କପି ପେଷ୍ଟ କରି ପୁଣି ଟ୍ରୋଲ ହେଲେ ଉର୍ବଶୀ

ମୁମ୍ବାଇ: ବଲିଉଡ୍‌ର କେତେଜଣ ନାୟିକା ବୋଲ୍ଡନେସ୍‌ ପାଇଁ ବେଶ୍‌ ପରିଚିତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ଉର୍ବଶୀ ରୌତେଲା ଅନ୍ୟତମ। ଏହି ଅଭିନେତ୍ରୀ ମଧ୍ୟ ଅନେକ ସମୟରେ ବିବାଦକୁ ଆସି ସମସ୍ତଙ୍କର ଦୃଷ୍ଟି ଆକର୍ଷଣ କରିଥାଆନ୍ତି। କେବଳ ସେତିକି ନୁହେଁ ଟ୍ରୋଲ ହେବାରେ ମଧ୍ୟ ଉର୍ବଶୀ ବହୁ ଆଗରେ। ଅନେକ ସମୟରେ ସେ କିଛି ନା କିଛି ଟୁଇଟ କରି ଆସିଥାଆନ୍ତି ଚର୍ଚ୍ଚାକୁ। ଥରେ କି ଦୁଇଥର ନୁହେଁ ବହୁବାର ସେ କଣ୍ଟେଣ୍ଟ କପି ପେଷ୍ଟ କରି ଟ୍ରୋଲ ହୋଇଥିବା ଦେଖାଯାଇଛି। କିଛିଦିନ ପୂର୍ବରୁ ଉର୍ବଶୀ ଜଣେ ବିଦେଶୀ ଲେଖକଙ୍କ କଣ୍ଟେଣ୍ଟ ଚୋରି କରିବାର ଅଭିଯୋଗ ଆସିଥିଲା। ଏହାର ସଫେଇ ଦେବାକୁ ଯାଇ ସେ କହିଥିଲେ ତାଙ୍କ ସୋସିଆଲ ମିଡିଆ ଟିମ୍‌ ଏପରି କରିଥାଇପାରନ୍ତି। ଏବେ କିନ୍ତୁ ଉର୍ବଶୀ ଆଉ ଏକ ନୂଆ ବିବାଦ ମଧ୍ୟକୁ ଚାଲି ଆସିଛନ୍ତି। କରୋନା ଭାଇରସକୁ ହରାଇବାକୁ ନିଜ ଜୀବନକୁ ବାଜି ଲାଗାଇ ପୋଲିସମାନେ ଯେଭଳି ଦିନ ରାତି ସେମାନଙ୍କ କର୍ତ୍ତବ୍ୟ କରି ଚାଲିଛନ୍ତି ଏବେ ବଲିଉଡ୍‌ ସେଲିବ୍ରିଟିମାନେ ଟୁଇଟର ମାଧ୍ୟମରେ ସେମାନଙ୍କର ପ୍ରଶଂସା କରି ଚାଲିଛନ୍ତି। ନିକଟରେ ଅଭିନେତା ସିଦ୍ଧାର୍ଥ ମାଲହୋତ୍ରା ମୁମ୍ବାଇ ପୋଲିସର ଏକ ଭିଡିଓ ଶେୟାର କରି ସେମାନଙ୍କୁ ଧନ୍ୟବାଦ ଦେଇଥିଲେ। ଏହାସହ ସେ ଲେଖିଥିଲେ, ବର୍ତ୍ତମାାନ ସମୟରେ ପୋଲିସକୁ ହୃଦୟରୁ ଧନ୍ୟବାଦ ଦେବାକଥା। ଯିଏ ନିଜ ଘର ପରିବାର ଛାଡି ନିଜ ଜୀବନକୁ ବାଜି ଲଗାଇ ଦିନରାତି ଲୋକଙ୍କୁ ସାହାଯ୍ୟ କରୁଛି ସେ ହିଁ ଦେଶର ପ୍ରକୃତ ହିରୋ ବୋଲି ସିଦ୍ଧାର୍ଥ ଲେଖିଥିଲେ। ଏହାପରେ ଉର୍ବଶୀଙ୍କ ସୋସିଆଲ ମିଡିଆ ଆକାଉଣ୍ଟରେ ସିଦ୍ଧାର୍ଥଙ୍କର ବାର୍ତ୍ତାର ଅବିକଳ କପି ଇଂରାଜୀରେ କରାଯାଇଥିବାରୁ ପୁଣି ସୋସିଆଲ ମିଡିଆ ୟୁଜର୍ସ ଉର୍ବଶୀଙ୍କୁ ଟ୍ରୋଲ କରିବା ଆରମ୍ଭ କରିଛନ୍ତି। ଏମିତିକି କେହି କେହି ୟୁଜର୍ସ ଉର୍ବଶୀଙ୍କୁ ମୂର୍ଖ ବା ଅଶିକ୍ଷିତ ବୋଲି ମଧ୍ୟ କହିବାକୁ ପଛାଇ ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହୀରାକୁଦ ଡ୍ୟାମର ଖୋଲିଲା ଆଉ ୩ ଗେଟ୍‌, ୮ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସିତ

​ସମ୍ବଲପୁର,୨୪।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ବର୍ଷା ପରିମାଣ ବୃଦ୍ଧି ଯୋଗୁଁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବନ୍ୟା ଜଳ ପ୍ରବେଶ ବୃଦ୍ଧି ପାଇଛି । ଫଳରେ…

ବିନା ଲାଇସେନ୍ସରେ ବିଭିନ୍ନ ବ୍ରାଣ୍ଡ୍‌ର ମଦ ବିକ୍ରି, ୩ ବ୍ୟବସାୟୀଙ୍କୁ ଗିରଫ କରି…

ଦିଗପହଣ୍ଡି,୨୪ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଚାନ୍ଦପୁର ଗ୍ରାମ ବଜାରରେ ଚିକିଟି ଏସ୍‌ଡିପିଓ ବିଶ୍ୱାମିତ୍ର ହରପାଲ, ଚିକିଟି ଫାଣ୍ଡି ଅଧିକାରୀ ଏସ୍‌ଆଇ…

ପରଘର ବାରଣ୍ଡାରେ ଚାଲିଛି ପାଠପଢ଼ା: ଅନ୍ଧକାରରେ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ

ଜୁନାଗଡ଼,୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ୍‌ର ଅନେକ ପ୍ରାଥମିକ ବିଦ୍ୟାଳୟର ଭିତ୍ତିଭୂମି ଦୟନୀୟ ଅବସ୍ଥାରେ ରହିଛି। ଫଳରେ ସେଠାକାର ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଅନ୍ଧକାର ମଧ୍ୟକୁ…

ପାରାଦୀପ ଜାହାଜ ବୁଡ଼ି ଘଟଣା: ଏବେ ବି ୨୨ ନାବିକଙ୍କର ମିଳିନି ପତ୍ତା, ଚାଲିଛି ଖୋଜା

ପାରାଦୀପ/ଭୁବନେଶ୍ୱର,୨୪।୮(ଶରତ ରାଉତ/ପି.ଟି.): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଅଭିମୁଖେ ଯାଉଥିବା ପାନାମା-ପତାକାବାହୀ ଜାହାଜ ‘ଏମ୍‌ଭି ଓସେନ ୱିନର୍‌’ ବଙ୍ଗୋପସାଗରରେ ବୁଡ଼ିଯାଇଛି। ପାରାଦୀପ ଉପକୂଳରୁ ପ୍ରାୟ…

ଅସ୍ଥିର ହେଲାଣି ବଙ୍ଗୋପସାଗର, ଅନେକ ରାଜ୍ୟରେ ହେବ ପ୍ରବଳ ବର୍ଷା IMD ଜାରି କଲା ସତର୍କତା

ନୂଆଦିଲ୍ଲୀ,୨୪।୮: ବିଶ୍ୱବ୍ୟାପୀ ପାଣିପାଗ ବିଜ୍ଞାନୀମାନେ ବର୍ତ୍ତମାନ ଏଲ ନିନୋର ସକ୍ରିୟତା ବିଷୟରେ ଆଲୋଚନା କରୁଛନ୍ତି; କିନ୍ତୁ ଏପର୍ଯ୍ୟନ୍ତ ଭାରତରେ କୌଣସି ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପରିଲକ୍ଷିତ ହୋଇନାହିଁ। ମୌସୁମୀ…

ଶେଷ ଶ୍ରାବଣ ସୋମବାରରେ ଦୁର୍ଘଟଣା, ମନ୍ଦିରରେ ଦଳାଚକଟାରେ ଅନେକ ଶ୍ରଦ୍ଧାଳୁ ଆହତ

ପାଟନା,୨୪।୮: ପବିତ୍ର ଶ୍ରାବଣ ମାସର ଶେଷ ସୋମବାରରେ ବିହାରର ମାଧେପୁରା ଜିଲାର ସିଂହେଶ୍ୱର ମନ୍ଦିରରେ ଦଳାଚକଟା ଘଟି ଅନେକ ଭକ୍ତ ଆହତ ହୋଇଛନ୍ତି। ଏହା ପରେ ସୃଷ୍ଟି…

ଭୂସ୍ଖଳନ ଯୋଗୁ ବାରବାଙ୍କ ଘାଟିରେ ଖସୁଛି ପଥର, ପୋଲିସ ଦେଲା ସତର୍କ ସୂଚନା

କେନ୍ଦୁଝର,୨୪।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଯୋଗୁ ବିଭିନ୍ନ ଜାତୀୟ ରାଜପଥ କଡ଼ରେ ଥିବା ପାହାଡରୁ ମାଟି ଓ ପଥର ଅତଡ଼ା ଖସି ରାସ୍ତା…

ବଡ଼ଡୁମ୍ବୁଳା ଗାଁରେ ସିରିଜ ଚୋରି, ମନ୍ଦିର ହୁଣ୍ଡିକୁ ବି ଛାଡ଼ିଲେନି

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମରେ ସିରିଜ ଚୋରି ହୋଇଛି। ରବିବାର ବିଳମ୍ବିତ ରାତିରେ ଗ୍ରାମର ନାଗେଶର ସୁବୁଦ୍ଧିଙ୍କ ଲୁଗାଦୋକାନ,ଦେବରାଜ ସାହୁଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri