କଫିବଗିଚା, ଜଳପ୍ରପାତ ବୁଲିଲେ ପର୍ଯ୍ୟଟକ

ଦାରିଙ୍ଗବାଡ଼ି,୧୬।୩(ଡି.ଏନ୍‌.ଏ.)

ସାରା ପୃଥିବୀରେ ଏବେ କରୋନା ଭୟ। ରାଜ୍ୟ ବିପର୍ଯ୍ୟୟ ଘୋଷଣା ପରେ କନ୍ଧମାଳ ଜିଲାପାଳ ଡ. ବୃନ୍ଦା ଡି ସମସ୍ତ ନିର୍ଦ୍ଦେଶକୁ କଡାକଡି ପାଳନ କରିବାକୁ ନିର୍ଦ୍ଦେଶନାମା ଜାରି କରିଥିଲେ। ନିର୍ଦ୍ଦେଶ ପ୍ରକାରେ ଦାରିଙ୍ଗବାଡ଼ିର ସମସ୍ତ ପାର୍କ ବନ୍ଦ କରିଦିଆଯାଇଥିଛି। ମାତ୍ର କଫି ବଗିଚା ଏବଂ ମିଡ଼ିୟୁବାନ୍ଦା ଜଳପ୍ରପାତକୁ ଦୈନିକ ଶହଶହ ପର୍ଯ୍ୟଟକ ଆସୁଛନ୍ତି। କଫି ବଗିଚା ଦାୟିତ୍ୱରେ ରହିଥିବା ମୃତ୍ତିକା ସଂରକ୍ଷଣ ଓ ଜଳ ବିଭାଜିକା ବିଭାଗ ପକ୍ଷରୁ ଜିଲାପାଳଙ୍କ ନିର୍ଦ୍ଦେଶକୁ ଅବମାନନା କରି ଟିକେଟ ବିକ୍ରି ସହ ପର୍ଯ୍ୟଟକଙ୍କୁ ଭିତରକୁ ଛଡାଯାଉଛି। ସେହିଭିତରେ ସମସ୍ତ ପ୍ରକାର ଖୁଚୁରା ଦୋକାନ ମଧ୍ୟ ଖୋଲାରହିଛି। ସେହିପରି ଦାସିଂବାଡ଼ିଠାରେ ଥିବା ମିଡ଼ିୟୁବାନ୍ଦା ଜଳପ୍ରପାତଠାରେ ମଧ୍ୟ ପର୍ଯ୍ୟଟକଙ୍କଠାରୁ ପାର୍କିଂ ଫି ଆଦାୟ କରି ଭିତରକୁ ଛଡାଯାଉଛି।
ଭୁବନେଶ୍ୱରରୁ ଆସିଥିବା କେତେଜଣ ପର୍ଯ୍ୟଟକ କହିଛନ୍ତି ଯେ, ସେମାନଙ୍କୁ ଏହି ପାର୍କ ଏବଂ ଜଳ ପ୍ରପାତ ଭିତରକୁ ଯିବାକୁ ଅନୁମତି ଦିଆଯିବା ସହ ଶୀଘ୍ର ବାହାରି ଯିବାକୁ କୁହାଯାଉଛି। ଚଞ୍ଚକତା କରି ଫି’ ଆଦାୟ କରିବା ସହ ପର୍ଯ୍ୟଟକଙ୍କୁ କଫି ବଗିଚା ଏବଂ ଜଳପ୍ରପାତ ଭିତରୁ ବାହାରିବା କୁହାଯିବା ନେଇ ପର୍ଯ୍ୟଟକଙ୍କ ଭିତରେ ଅସନ୍ତୋଷ ଦେଖାଯାଇଛି।
ପ୍ରଶାସନ ନିର୍ଦ୍ଦେଶକୁ କାହିଁକି ଅବମାନନା କରାଯାଇଛି ବୋଲି ବିଭାଗର ପ୍ରକଳ୍ପ ନିର୍ଦ୍ଦେଶକ ଶୈଳେନ୍ଦ୍ର ନାୟକଙ୍କୁ ପଚାରିବାରୁ, ସେ କହିଛନ୍ତି ଯେ, ଜିଲାପାଳଙ୍କ ନିର୍ଦ୍ଦେଶ ସମ୍ପର୍କରେ ସେ ରବିବାର ଶୁଣିଲେ। ସୋମବାର ଦାରିଙ୍ଗବାଡ଼ି ଗସ୍ତ କରି କଫିବଗିଚା ବନ୍ଦ ରଖିବାକୁ ପରାମର୍ଶ ଦେଇଛନ୍ତି। ମଙ୍ଗଳବାରଠାରୁ ଏହା ବନ୍ଦ ରଖାଯିବ ବୋଲି ସେ କହିଛନ୍ତି। ମିଡ଼ିୟୁବାନ୍ଦା ଜଳପ୍ରପାତକୁ ପର୍ଯ୍ୟଟକଙ୍କ ପ୍ରବେଶ ବନ୍ଦ ପାଇଁ କୁହାଯାଇଥିଲା, କାହିଁକି ଖୋଲାଯାଇଛି ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବାଲିଗୁଡ଼ା ଡିଏଫ୍‌ଓ ବିଶ୍ୱନାଥନ୍‌ ନିଲନଭର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କ ବିରୋଧରେ ମାମଲା ରୁଜୁ

