କମିଛି ଆଣ୍ଟିବାୟୋଟିକ ବ୍ୟବହାର

ଲଣ୍ଡନ,୧୩।୫: କରୋନା ରୋଗୀଙ୍କ ଚିକିତ୍ସା ପାଇଁ ଏ ପର୍ଯ୍ୟନ୍ତ କୌଣସି ସଫଳ ଔଷଧ ବାହାରି ନ ଥିବାରୁ ସଂକ୍ରମଣ ରୋକିବାକୁ ସ୍ବଚ୍ଛତାକୁ ଗୁରୁତ୍ୱ ଦିଆଯାଉଛି। ଅଧିକାଂଶ ଲୋକେ ଏବେ ନିଜକୁ ସଫାସୁତୁରା ରଖିବାକୁ ବାରମ୍ବାର ହାତ ଧୋଇବା, ପରିବେଶ ପରିମଳ ରଖିବା, ମାସ୍କ ଆଦିର ବହୁଳ ବ୍ୟବହାର କରୁଛନ୍ତି। ଦୀର୍ଘଦିନ ଧରି ଏହି ଅଭ୍ୟାସ ଜାରିଥିବାରୁ ପୂର୍ବାପେକ୍ଷା ସାଧାରଣ ସଂକ୍ରମଣର ଶିକାର ହେଉଥିବା ଲୋକଙ୍କ ସଂଖ୍ୟା ହ୍ରାସ ପାଇଛି। ଏଥିସହ ସଂକ୍ରମଣ ପ୍ରତିରୋଧ କରିବାକୁ ପୂର୍ବର ଆଣ୍ଟିବାୟୋଟିକ୍‌ର ବ୍ୟବହାର ମଧ୍ୟ କମିଥିବା କାର୍ଡିଫ ବିଶ୍ୱବିଦ୍ୟାଳୟ ପକ୍ଷରୁ ହୋଇଥିବା ଏକ ଅଧ୍ୟୟନରୁ ଜଣାପଡିଛି।
ଆମେରିକାନ ଜର୍ନାଲ ଅଫ୍‌ ଇନ୍‌ଫେକ୍ସନ କଣ୍ଟ୍ରୋଲରେ ପ୍ରକାଶିତ ଏହି ରିପୋର୍ଟ ମୁତାବକ, ସାଧାରଣରେ ସଂକ୍ରମଣର ଶିକାର ହେଉଥିବା ଲୋକଙ୍କ ସଂଖ୍ୟା ପୂର୍ବାପେକ୍ଷା ପ୍ରାୟ ୫୦ ପ୍ରତିଶତ ହ୍ରାସ ପାଇଛି। ସେହିପରି ପୂର୍ବ ତୁଳନାରେ ପ୍ରାୟ ୩୦ ପ୍ରତିଶତ କମ୍‌ ଆଣ୍ଟିବାୟୋଟିକ୍‌ ଡାକ୍ତର ପ୍ରେସ୍‌କ୍ରାଇବ କରୁଛନ୍ତି। ଶ୍ୱାସକ୍ରିୟା ଜନିତ ସଂକ୍ରମିତ ବ୍ୟକ୍ତି ନିଜକୁ ଅଧିକ ପରିଷ୍କାର ପରିଚ୍ଛନ୍ନ ରଖୁଥିବା ଯୋଗୁ ସେମାନଙ୍କ ଦ୍ୱାରା ଆଣ୍ଟିବାୟୋଟିକର ବ୍ୟବହାର ମଧ୍ୟ କମିଛି। ଗୋଷ୍ଠୀଗତ ସ୍ବଚ୍ଛତାକୁ ଧ୍ୟାନଦେଇ ସ୍ଥାନୀୟ ସରକାରଙ୍କ ପକ୍ଷରୁ ଏହାକୁ ବଜାୟ ରଖାଯାଇପାରିଲେ ସଂକ୍ରମଣ ବହୁମାତ୍ରାରେ କମି ଲୋକେ ସୁସ୍ଥ ଜୀବନଯାପନ କରିପାରିବେ ବୋଲି ଅଧ୍ୟୟନରେ ଭାଗ ନେଇଥିବା ବିଶ୍ୱବିଦ୍ୟାଳୟର ଗବେଷକ ଜାନ୍‌-ୟେଭ୍‌ ମେଲାର୍ଡ କହିଛନ୍ତି। ଗୃହ ଏବଂ ସମ୍ପ୍ରଦାୟର ସ୍ବଚ୍ଛତାକୁ ଗୁରୁତ୍ୱର ସହ ନେଇ ନୀତି ନିର୍ଦ୍ଧାରଣକାରୀମାନେ ଏହି ସମୟରେ ପଦକ୍ଷେପ ନେଇ ଆଣ୍ଟିବାୟୋଟିକ୍‌ର ଆବଶ୍ୟକତାକୁ ହ୍ରାସ କରିବା ଉଚିତ ବୋଲି ଅନୁସନ୍ଧାନକାରୀମାନେ ଦର୍ଶାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆହ୍ବାନକାରୀ ଜେନ୍‌ ଜି ପ୍ରାର୍ଥୀ

ଚଳିତ ମାସ ୯ ତାରିଖରେ ଆସାମ ବିଧାନସଭାର ୧୨୬ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ସେଠାକାର ଯେଉଁ କେତୋଟି ହାଇପ୍ରୋଫାଇଲ ଆସନ ରହିଛି ତନ୍ମଧ୍ୟରୁ ଚର୍ଚ୍ଚିତ…

ସଭ୍ୟତାର ସୁରକ୍ଷା, ଜଳର ଗୁଣବତ୍ତା

କୌଣସି ସଭ୍ୟତାର ଅଭ୍ୟୁଦୟ ଓ ବିନାଶର କାହାଣୀ ସେହି ସମୟର ଜଳସମ୍ପଦ ସହିତ ଜଡ଼ିତ। ମାନବ ଜାତିର ଅସ୍ତିତ୍ୱ ତଥା ସରଂକ୍ଷଣ ପାଇଁ ଜଳର ଗୁଣବତ୍ତା (ଶୁଦ୍ଧ…

ଜାଲ୍‌ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି

ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…

ଯୁଦ୍ଧବିରତି ମଧ୍ୟରେ ଉତ୍ସବ ମନାଇଲା ଇରାନ: ପତାକା ଧରି ରାସ୍ତାକୁ ଓହ୍ଲାଇଲେ ଲୋକେ

ତେହରାନ୍‌,୮।୪: ୪୦ ଦିନ ପରେ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ଘୋଷଣା କରାଯାଇଛି। ଏହା ପରେ ଇରାନ ଉତ୍ସବମୁଖର ହୋଇ ଉଠିଛି। ତେହରାନ୍‌ର…

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

ଏତିକି ଦିନ ପାଇଁ ଅସ୍ତ୍ରବିରତି ଘୋଷଣା: ୨ ନେତାଙ୍କୁ ଧନ୍ୟବାଦ ଦେଲା ଇରାନ, କହିଲା ଏମାନଙ୍କ ପାଇଁ…

ଓ୍ବାଶିଂଟନ୍‌,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦୁଇ ସପ୍ତାହ ପାଇଁ…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri