Posted inଜାତୀୟ

କମଳନାଥଙ୍କ ପୁତୁରାଙ୍କ ୩୦୦ କୋଟିର ବଙ୍ଗଳା ଜବତ

ନୂଆଦିଲ୍ଲୀ,୧୨ା୮: ବେନାମୀ ସମ୍ପତ୍ତି ରଖିବା ମାମଲାରେ ଆୟକର ବିଭାଗ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଳନାଥଙ୍କ ପୁତୁରା ରାତୁଲ ପୁରୀଙ୍କର ୩୦୦ କୋଟି ଟଙ୍କାର ବଙ୍ଗଳା ସମେତ ୪୦ ନିୟୁତ ଡଲାର ମୂଲ୍ୟର ବିଦେଶୀ ପ୍ରତ୍ୟକ୍ଷ ପୁଞ୍ଜିନିବେଶ (ଏଫ୍‌ଡିଆଇ)କୁ ଜବତ କରିଛି। ଆୟକର ବିଭାଗ ଗତ ଏପ୍ରିଲରେ ଚଢ଼ାଉ କରି ରାତୁଲ ୧୩୫୦ କୋଟି ଟଙ୍କାର ଟିକସ ଫାଙ୍କିଥିତ୍ବା ଜାଣିବାକୁ ପାଇଥିଲା। ଦିଲ୍ଲୀର ଗୁରୁତ୍ୱପୂର୍ଣ୍ଣ ଲୁଟେନ୍‌ସ ଜୋନ୍‌ରେ ଥିବା ୨୭ଏ, ଏପିଜେ ଅବ୍‌ଦୁଲ୍‌ କଲାମ ରୋଡ୍‌ରେ ରାତୁଲଙ୍କର ବଙ୍ଗଳା ରହିଛି। ଏହାବ୍ୟତୀତ ଅଗୁସ୍ତା ଓ୍ବେଷ୍ଟଲାଣ୍ଡ ହେଲିକପ୍ଟର କିଣା ଦୁର୍ନୀତିରେ ମଧ୍ୟ ରାତୁଲ ସମ୍ପୃକ୍ତ ରହିଛନ୍ତି। ଏହି କାରବାରରେ ମନିଲଣ୍ଡରିଂ ମାମଲାରେ ରାତୁଲଙ୍କ ବିରୋଧରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

ନାଗାଲାଣ୍ଡର ୬ ଜିଲାରେ ବୁଥ୍‌ ଖାଁ ଖାଁ, ଭୋଟ ଦେବାକୁ ଆସିଲେ ନାହିଁ ଜଣେ ହେଲେ ବି ଭୋଟର୍‌  

କୋହିମା,୧୯ା୪: ନାଗାଲାଣ୍ଡରେ ପୃଥକ ସରକାର(ରାଜ୍ୟ) ଏବଂ ଅଧିକ ଆର୍ଥିକ ସ୍ବାଧୀନତା ଦାବିରେ ‘ଲୋକଙ୍କ ଜରୁରୀକାଳିନ ପରିସ୍ଥିତି’ ନେଇ ଘୋଷଣା କରି ପୂର୍ବ ନାଗାଲାଣ୍ଡ ଲୋକ ସଂଗଠନ(ଇଏନ୍‌ପିଓ)...

ନାନୋ ୟୁରିଆ ବ୍ୟବହାର ପାଇଁ ଆସିଲା ବିଜ୍ଞପ୍ତି

ନୂଆଦିଲ୍ଲୀ,୧୯ା୪: ୩ ବର୍ଷ ପାଇଁ ନାନୋ ୟୁରିଆ ପ୍ଲସ୍‌ ସାର ବ୍ୟବହାର ନିମନ୍ତେ କେନ୍ଦ୍ର ସରକାର ବିଜ୍ଞପ୍ତି ଜାରି କରିଛନ୍ତି। ତେବେ ଏହି ସାରର ଉର୍ବରତା...

ଜେଲ୍‌ ଭିତରେ କେଜରିଓ୍ବାଲଙ୍କୁ ମାରି ଦେବାକୁ ଷଡଯନ୍ତ୍ର!

ନୂଆଦିଲ୍ଲୀ,୧୯।୪: ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇ ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ବିରୋଧରେ ଚାଲିଛି ସାଂଘାତିକ ଷଡଯନ୍ତ୍ର। ଜେଲ ଭିତରେ କେଜରିୱାଲଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri