Categories: ଜାତୀୟ

କମଲ ନାଥଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୧୮।୧୧: ମଧ୍ୟ ପ୍ରଦେଶ ମୁଖ୍ୟମନ୍ତ୍ରୀ କମଲ ନାଥ ସୋମବାର ୭୩ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍‌ କରି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏହାସହ ତାଙ୍କର ସୁସ୍ଥ ଓ ଦୀର୍ଘ ଜୀବନ କାମନା କରିଛନ୍ତି। ତେବେ ଜନ୍ମଦିନକୁ ପାଳନ କରିବାକୁ କୌଣସି ପୋଷ୍ଟର, ବ୍ୟାନର ଅବା ହୋର୍ଡିଂ ନ ଲଗାଇବାକୁ କମଲ ନାଥ କଂଗ୍ରେସ କର୍ମୀଙ୍କୁ ଅନୁରୋଧ କରିଛନ୍ତି। ବରିଷ୍ଠ କଂଗ୍ରେସ ନେତା ଦିଗ୍‌ବିଜୟ ସିଂ ମଧ୍ୟ ଟୁଇଟ୍‌ କରି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ଜନ୍ମଦିନ ଅବସରରେ କମଲ ନାଥଙ୍କ ନିକଟକୁ କେବଳ ରାଜନେତା ନୁହେଁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିଛି।

Share