Posted inଖେଳ

କମନୱେଲଥ ଟିଟି: କ୍ରୀଡ଼ା ସଚିବଙ୍କ ସ୍ଥିତି ଅନୁଧ୍ୟାନ; ଆସିବେ ୧୬ ଦେଶର ଖେଳାଳି

କଟକ ଅଫିସ,୨୩।୬- କମନୱେଲଥ ଟେବୁଲ ଟେନିସ (ଟିଟି) ଚାମ୍ପିୟନଶିପ୍‌ର ୨୦୧୯ ସଂସ୍କରଣ ଜୁଲାଇ ୧୭ରୁ ୨୨ ତାରିଖ ପର୍ଯ୍ୟନ୍ତ କଟକର ଜବାହରଲାଲ ନେହେରୁ ଇନଡୋର ଷ୍ଟାଡିୟମରେ ହେବ। ବିଶ୍ୱ ଟେବୁଲ ଟେନିସ କ୍ରୀଡ଼ାର ମହାକୁମ୍ଭ ଭାବେ ପରିଚିତ ଏହି ଅନ୍ତର୍ଜାତୀୟସ୍ତରୀୟ ଟୁର୍ନାମେଣ୍ଟ ଓଡ଼ିଶାରେ ପ୍ରଥମଥର ନିମନ୍ତେ ଆୟୋଜନ ହେଉଛି। ଟୁର୍ନାମେଣ୍ଟରେ ବିଶ୍ୱର ୧୬ ଦେଶ ଅଂଶଗ୍ରହଣ କରିବେ। ବର୍ତ୍ତମାନ ସୁଦ୍ଧା ୧୪ଟି ଦେଶ ଭାଗ ନେବା ନେଇ ନିଶ୍ଚିତ ହୋଇଥିବାବେଳେ ଆଉ ଦୁଇଟି ଦେଶ ଖୁବଶୀଘ୍ର ଚୂଡ଼ାନ୍ତ ନିଷ୍ପତ୍ତି ଜଣାଇବେ। ଅନ୍ୟପକ୍ଷରେ ରାଜ୍ୟ କ୍ରୀଡ଼ା ବିଭାଗ ସଚିବ ବିଶାଲ କୁମାର ଦେବ ଶନିବାର ଇନ୍‌ଡୋର ଷ୍ଟାଡିୟମର ସ୍ଥିତି ଅନୁଧ୍ୟାନ କରିଛନ୍ତି। ଏହି ଅବସରରେ କଟକ ଜିଲାପାଳ ଅରବିନ୍ଦ ଅଗ୍ରଓ୍ବାଲଙ୍କ ସମେତ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀବୃନ୍ଦ ମଧ୍ୟ ଉପସ୍ଥିତ ରହିଥିଲେ। ଟୁର୍ନାମେଣ୍ଟକୁ ସଫଳତାର ସହ ଆୟୋଜନ କରିବାକୁ ସମସ୍ତ ପ୍ରକାର ପ୍ରସ୍ତୁତି ଠିକ ଢଙ୍ଗରେ ଚାଲିଛି ବୋଲି ସଚିବ ମତ ଦେଇଥିଲେ। ସୂଚନା ଥାଉ କି, ଗତ ଜାନୁୟାରୀରେ ଜବାହରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମରେ ୮୦ତମ ସିନିୟର ଆନ୍ତଃ ରାଜ୍ୟ ତଥା ଜାତୀୟ ଟେବୁଲ ଟେନିସ ଚାମ୍ପିୟନଶିପ୍‌ ସଫଳପୂର୍ଣ୍ଣ ଭାବେ ଆୟୋଜିତ ହୋଇଥିଲା। ଏଥିଯୋଗୁ ଓଡ଼ିଶା ଟେବୁଲ ଟେନିସ ଆସୋସିଏଶନକୁ କମନୱେଲଥ ଗେମ୍ସ ପରି ଏକ ବଡ଼ ଅନ୍ତର୍ଜାତୀୟ ପ୍ରତିଯୋଗିତା ଆୟୋଜନ କରିବାର ସୁଯୋଗ ମିଳିଥିଲା। ଟୁର୍ନାମେଣ୍ଟର ଉଦ୍‌ଯାପନୀ ଉତ୍ସବରେ ଟେବୁଲ ଟେନିସ ଫେଡେରେଶନ ଅଫ୍‌ ଇଣ୍ଡିଆର ସାଧାରଣ ସମ୍ପାଦକ ଏମ.ପି. ସିଂ ଯୋଗଦେଇ ସେତେବେଳେ ଏହି ଘୋଷଣା କରିଥିଲେ। ଭୁବନେଶ୍ୱରରେ ଖେଳାଳିମାନଙ୍କ ରହଣି ବ୍ୟବସ୍ଥା ହୋଇଥିବା ବେଳେ କଟକ ପାଲଟିବ ପ୍ରତିଯୋଗିତା ସ୍ଥଳ। ଜୁଲାଇ ପହିଲା ପୂର୍ବରୁ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଥିବ ବୋଲି ରାଜ୍ୟ ସଂଘ ସମ୍ପାଦକ ରବୀନ୍ଦ୍ର କୁମାର ପରିଡ଼ା ସୂଚନା ଦେଇଛନ୍ତି। ଏ ନେଇ ପ୍ରସ୍ତୁତିପର୍ବ ଏବେ ଜୋରଦାର ଚାଲିଛି ବୋଲି ସମ୍ପାଦକ କହିଛନ୍ତି। ତେବେ ସାମୁଦ୍ରିକ ଝଡ଼ ଫନୀ ଯୋଗୁ କ୍ଷତିଗ୍ରସ୍ତ ହୋଇଥିବା ଜବାହରଲାଲ ନେହେରୁ ଇନଡୋର ଷ୍ଟାଡିୟମର ମରାମତି କାର୍ଯ୍ୟ ଏବେ ଯାଏଁ ସମ୍ପନ୍ନ ହୋଇନାହିଁ। ଏହାକୁ ଶେଷ କରିବାକୁ ପ୍ରାଥମିକତା ଦିଆଯାଉଛି ବୋଲି ରବୀନ୍ଦ୍ର କହିଛନ୍ତି। ବାରବାଟୀ ଷ୍ଟାଡିୟମ ପରିସରରେ ଥିବା ସଚିନ ତେନ୍ଦୁଲକର ଇନ୍‌ଡୋର ହଲକୁ ଖେଳାଳିମାନଙ୍କ ଅଭ୍ୟାସ କୋର୍ଟ ଭାବେ ବ୍ୟବହାର କରାଯିବ ବୋଲି ସେ ଏହି ଅବସରରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହାତରେ ମଦ ବୋତଲ ଧରି ବୁଲୁଛନ୍ତି ତେନ୍ଦୁଲକରଙ୍କ ଝିଅ ସାରା, ଭିଡିଓ ଭାଇରାଲ୍

ଗୋଆ,୩୧ା୧୨: କ୍ରିକେଟ୍ ଦୁନିଆର ମହାନ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଏବେ ଚର୍ଚ୍ଚାରେ। ନିକଟରେ ସାରାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍...

ଶକ୍ତିଶାଳୀ ଦିଲ୍ଲୀକୁ ହରାଇଲା ଓଡ଼ିଶା, ବିରାଟ ଅନୁପସ୍ଥିତିରେ ମାଟି କାମୁଡ଼ିଲା ରିଷଭଙ୍କ ଟିମ୍

ବେଙ୍ଗାଲୁରୁ,୩୧ା୧୨: ବିଜୟ ହଜାରେ ଟ୍ରଫିର ଏଲିଟ୍ ଗ୍ରୁପ୍-ଡି ମୁକାବିଲାରେ ଓଡ଼ିଶା କ୍ରିକେଟ୍ ଦଳ ଶକ୍ତିଶାଳୀ ଦିଲ୍ଲୀକୁ ୭୯ ରନ୍‌ରେ ପରାସ୍ତ କରିଛି। ଷ୍ଟାର୍ ବ୍ୟାଟର ବିରାଟ...

ବିରାଟ-ରୋହିତଙ୍କୁ ଟେଷ୍ଟରୁ ଅବସର ନେବାକୁ କରାଯାଇଥିଲା ବାଧ୍ୟ! ଏହି ଖେଳାଳିଙ୍କ ବୟାନ ପରେ କ୍ରିକେଟ ଜଗତରେ ଝଡ

ନୂଆଦିଲ୍ଲୀ,୩୧।୧୨: କ୍ରିକେଟର ଦୁଇ ବଡ ନାମ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ହଠାତ୍‌ ଟେଷ୍ଟ କ୍ରିକେଟରୁ ଅବସରକୁ ନେଇ ଚର୍ଚ୍ଚା ପୁଣି ଥରେ ତୀବ୍ର...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

ଟି-୨୦ ବିଶ୍ୱକପରୁ ବାଦ୍‌ ପଡିଲେ ଏହି ୩ ଷ୍ଟାର ଖେଳାଳି, ଆଇପିଏଲ ନିଲାମରେ କୋଟି କୋଟି ଟଙ୍କା ମିଳି ମଧ୍ୟ…

ନୂଆଦିଲ୍ଲୀ,୩୦।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଇଂଲଣ୍ଡର ଦଳ ଘୋଷଣା କରାଯାଇଛି। ଇସିବି ଅସ୍ଥାୟୀ ଦଳ ପ୍ରକାଶ କରିଛି। ଦଳରେ ହ୍ୟାରି ବ୍ରୁକ (ଅଧିନାୟକ), ଜୋଫ୍ରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri