କବାଟ ଭାଙ୍ଗି ସୁନା ଅଳଙ୍କାର, ମୋବାଇଲ ଲୁଟ୍‌:  ସନ୍ଧାନୀ କୁକୁର, ସାଇଣ୍ଟିଫିକ ଟିମ୍‌ର ତଦନ୍ତ

ଦିଗପହଣ୍ଡି,୩୧ା୧୦(ଡି.ଏନ.ଏ.)-ଦିଗପହଣ୍ଡି ବ୍ଲକ ବମକେଇ ଗଁା ପତିତପାବନ ସାହିର ବିଜୟ କୁମାର ପ୍ରଧାନଙ୍କ ଘରୁ ଦୁର୍ବୃତ୍ତମାନେ ମଙ୍ଗଳବାର ରାତିରେ ପ୍ରାୟ ୪ ଭରି ଓଜନର ସୁନାଗହଣା, ୪୦ ହଜାର ଟଙ୍କା ଓ ମୋବାଇଲ ଫୋନ ଲୁଟି ନେଇଛନ୍ତି। ବିଜୟଙ୍କ ଏତଲାକୁ ଭିତ୍ତି କରି କେ.ନୂଆଗାଁ ପୋଲିସ ନଂ. ୨୧୫/୧୯ ରେ ମାମଲା ରୁଜୁ କରିଛିି। ବ୍ରହ୍ମପୁରରୁ ଆସିଥିବା ସନ୍ଧାନୀ କୁକୁର ଓ ସାଇଣ୍ଟିଫିକ ଟିମ୍‌ ପହଞ୍ଚତ୍ ତଦନ୍ତ କରିଥିଲେ ମଧ୍ୟ ଦୁର୍ବୃତ୍ତଙ୍କ ସୁରାକ ମିଳି ନ ଥିବା ତଦନ୍ତକାରୀ ଅଧିକାରୀ ଏସ୍‌ଆଇ ଜ୍ଞାନରଞ୍ଜନ ସେଠୀ କହିଛନ୍ତି। ବିଜୟ ରାତ୍ରିଭୋଜନ ସାରି ପରିବାର ଲୋକଙ୍କ ସହ ଘରର ୨ୟ ବଖରାରେ ଶୋଇଥିଲେ। ପରିବାର ଲୋକେ ସକାଳୁ ଉଠି ଦେଖିବା ବେଳକୁ ଘର ବାରିପଟ କବାଟ ଭାଙ୍ଗି ଦୁର୍ବୃତ୍ତମାନେ ଆଲମିରା ଓ ଟ୍ରଙ୍କ ଚାବି ତାଡ଼ି ଟଙ୍କା ଓ ସୁନଗହଣା ଲୁଟି ନେବା ସହ ଅନ୍ୟାନ୍ୟ ଆସବାବପତ୍ର ଫିଙ୍ଗା ଫୋପଡା କରିଦେଇଥିଲେ। ବିଜୟ ଏ ନେଇ ଥାନାରେ ଅଭିଯୋଗ କରିଥିଲେ। ବିଜୟଙ୍କ ପଡ଼ିଶାରେ ରହୁଥିବା ତାଙ୍କ ଭାଇ ଭାସ୍କରଙ୍କ କବାଟ ଭାଙ୍ଗି ଦୁର୍ବୃତ୍ତ ଚୋରି ଉଦ୍ୟମ କରିଥିଲେ ମଧ୍ୟ ଘରେ ପଶି ପାରି ନ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଅଶାନ୍ତ ହେଉଛି ହିଞ୍ଜିଳି, ବୁଲିଲା ଖଣ୍ଡା

ହିଞ୍ଜିଳିକାଟୁ, ୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ଦିନକୁ ଦିନ ହିଞ୍ଜିଳି ଅଞ୍ଚଳରେ ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡିବାରେ ଲାଗିଛି। ଅସାମାଜିକ କାର୍ଯ୍ୟକଳାପ ବୃଦ୍ଧି ପାଇବା ସହ ଗୁଣ୍ଡାଗିରି ବଢୁଛି।...

୪ କୋଟି ଟଙ୍କାର ଗଞ୍ଜେଇ ସହ ୫ ଦେଶୀ ବନ୍ଧୁକ ଜବତ

ବାଲିଗୁଡ଼ା,୨୨ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବାଲିଗୁଡ଼ା ଥାନା ଗଦ୍ରିଙ୍ଗିଆ ଘାଟି ନିକଟସ୍ଥ ଇର୍ପିଗୁଡ଼ା ଜଙ୍ଗଲରୁ ୪...

ବ୍ଲକ ଅଧ୍ୟକ୍ଷ ପଦବୀରୁ ଦୈତାରୀ ବେହେରାଙ୍କ ଇସ୍ତଫା

ଖଲ୍ଲିକୋଟ,୨୨ା୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧ୍ୟକ୍ଷ ପଦବୀରୁ ଇସ୍ତଫା ଦେଇଛନ୍ତି ବିଧାୟିକାଙ୍କ ସ୍ବାମୀ ଦୈତାରୀ ବେହେରା। ବ୍ୟକ୍ତିଗତ କାରଣରୁ ସେ ଅଧ୍ୟକ୍ଷ...

ବିଦ୍ୟୁତ୍‌ ଆଘାତରେ ବାପାଙ୍କ ଜୀବନ ଗଲା, ପୁଅ ଗୁରୁତର

ହିଞ୍ଜିଳିକାଟୁ,୨୨ା୪(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତଥା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗ୍ରାମରେ ସୋମବାର ସକାଳେ ପରିବା ବାଡ଼ିରେ ଛିଡ଼ି ପଡ଼ିଥିବା ଏକ ଉଚ୍ଚ...

ମୁଖ୍ୟମନ୍ତ୍ରୀଙ୍କ ରେକର୍ଡ ବିଜୟ ପାଇଁ ପୂଜାର୍ଚ୍ଚନା

ହିଞ୍ଜିଳିକାଟୁ,୨୨ା୪(ଦ୍ୱିତୀକୃଷ୍ଣ ପଣ୍ଡା): ରାଜ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ୬ଷ୍ଠ ଥର ପାଇଁ ମୁଖ୍ୟମନ୍ତ୍ରୀ ଓ ରେକର୍ଡ ସଂଖ୍ୟକ ବ୍ୟବଧାନରେ ହିଞ୍ଜିଳି ବିଧାନସଭା ନିର୍ବାଚନମଣ୍ଡଳୀରୁ ବିଜୟୀ ପାଇଁ...

ଏପ୍ରିଲ ୩୦ରେ ନାମାଙ୍କନ ଦାଖଲ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କରିବେ ମାରାଥନ ରାଲି

ଭୁବନେଶ୍ୱର, ୨୨।୪: ମୁଖ୍ୟମନ୍ତ୍ରୀ ତଥା ବିଜେଡି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ୩୦ ଏପ୍ରିଲରେ ତାଙ୍କ ନାମାଙ୍କନପତ୍ର ଦାଖଲ କରିବେ ବୋଲି ଜଣାପଡିଛି। ହିଞ୍ଜିଳି ବିଧାନସଭା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri