କଫ ସିରପ କାରବାରରୁ ଅପହରଣ: ୧୧ ଅଭିଯୁକ୍ତଙ୍କୁ ଗିରଫ କଲା ବରଗଡ଼ ପୋଲିସ

ବରଗଡ଼ ଅଫିସ, ୧୪।୧୨: ବରଗଡ଼ ଜିଲା ପଦ୍ମପୁର ଅଞ୍ଚଳରୁ କଫ ସିରପ୍‌ କାରବାରରୁ ଉପୁଜିଥିବା ବିବାଦରୁ ୩ଜଣଙ୍କୁ ଅପହରଣ ଓ ମୁଣ୍ଡଜାମିନ ରଖି ଟଙ୍କା ଦାବି କରିବା ଅଭିଯୋଗରେ ପୋଲିସ ୧୧ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ, ବରପାଲିର ଶେଖ ଅପସରା, କାଳିଆ ବାଗ, ରାଜୁ ମେହେର, ସୁରଜ ଦାଶ, ଡୁମେରମୁଣ୍ଡାର ଜୟ ପ୍ରଧାନ, ସୋହେଲାର ଜିତେନ୍ଦ୍ର ସିଂ ଠାକୁର, ପିପିଲିପାଲିର ଦ୍ବାରିକା ପ୍ରସାଦ ସାହୁ, ଜଗପତି ସାହୁ, ଡୁମେରପାଲିର ପ୍ରଦୀପ ସାହୁ, ଜମିଦାରପଡାର ରଞ୍ଜନ ପ୍ରଧାନ ଏବଂ ସାହାଜବାହାଲର ସତ୍ୟମ ଦୋରା। ସେମାନଙ୍କ ପାଖରୁ ୩ଟି ଚାରି ଚକିଆ ଗାଡି, ୨ଟି ବାଇକ୍‌, ୧୧ଟି ମୋବାଇଲ ଏବଂ ଗୋଟିଏ ଖେଳଣା ବନ୍ଧୁକ ଜବତ କରାଯାଇଛି।

ବରଗଡ଼ ଜିଲା ପୋଲିସ ମୁଖ୍ୟାଳୟରେ ସମ୍ମିଳନୀ କକ୍ଷରେ ଶନିବାର ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ସୂଚନା ଦେଇ ଏସ୍‌ପି ପଦ୍ମିନୀ ସାହୁ କହିଥିଲେ, ଗତ ୧୨ ତାରିଖ ଦିନ ଉପରୋକ୍ତ ଅଭିଯୁକ୍ତମାନେ ପଦ୍ମପୁର ଅଞ୍ଚଳରୁ ଜଣେ ଅବସରପ୍ରାପ୍ତ ପୋଲିସ କର୍ମଚାରୀଙ୍କ ପୁଅ ଅମର ପ୍ରସାଦ ସେଠୀ, ସୁଶାନ୍ତ ବାଗ ଏବଂ କ୍ଷୀରୋଦ ସାହୁଙ୍କୁ ଅପହରଣ କରି ନେଇଥିଲେ । ସେମାନଙ୍କୁ ଗୋପନୀୟ ସ୍ଥାନରେ ରଖି ଅମର ଓ କ୍ଷୀରୋଦଙ୍କ ବାପାଙ୍କୁ ଫୋନରେ ଯଥାକ୍ରମେ ଦେଢଲକ୍ଷ ଏବଂ ଦୁଇ ଲକ୍ଷ ଟଙ୍କା ଦାବି କରିଥିଲେ। ଦାବି ମୁତାବକ ଟଙ୍କା ନ ଦେଲେ ସେମାନଙ୍କୁ ମାରି ଦେବା ପାଇଁ ଧମକ ଦେଇଥିଲେ। ଏ ନେଇ ସେମାନଙ୍କ ପରିବାର ଲୋକେ ପୋଲିସକୁ ଫୋନରେ ଜଣାଇଥିଲେ ଏବଂ ବରପାଲି ଅଞ୍ଚଳରୁ ପୋଲିସ ଅପହୃତଙ୍କୁ ଉଦ୍ଧାର କରିବା ସହିତ ଉପରୋକ୍ତ ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ତେବେ କଫ ସିରପ୍‌ କାରବାରରୁ ଅଭିଯୁକ୍ତମାନେ ଏଭଳି ଅପହରଣ ସହିତ ମୁଣ୍ଡଜାମିନ ରଖି ଟଙ୍କା ଦାବି କରିଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି ବୋଲି ଏସପି ସାହୁ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ତ୍ତ ବିଭାଗ EE ଅରବିନ୍ଦ ମହାନ୍ତି ଗିରଫ: ୨ଟି କୋଠା, ୨୩ ପ୍ଲଟ୍‌ ଓ ୫ ଏକରର ଫାର୍ମ ହାଉସ୍‌ ଠାବ

ବାରିପଦା/ବେତନଟୀ, ୬।୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ଧରଣୀଧର ମହାନ୍ତି ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମୟୂରଭଞ୍ଜ ପୂର୍ତ୍ତ ବିଭାଗର ଏକ୍ସିକ୍ୟୁଟିଭ୍‌ ଇଞ୍ଜିନିୟର (EE) ଅରବିନ୍ଦ ମହାନ୍ତିଙ୍କୁ ଭିଜିଲାନ୍ସ…

ଆଜି ଆର୍ଜେଣ୍ଟିନା ପାଇଁ ମେସିଙ୍କ ଶେଷ ମ୍ୟାଚ୍‌

ବୁଏନସ ଆରିଜ,୬ା୧୦: ଫୁଟବଲ ସୁପରଷ୍ଟାର ଲିଓନେଲ ମେସି ମଙ୍ଗଳବାର ଇଷ୍ଟାଡିଓ ମାନୁମେଣ୍ଟାଲଠାରେ ବେନିନ ବିପକ୍ଷରେ ଆର୍ଜେଣ୍ଟିନା ପାଇଁ ତାଙ୍କର ବିଦାୟୀ ମ୍ୟାଚ୍‌ ଖେଳିବେ। ଡିଏଗୋ ମାରାଡୋନାଙ୍କ ପରେ…

ହରମନପ୍ରୀତ କୌରଙ୍କ ପରେ ଭାରତୀୟ ଦଳର ପରବର୍ତ୍ତୀ ଅଧିନାୟିକା କିଏ? ନାମ ଆସିଲା ସାମ୍ନାକୁ

ନୂଆଦିଲ୍ଲୀ,୬।୧୦: ଗୁଆହାଟୀରେ ଅନୁଷ୍ଠିତ BCCI ସମୀକ୍ଷା ବୈଠକର ମାତ୍ର ଗୋଟିଏ ଦିନ ପରେ, ହରମନପ୍ରୀତ କୌର ସମସ୍ତ ଫର୍ମାଟରୁ ଅଧିନାୟକ ପଦ ଛାଡ଼ିବାକୁ ନିଷ୍ପତ୍ତି ନେଇ ସମସ୍ତଙ୍କୁ…

CECଙ୍କ ବିରୋଧରେ ଅଭିଯାନ ଆରମ୍ଭ କରିଛନ୍ତି ବିରୋଧି; ରାହୁଲ-ପ୍ରିୟଙ୍କା ଅଟକ

ନୂଆଦିଲ୍ଲୀ,୬।୧୦: ଭୋଟର ତାଲିକାରେ କଥିତ ଅନିୟମିତତାକୁ ନେଇ ବିରୋଧୀ ଦଳଗୁଡ଼ିକ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ ଆରମ୍ଭ କରିଛନ୍ତି। ତାଙ୍କ ଇସ୍ତଫା…

ସର୍ବପିତୃ ଅମାବାସ୍ୟାରେ ଶୁଭ ସଂଯୋଗ: ୩ ରାଶିର ହେବ ଭାଗ୍ୟୋଦୟ, ଚାକିରିରେ ମିଳିବ ଅପୂର୍ବ ସଫଳତା

ଅକ୍ଟୋବର ୧୦ରେ ପାଳନ ହେବ ସର୍ବପିତୃ ଅମାବାସ୍ୟା। ପିତୃପକ୍ଷର ଏହି ଶେଷ ତିଥିକୁ ଧାର୍ମିକ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ମଧ୍ୟ…

ଅକ୍ଟୋବରରେ କଲବଲ କରୁଛି ତାତି, ୧୩୦ ବର୍ଷ ଇତିହାସରେ ପୁରୀରେ ଦ୍ୱିତୀୟ ସର୍ବୋଚ୍ଚ ତାପମାତ୍ରା

ଭୁବନେଶ୍ବର,୬।୧୦: ପୁରୀ ସହରରେ ଗତ ସୋମବାର ଦିନ ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହୋଇଛି । ଅକ୍ଟୋବର ୫ ତାରିଖରେ ପୁରୀ ସହର ତାପମାତ୍ରା ୩୬.୬°C…

ବିଦାୟ ନେଲେ ଅଜିତ ଅଗରକର, ପରବର୍ତ୍ତୀ ମୁଖ୍ୟ ଚୟନକର୍ତ୍ତା କିଏ ହେବେ? ରେସ୍‌ରେ ଅଛନ୍ତି ଏମାନେ..

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟେରେ ବଡ଼ ଧରଣର ପରିବର୍ତ୍ତନ ହେବାକୁ ଯାଉଛି। ବିସିସିଆଇ (BCCI)ର ବରିଷ୍ଠ ଚୟନ କମିଟିର ମୁଖ୍ୟ ଅଜିତ ଅଗରକରଙ୍କ କାର୍ଯ୍ୟକାଳ ଅକ୍ଟୋବର ୪ ରେ…

ଚାମେଲୀ ଓଝାଙ୍କ ଭିଡିଓ ଉତ୍ତୋଳନ ବିବାଦରେ ନୂଆମୋଡ଼: ମହାକାଳପଡ଼ାରେ ଜାତୀୟ ମାନବାଧିକାର କମିଶନ ଟିମ୍‌

ମହାକାଳପଡ଼ା, ୬।୧୦: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡିଓ କାର୍ଯ୍ୟାଳୟରେ ସରପଞ୍ଚଙ୍କ ଭିଡିଓ ଉତ୍ତୋଳନକୁ ନେଇ ହୋଇଥିବା ବିବାଦ ଏବେ ନୂଆମୋଡ଼ ନେଇଛି। ତିଖିରି ସରପଞ୍ଚ ଚାମେଲୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?