜି ଅନ୍ତର୍ଭୁକ୍ତ। ପାଠ୍ୟକ୍ରମରେ ସ୍ପୋଟର୍‌ସ ମ୍ୟାନେଜମେଣ୍ଟ ଟ୍ରେନିଂ, ସ୍ପୋଟର୍‌ସ ଇନ୍‌ଫ୍ରାଷ୍ଟ୍ରକ୍ଚର ଇଂଜିନିୟରିଂ, ସ୍ପୋଟର୍‌ସ ସାଇକୋଲୋଜି, ସ୍ପୋଟର୍‌ସ ନ୍ୟୁଟ୍ରିଶନ, ସ୍ପୋଟର୍‌ସ ଜର୍ନାଲିଜମ ଏବଂ ସ୍ପୋଟର୍‌ସ ମାର୍କେଟିଂ ସାମିଲ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗିଲଙ୍କ କ୍ୟାପଟେନ୍ସି ଉପରେ କୋହଲିଙ୍କ ବଡ଼ କଥା, ଭବିଷ୍ୟତକୁ ନେଇ କହିଲେ…

ନୂଆଦିଲ୍ଲୀ,୨୬।୯: ରୋହିତ ଶର୍ମାଙ୍କ ପରେ ଶୁଭମନ ଗିଲଙ୍କୁ ଭାରତର ଦିନିକିଆ ଓ ଟେଷ୍ଟ ଦଳର ଅଧିନାୟକ କରାଯାଇଛି। ତାଙ୍କ ଅଧିନାୟକତ୍ୱରେ ଟିମ୍ ଇଣ୍ଡିଆ ଆସନ୍ତା ୨୭ ସେପ୍ଟେମ୍ବର…

ମଦ୍ୟପାନ ନିଷେଧ ରାଜ୍ୟ ନାଗାଲାଣ୍ଡରେ ହଇଚଇ: ବିଷାକ୍ତ ମଦ ପିଇ ୧୯ ଜଣଙ୍କ ମୃତ୍ୟୁ

କୋହିମା,୨୬।୯: ମଦ ନିଷେଧାଦେଶ ଲାଗୁ ଥିବା ରାଜ୍ୟ ନାଗାଲାଣ୍ଡରେ ମଦ ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଛି। ରାଜ୍ୟର ମୋକୋକଚୁଙ୍ଗ (Mokokchung) ଏବଂ ଟୁଏନସାଙ୍ଗ (Tuensang) ଜିଲାରେ ଭେଜାଲ…

ନିର୍ବାଚନ ଆୟୋଗଙ୍କ ବଡ଼ ପଦକ୍ଷେପ ପରେ ପ୍ରଶ୍ନ ଉଠାଇଲେ CJP ମୁଖ୍ୟ ଦୀପକେ, କହିଲେ, ‘ଏପର୍ଯ୍ୟନ୍ତ ଏହା କାହିଁକି କରାଯାଇନଥିଲା?’

ନୂଆଦିଲ୍ଲୀ,୨୬।୯: ‘କକରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ପୁଣିଥରେ ନିର୍ବାଚନ ଆୟୋଗଙ୍କୁ ଟାର୍ଗେଟ କରିଛନ୍ତି। ଶନିବାର (୨୬ ସେପ୍ଟେମ୍ବର) ସେ ସୋସିଆଲ ମିଡିଆରେ ଏକ…

ତେଲ-ଉତେଇ ନଦୀରେ ବନ୍ୟା: ଶତାଧିକ ଚାଷଜମି ଜଳମଗ୍ନ

କର୍ଲାମୁଣ୍ଡା,୨୬।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳ ଦେଇ ପ୍ରବାହିତ ହେଉଥିବା ତେଲ ଓ ଉତେଇ ନଦୀରେ ବନ୍ୟା ଆସି ନିକଟସ୍ଥ ଅଞ୍ଚଳକୁ ମାଡି…

ସୁବର୍ଣ୍ଣରେଖାରେ ୪ର୍ଥ ବନ୍ୟା: ୪ ବ୍ଲକ୍‌ରେ ଲକ୍ଷାଧିକ ଲୋକ ଜଳବନ୍ଦୀ

ଭୋଗରାଇ,୨୬ା୯(ପ୍ରଦୀପ ଦାସ): ଝାଡ଼ଖଣ୍ଡ ମାଳାଞ୍ଚଳରେ ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ଗାଲୁଡ଼ିହି ଜଳାଧାରରୁ ୧ ୩ଟି ଗେଟ୍‌ ଖୋଲାଯାଇ ଉଦ୍‌ବୃତ୍ତ ବର୍ଷାଜଳ ସୁବର୍ଣ୍ଣରେଖାକୁ ନିଷ୍କାସନ ହେବାରୁ…

କପାଚାଷ ଦେଖିବାକୁ ଯାଇଥିଲେ ଚାଷୀ, ହାତୀ ହାବୁଡ଼ରେ ପଡ଼ିବାରୁ କଚାଡ଼ି କଚାଡ଼ି ମାରିଲା

ଲାଞ୍ଜିଗଡ଼,୨୬ା୯(ରମେଶ ଚନ୍ଦ୍ର ନାୟକ): ବିଜେପୁର ବନବିଭାଗ ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେଥିଆପଡ଼ା ଗ୍ରାମରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ବିଜେପୁର ଥାନା ଏବଂ…

ଗୋବିନ୍ଦାଙ୍କୁ ଫେରାଇ ଆଣିବାକୁ କୋମଲ ରାଣୀଙ୍କ ବିରୁଦ୍ଧରେ ମୁହଁ ଖୋଲିଲେ ସୁନିତା! ହାତଯୋଡି କଲେ ନିବେଦନ, ଭିଡ଼ିଓ ଦେଖିଲେ…

ମୁମ୍ବାଇ,୨୬।୯: ଗୋବିନ୍ଦା ଏବଂ ସୁନିତା ଆହୁଜାଙ୍କ ମଧ୍ୟରେ ଦୀର୍ଘ ଦିନ ଧରି ବିବାଦ ଚାଲିଆସୁଛି। ଖବର ଅନୁଯାୟୀ, ସୁନିତା ଅଭିଯୋଗ କରିଛନ୍ତି ଯେ ଗୋବିନ୍ଦାଙ୍କର କୋମଲ ରାଣୀ…

ଘୋଡ଼ାହାଡ଼ ଡ୍ୟାମ୍‌ରେ ବଢୁଛି ଜଳପତ୍ତନ: ଗୋଟିଏ ଗେଟ୍‌ ଖୋଲି ନଦୀକୁ ଛଡ଼ାଗଲା ପାଣି

ଦିଗପହଣ୍ଡି,୨୬ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଘୋଡ଼ାହାଡ଼ ଡ୍ୟାମ୍‌ରୁ ସ୍ପିଲ ଓ୍ବେ ମୁଖ୍ୟ ଫାଟକର ଗୋଟିଏ ଗେଟ୍‌ ଦେଇ ଘୋଡ଼ାହାଡ଼ ନଦୀ ମଧ୍ୟକୁ ଶନିବାର ସକାଳ ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?