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଥାନାଛକରେ ରହିଥିବା ଧନୁଯାତ୍ରାର ସ୍ଥାୟୀ ତୋରଣ ଭାଙ୍ଗିବା ଘଟଣାରେ ସ୍ଥାନୀୟ ଟାଉନ ଥାନା ପୋଲିସ୍‌ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି। ବରଗଡ଼ ପୌରାଧ୍ୟକ୍ଷା…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

ଦାରିଙ୍ଗବାଡିରେ ଭୋଟ ପରିଚୟପତ୍ରର ସ୍ୱତନ୍ତ୍ର ସଂଶୋଧନ କାର୍ଯ୍ୟ ଆରମ୍ଭ: ବିଭିନ୍ନ ବୁଥ୍ ବୁଲି ସମୀକ୍ଷା କଲେ ବିଡ଼ିଓ

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଶନିବାର ଠାରୁ ଭୋଟ ପରିଚୟ ପତ୍ରର ସ୍ୱତନ୍ତ୍ର ସଂଶୋଧନ କାର୍ଯ୍ୟକ୍ରମ ଆନୁଷ୍ଠାନିକ ଭାବେ ଆରମ୍ଭ…

ବାଇକ୍ ଦୁର୍ଘଟଣାରେ ଯୁବକ ରକ୍ତ ଜୁଡ଼ୁବୁଡ଼ୁ: ମିଳିଲାନି ଆମ୍ବୁଲାନ୍ସ, ମୋବାଇଲ ଟର୍ଚ୍ଚ ଆଲୁଅରେ ହେଲା ଷ୍ଟିଚ୍!

ଥୁଆମୂଳ ରାମପୁର, ୩୦।୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କୋଷାବରା ସ୍ଥିତ ହେଲୋ ପଏଣ୍ଟ (ନାଏକପଡ଼ା) ଛକ ନିକଟରେ ଶନିବାର ମଧ୍ୟାହ୍ନ ପ୍ରାୟ…

ଟିଏମ୍‌ସି ନେତା ଅଭିଷେକଙ୍କୁ ଆକ୍ରମଣ

କୋଲକାତା,୩୦।୫: ଟିଏମ୍‌ସି ନେତା ତଥା ସାଂସଦ ଅଭିଷେକ ବାନାର୍ଜୀଙ୍କ ଉପରେ ଶନିବାର ସନ୍ଧ୍ୟାରେ କିଛି ଲୋକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ମୁତାବକ, ଅଭିଷେକ…

କାଳବୈଶାଖୀର କରାଳ ରୂପ:  ଭାଙ୍ଗିଗଲା ଦାଦନ ଶ୍ରମିକର ସପ୍ନର ଘର, ହାର୍ଡଖୁର୍ସି ଗ୍ରାମରେ ଏକାଧିକ ପରିବାର ବାସହୀନ

ଥୁଆମୂଳ ରାମପୁର, ୩୦।୫ (ଦୁର୍ଗା କୀର୍ତ୍ତି):ଦୁଃଖ ଉପରେ ଦୁଃଖ। ବିଧାତାଙ୍କ ବିଚିତ୍ର ଲୀଳା ଆଗରେ ହାର ମାନିଛି ଗରିବ ପରିବାର। କେରଳ ରାଜ୍ୟକୁ ଦାଦନ ଖଟିବାକୁ ଯାଇ…

ବଂଶଧାରା ଆନିକଟ ପାଇଁ ଦାବି ଉଠାଇଲା ଏବିଭିପି: ମୁଖ୍ୟମନ୍ତ୍ରୀଙ୍କୁ ଭେଟି…

ଗୁଣପୁର, ୩୦।୫ (ସୁଜାତା ପାଢ଼ୀ): ଭୁବନେଶ୍ୱରରେ ଆୟୋଜିତ ଏବିଭିପିର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ଅବସରରେ ଗୁଣପୁର ଶାଖାର କର୍ମକର୍ତ୍ତାମାନେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ସାକ୍ଷାତ କରି ବଂଶଧାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri