Posted inଜାତୀୟ

କମଳନାଥ ସରକାରଙ୍କ ବିଲ୍‌କୁ ୨ ଭାଜପା ବିଧାୟକଙ୍କ ସମର୍ଥନ

ଭୋପାଳ,୨୫ା୭(ପି.ଟି.): ମଧ୍ୟପ୍ରଦେଶ ବିଧାନସଭାରେ କଂଗ୍ରେସ ସରକାର ଆଣିଥିବା ଏକ ବିଲ୍‌କୁ ଦୁଇଜଣ ଭାଜପା ବିଧାୟକ ସମର୍ଥନ କରିବା ଗୈରିକ ଦଳ ପାଇଁ ଝଟକା ସଦୃଶ ହୋଇଛି। ଭାଜପା ବିଧାୟକ ନାରାୟଣ ତ୍ରିପାଠୀ ଏବଂ ଶରଦ କୋଲ୍‌ ପୂର୍ବରୁ କଂଗ୍ରେସରେ ଥିଲେ। ସେମାନେ ନିଜ ନିର୍ବାଚନ ମଣ୍ଡଳୀର ବିକାଶ ଚାହୁଁଥିବାରୁ ସରକାରଙ୍କୁ ସମର୍ଥନ ଦେଇଥିବା କହିଛନ୍ତି। ଫୌଜଦାରି ଆଇନ (ମଧ୍ୟପ୍ରଦେଶ ସଂଶୋଧନ) ବିଲ୍‌, ୨୦୧୯ ଉପରେ ଭୋଟଗ୍ରହଣ ବେଳେ ସରକାରଙ୍କ ସପକ୍ଷରେ ୧୨୨ ଭୋଟ ପଡିଥିଲା। କଂଗ୍ରେସର ୧୨୦ ବିଧାୟକଙ୍କ ସମେତ ଭାଜପାର ୨ ସଦସ୍ୟ ବିଲ୍‌ ସପକ୍ଷରେ ଭୋଟ ଦେଇଥିଲେ। ଏହା ସେମାନଙ୍କ ଗୃହ ପ୍ରତ୍ୟାବର୍ତ୍ତନ ବୋଲି ଭାଜପା ବିଧାୟକ କହିଛନ୍ତି। ଦିନକ ପୂର୍ବରୁ କର୍ନାଟକରେ ଜେଡିଏସ୍‌-କଂଗ୍ରେସ ସରକାର ଭାଙ୍ଗିଥିବାବେଳେ ସାମାନ୍ୟ ସଂଖ୍ୟାଗରିଷ୍ଠ ଥିବା ମଧ୍ୟପ୍ରଦେଶର କମଳନାଥ ସରକାର ଯେକୌଣସି ମୁହୂର୍ତ୍ତରେ ଭାଙ୍ଗିଯାଇପାରେ ବୋଲି ଭାଜପା କହିଆସୁଛି। ଏଭଳି ସ୍ଥିତିରେ ଭାଜପା ବିଧାୟକ କଂଗ୍ରେସ ସରକାରଙ୍କୁ ସମର୍ଥନ ଦେବା ଗୈରିକ ଦଳର ଚିନ୍ତା ବଢ଼ାଇ ଦେଇଛି। ଗତ ନଭେମ୍ବର ନିର୍ବାଚନରେ ଭାଜପାକୁ ହରାଇ କଂଗ୍ରେସ କମଳନାଥଙ୍କ ନେତୃତ୍ୱରେ ସରକାର ଗଢ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri