କବିତା ମାଧ୍ୟମରେ କରୋନା ଯୋଦ୍ଧାଙ୍କ ସଂଘର୍ଷର କଥା କହିଲେ ସୋନାକ୍ଷୀ

ମୁମ୍ବାଇ: କରୋନା ମହାମାରୀକୁ ଦୂରେଇ ଦେବା ପାଇଁ ଦେଶରେ ଲାଗୁ କରାଯାଇଥିଲା ଲକ୍‌ଡାଉନ। ଏହି ସମୟରେ କରୋନାକୁ ଦୂରେଇ ଦେବାକୁ ଘରଠାରୁ ଦୂରରେ ରହି ଏକ ଅଦୃଶ୍ୟ ଯୁଦ୍ଧରେ ଲଢୁଥିବା କରୋନା ଯୋଦ୍ଧାଙ୍କ ସଂଘର୍ଷର କାହାଣୀ ଅନେକଥର ନଜରକୁ ଆସିଛି। ଏଥର ବଲିଉଡ୍‌ର ଦବଙ୍ଗ ଗର୍ଲ ସୋନାକ୍ଷୀ ସିହ୍ନା ଏହି କରୋନା ଯୋଦ୍ଧାଙ୍କ ସଂଘର୍ଷର କାହାଣୀ କବିତା ମାଧ୍ୟମରେ କହିଥିବା ଦେଖାଯାଇଛି। ଏହାର ଏକ ଭିଡିଓ ଇନଷ୍ଟାଗ୍ରାମରେ ଅପଲୋଡ କରିଛନ୍ତି ସୋନାକ୍ଷୀ। ଉକ୍ତ ଭିଡିଓରେ ଦେଖିବାକୁ ମିଳିଛି ସୋନାକ୍ଷୀ ଡାକ୍ତର, ନର୍ସ, ପୋଲିସ ତଥା ଯେଉଁମାନେ କରୋନା ଯୋଦ୍ଧାର ଆଗଧାଡିର ଯୋଦ୍ଧା ସାଜିଛନ୍ତି ସେମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏମିତିକି ଯେଉଁମାନେ ଦେଶର ଏହି ସଙ୍କଟ ସମୟରେ ଭୋକିଲା ଲୋକଙ୍କୁ ଖାଦ୍ୟ ଦେଇଛନ୍ତି ଅବା ଅନ୍ୟକିଛି ଦାନ କରିଛନ୍ତି ସେମାନଙ୍କୁ ମଧ୍ୟ ଧନ୍ୟବାଦ ଜଣାଇଛନ୍ତି ଦବଙ୍ଗ ଗର୍ଲ। ଉକ୍ତ ଭିଡିଓରେ ସୋନାକ୍ଷୀ କହିଛନ୍ତି ଯେବେବି କରୋନାକୁ ହରାଇବା କଥା ଆସିବ ତେବେ ଏହି କରୋନା ଯୋଦ୍ଧାଙ୍କ ନାମ ପ୍ରଥମେ ଆସିବ। ସୂଚନାଯୋଗ୍ୟ, କିଛିଦିନ ପୂର୍ବରୁ ଦେଶରେ ଲକ୍‌ଡାଉନ ଚାଲିଥିବା ବେଳେ ଦିନ ମଜୁଆରୀଙ୍କୁ ସାହାଯ୍ୟ କରିବା ଲାଗି ନିଜ ପେଣ୍ଟିଂର ନିଲାମ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌ ...

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ...

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ହେମାମାଳିନୀଙ୍କୁ ନିର୍ବାଚନ ଲଢ଼ିବାକୁ ମନା କରିଥିଲେ ଧର୍ମେନ୍ଦ୍ର

ମୁମ୍ବାଇ: ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ମଥୁରାରୁ ୨ ଥର ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ହେମାମାଳିନୀ ଚଳିତ ଥର...

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri