କବାଟ ଭାଙ୍ଗି ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ଅଳଙ୍କାର, ବାହାରେ ଫିଙ୍ଗିଲେ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର

ବାହାନଗା,୧।୩(ଡି.ଏନ୍‌.ଏ.): ଶନିବାର ବିଳମ୍ବିତ ରାତିରେ ବାଲେଶ୍ୱର ଜିଲା ବାହାନଗା ବ୍ଲକ ଷଷ୍ଠୀ ଗ୍ରାମସ୍ଥିତ ଉଡମ୍ବର ସାହିରେ ଜଣେ ବ୍ୟକ୍ତିଙ୍କ ଘର କବାଟ ଭାଙ୍ଗି ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଓ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଦୁର୍ବୃତ୍ତମାନେ ଲୁଟି ନେଇଛନ୍ତି। ଏନେଇ ରବିବାର ସକାଳେ ଖନ୍ତାପଡ଼ା ଥାନାରେ ଅଭିଯୋଗ ହୋଇଛି।
ସୂଚନାନୁଯାୟୀ, ଉଡମ୍ବର ସାହିର ଦାମୋଦର ସାହୁ ଘରେ ନ ଥିବା ବେଳେ ତାଙ୍କ ପୁଅବୋହୂ ଶୋଇଥିଲେ। ଶନିବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ବାହାର ଓ ଭିତର କବାଟ ତାଲା ଭାଙ୍ଗି ଘରେ ପଶି ଆଲମାରୀରୁ ସୁନା ଅଳଙ୍କାର ଓ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ରଗୁଡ଼ିକୁ ଚୋରି କରିନେଇଛନ୍ତି। ଅନ୍ୟ କିଛି କାଗଜପତ୍ର ରାସ୍ତାରେ ପିଙ୍ଗି ଚାଲିଯାଇଥିବା ଦେଖିବାକୁ ମିଳିଛି। ପରିବାର ଲୋକେ ରବିବାର ସକାଳୁ ଉଠି କବାଟ ଭଙ୍ଗାଯାଇଥିବା ଦେଖିବାକୁ ପାଇଥିଲେ। ପରେ ଅନ୍ୟ ଏକ କୋଠରିରୁ ଆଲମାରୀ ଭଙ୍ଗାଯାଇ ତା’ ଭିତରେ ଥିବା ସୁନାଅଳଙ୍କାର ଓ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ନ ଥିବା ଜାଣିବାକୁ ପାଇଥିଲେ। ଅଭିଯୋଗ ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଚାଲିଗଲା ଇଲେକ୍ଟ୍ରିସିଆନ ଶୁଭମଙ୍କ ଜୀବନ, ୩ ଗୁରୁତର

ଦିଗପହଣ୍ଡି,୧୨।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗାଁ ବାବାଜୀ ଗୁମ୍ଫ ନିକଟ ମୁଖ୍ୟରାସ୍ତାରେ ଶୁକ୍ରବାର ଦୁଇଟି ବାଇକ ମଧ୍ୟରେ ମୁହାଁମୁହିଁ…

ଗାଁକୁ ଆସିପାରିଲାନି ଆମ୍ବୁଲାନ୍ସ: ଗୁରୁତର ରୋଗୀଙ୍କୁ ଖଟିଆରେ ବୋହିନେଲେ ୭ କିମି

ଭଞ୍ଜନଗର,୧୩।୬(ବାବୁଲା ପ୍ରଧାନ): ଜଙ୍ଗଲରେ ବସବାସ କରୁଥିବା ଲୋକେ କେତେ ଦୁର୍ଦ୍ଦିନରେ ଏବେବି ବସବାସ କରନ୍ତି ତାହାର ଏକ ଜ୍ୱଳନ୍ତ ଉଦାହରଣ ଶୁକ୍ରବାର ଦେଖିବାକୁ ମିଳିଛି। କନ୍ଧମାଳ ଜିଲା…

୬ଟି ବିଭାଗର ୮ଟି ବଡ଼ ପ୍ରସ୍ତାବକୁ ଓଡ଼ିଶା କ୍ୟାବିନେଟର ମଞ୍ଜୁରି 

ଭୁବନେଶ୍ୱର, ୧୨/୬ : ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ରାଜ୍ୟ କ୍ୟାବିନେଟ ବୈଠକରେ ୬ଟି ବିଭାଗ ପକ୍ଷରୁ ଆଗତ ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରି ମିଳିଛି।…

ମୋହନା ଅଞ୍ଚଳରେ କାଳବୈଶାଖି ବିଭିନ୍ନ ସ୍ଥାନରେ ଗଛ ପଡି ରାସ୍ତା ଅବରୋଧ

ମୋହନା, ୧୨।୬( ମନ୍ମଥ ମିଶ୍ର ): ମୋହନା ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖି ପ୍ରଭାବରେ ପ୍ରବଳ ବେଗରେ ପବନ ବହିବା ସହ  ଶୁକ୍ରବାର  ସନ୍ଧ୍ୟା ସମୟରେ ବର୍ଷା…

୧୭ ଡ୍ରମ୍‌ ମଦ ପୋଚ ନଷ୍ଟକଲେ ଗ୍ରାମବାସୀ

ନନ୍ଦପୁର,୧୨ା୬(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକ ବନମାଳିପୁଟ ପଞ୍ଚାୟତ ଭିମାରିପୁଟ ଗ୍ରାମବାସୀ ଲୁଚାଇ ରଖାଯାଇଥିବା ୧୭ ଡ୍ରମ୍‌ ମଦ ପୋଚ ନଷ୍ଟ…

ବଜ୍ରପାତରେ ମହିଳାଙ୍କ ମୃତ୍ୟୁ

ଲାଞ୍ଜିଗଡ଼,୧୨ା୬(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ଦାରପଟା ଗ୍ରାମର କନକ ବେହେରା (୪୫)ଙ୍କ ଶୁକ୍ରବାର ବଜ୍ରପାତରେ ମୃତ୍ୟୁ ଘଟିଛି। ସୂଚନାନୁସାରେ ଅପରାହ୍ନ ସାଢେ…

ବଜ୍ରପାତରେ ୨୦ ଛେଳିମେଣ୍ଢା ମୃତ

ପାତ୍ରପୁର,୧୨ା୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଜିଲୁଣ୍ଡା ନିକଟସ୍ଥ ପାହାଡ ଅଞ୍ଚଳର ଏକ ଜମିରେ ଶୁକ୍ରବାର ବଜ୍ରପାତରେ ଗୋଟିଏ ଛେଳି ଓ ୧୯ ମେଣ୍ଢାଙ୍କ…

ମଣ୍ଡି ଅଭାବ: ଥୁଆମୂଳ ରାମପୁରରେ ଦଲାଲଙ୍କ କବ୍‌ଜାରେ ଆମ୍ବ ଚାଷୀ

ଥୁଆମୂଳ ରାମପୁର, ୧୨/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ସରକାରୀ ବଜାର ବ୍ୟବସ୍ଥା ନଥିବାରୁ ଆମ୍ବ ଚାଷୀ ବ୍ୟାପକ ଶୋଷଣର ଶିକାର ହେଉଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri