କବିସୂର୍ଯ୍ୟନଗରରେ ଚାଲିଛି ବେଆଇନ ଇଟାଭାଟି

କବିସୂର୍ଯ୍ୟନଗର,୧୭ା୫- କବିସୂର୍ଯ୍ୟନଗର ତହସିଲ ଅଞ୍ଚଳରେ ଚାଲିଛି ବେଆଇନ ଇଟାଭାଟି। ପୋଲିସ ଓ ତହସିଲ କର୍ତ୍ତୃପକ୍ଷ ସବୁ ଜାଣି ନୀରବ ରହୁଛନ୍ତି। ରାଜସ୍ବ, ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଓ ଏନ୍‌ଜିଟିର ନିର୍ଦ୍ଦେଶନାମା ପାଳନ ହେଉନି। ଏହା ଉପରେ ଦୃଢ଼ ପଦକ୍ଷେପ ନିଆଯାଉ ନ ଥିବାରୁ ଲକ୍ଷ ଲକ୍ଷ ଟଙ୍କାର ରାଜସ୍ବ ହାନି ସହ ପରିବେଶ ପ୍ରଦୂଷିତ ହୋଇ ତାତି ବଢ଼ାଉଛି। ଫଳରେ ସାଧାରଣ ଜନଜୀବନ ପ୍ରଭାବିତ ହେଉଛି। ପ୍ରଚଣ୍ଡ ରୌଦ୍ରତାପ ସାଙ୍ଗକୁ ଇଟାଭାଟି ନିଅଁା ଧାସ ଓ ଧୂଅଁା ଅଞ୍ଚଳବାସୀଙ୍କୁ ଅସ୍ତବ୍ୟସ୍ତ କରିଦେଉଛି। ଦିନବେଳା ସାଧାରଣ ତାପମାତ୍ରା ୪୩ ଡିଗ୍ରୀରୁ ଅଧିକ ରହୁଥିବା ବେଳେ ରାତିରେ ବି ତାତିରୁ ନିସ୍ତାର ପାଉନାହାନ୍ତି ଲୋକେ। ରାଜସ୍ବ ବିଭାଗର କୌଣସି କଟକଣାକୁ ଖାତିର ନ କରି କବିସୂର୍ଯ୍ୟନଗର ଅଞ୍ଚଳରେ ବେଆଇନ ପୋଡ଼ା ଇଟାଭାଟି ବ୍ୟବସାୟ ଚଳାଉଥିବା ଅଭିଯୋଗ ହେଉଛି । ବିଦ୍ୟାଳୟ, ଜନବସତି ଓ ଦାତବ୍ୟ ଅନୁଷ୍ଠାନ ନିକଟରେ ପୋଡ଼ା ଇଟାଭାଟି ଗଢ଼ି ଉଠୁଛି। ଆଠଗଡ଼, ବଡ଼ଆଗୁଳ, ଗୁଡ଼ିଆଳି, ଜରଡ଼, ପାଇକଯମୁନା, ଖଇଡ଼ା, ଆମ୍ବପୁଆ, ବଡ଼ମହୁରୀ, ବରିଡ଼ା ଏ. ଗଙ୍ଗାପୁର, କନିଆରୀ ଓ ସୁନାପଲ୍ଲୀ ଆଦି ବହୁ ପଞ୍ଚାୟତ, ଗ୍ରାମରେ ଶତାଧିକ ପୋଡ଼ା ଇଟାଭାଟି ଚାଲିଛି। ଏ ସମ୍ପର୍କରେ ତହସିଲଦାର ପ୍ରକାଶ ମିଶ୍ରଙ୍କୁ ପଚାରିବାରୁ ସେମାନଙ୍କୁ ନୋଟିସ ଦିଆଯାଇଛି, କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

ତପ୍ତପାଣି ରେ ମା ‘ କନ୍ଧୁଣୀ ଦେବୀ ଙ୍କୁ ଦର୍ଶନ କଲେ ବିଧାନସଭା ଗୃହ କମିଟି

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ରାଜ୍ୟ ବିଧାନସଭା ଗୃହ କମିଟି(ଉପସ୍ଥାପନ) ବ୍ରହ୍ମପୁର ଠାରୁ ଭାୟା ଦିଗପହଣ୍ଡି ଦେଇ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଗଞ୍ଜାମ – ଗଜପତି…

କେସିଙ୍ଗା ପଞ୍ଚାୟତ ସମିତିରେ ପାନୀୟଜଳବିଦ୍ୟୁତ ଉପରେ ଗୁରୁତ୍ୱ

କେସିଙ୍ଗା, ୨୧।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୧ତମ ସାଧାରଣ ବୈଠକ ଅଧ୍ୟକ୍ଷ ଚନ୍ଦନ କୁମାର ସେନାପତିଙ୍କ ସଭାପତିତ୍ୱରେ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ…

ନୂତନ ପରିବା ବଜାର କମ୍ପ୍ଲେକ୍ସକୁ ସ୍ଥାନାନ୍ତର ପାଇଁ ତତ୍ପର ପୌରପରିଷଦ

ଛତ୍ରପୁର, ୨୧/୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଜନସାଧାରଣଙ୍କ ସୁବିଧା ପାଇଁ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ପକ୍ଷରୁ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ନିକଟରେ ନବନିର୍ମିତ ପରିବା…

ଚାଷୀ ପଞ୍ଜୀକରଣ ସରଳୀକରଣ ଓ ସମୟସୀମା ଅବଧି ବୃଦ୍ଧି ନେଇ ଆନ୍ଦୋଳନ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଅଖିଳ ଭାରତ କୃଷକ ସଭା ଅନୁବନ୍ଧିତ ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ବିକ୍ଷୋଭ ପ୍ରଦର୍ଶନ…

ଏନସିସି ନାଭାଲ ୱିଙ୍ଗ କ୍ୟାଡେଟ ଚୟନ ଶିବିର: ଯୋଗ୍ୟ ଛାତ୍ରୀଛାତ୍ର ଚୟନ

ଭଞ୍ଜନଗର,୨୧।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶୁକ୍ରବାର ଏନସିସି ନାଭାଲ ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ…

ଜଙ୍ଗଲକୁ କାଠ ସଂଗ୍ରହ କରିବାକୁ ଯାଇ ଆଉ ଫେରି ନ ଥିଲେ ପୂର୍ଣ୍ଣବାସୀ: ମାଟିତଳୁ ମିଳିଲା…

ସୋରଡା,୨୧।୮(ରଜନି ମହାପାତ୍ର):ଗଞ୍ଜାମ ସୋରଡା ଥାନା ସାପଡିହ ଗାଁରେ ଅଭାବନୀୟ ଘଟଣା । ଜଙ୍ଗଲରୁ ମିଳିଲା ମହିଳାଙ୍କ ମୃତଦେହ। ମାଟିତଳୁ ଉଦ୍ଧାର ହେଲା ମୃତଦେହ। ମୃତକ ହେଲେ ସାପଡିହ…

ଭୁବନେଶ୍ୱରରୁ ଆସିଲା ଦଳୀୟ ସୁପ୍ରିମୋଙ୍କ ଡାକରା, ଶଙ୍ଖଭବନରେ ପହଞ୍ଚିଲେ ଗଞ୍ଜାମ ବିଜେଡି ନେତା, ବଡ଼ଧରଣର…

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଆସୁଛି ପଞ୍ଚାୟତ ଓ ପୌର ନିର୍ବାଚନ। ଏଥିପାଇଁ ଚଳଚଞ୍ଚଳ ଶଙ୍ଖଭବନ। ଦଳୀୟ ସଂଗଠନ କିଭଳି ସୁଦୃଢ଼ ହେବ ସେଥିପାଇଁ ଚାଲିଛି ମାନସ ମନ୍ଥନ। ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri