କମିବାରେ ଲାଗିଛି ମହାନଦୀ ଜଳସ୍ତର : ଖଣ୍ଡପଡା ନିର୍ବାଚନମଣ୍ଡଳୀର ୬ ପଞ୍ଚାୟତ ପ୍ରଭାବିତ

କଣ୍ଟିଲୋ,୨୨ା୭ (ସ୍ବ.ପ୍ର.): ସମ୍ପ୍ରତି ଛତିଶଗଡ ସରକାର ମହାନଦୀ ଉପରମୁଣ୍ଡରେ ଛୋଟବଡ ୫୦ରୁ ଊର୍ଦ୍ଧ୍ୱ ପ୍ରକଳ୍ପ (ବ୍ୟାରେଜ) ନିର୍ମାଣ କରିବା ଫଳରେ ଏହାର ପ୍ରଭାବ ମହାନଦୀ ଉପରେ ପଡିଛି। ନୟାଗଡ଼ ଜିଲା ଖଣ୍ଡପଡା ନିର୍ବାଚନମଣ୍ଡଳୀର ମହାନଦୀ ଉପକୂଳରେ ଥିବା ୬ଟି ପଞ୍ଚାୟତ ଏହାଦ୍ୱାରା ପ୍ରଭାବିତ ହୋଇଛି। ଚିରସ୍ରୋତା ମହାନଦୀର ଯେଉଁ ସ୍ଥାନରେ ପାଣି କାତ ପାଉ ନ ଥିଲା ସେଠି ଏବେ ବାଲିର ପାହାଡ ସୃଷ୍ଟି ହୋଇଛି। ଏହାଛଡା ମହାନଦୀ ଅବବାହିକାରେ ଦ୍ରୁତ ଜଙ୍ଗଲ କ୍ଷୟ ଯୋଗୁ ନଦୀ ଗର୍ଭ କ୍ରମେ ପୋତି ହୋଇଯାଉଛି। ଏଥିଯୋଗୁ ନିର୍ବାଚନୀମଣ୍ଡଳୀ ଅନ୍ତର୍ଗତ ସିଧାମୂଳା, ବଡବାଣପୁର, କଣ୍ଟିଲୋ, ପଥରଚକଡା, ପଦ୍ମାବତୀ, କରବର ଆଦି ପଞ୍ଚାୟତଗୁଡିକ ଗଭୀର ଭାବେ ପ୍ରଭାବିତ ହୋଇଛି। ମହାନଦୀ ଜଳକୁ ଆଧାର କରି ଗଢିଉଠିଥିବା ପାନୀୟ ଜଳ ଓ ସେଚ ପ୍ରକଳ୍ପଗୁଡିକ ବନ୍ଦ ହୋଇପଡିଛି। ସିଧାମୂଳା ଗ୍ରାମଠାରେ ମହାନଦୀ ଉପକୂଳରେ ପାନୀୟ ଜଳ ଯୋଗାଣ ପ୍ରକଳ୍ପ ଇନ୍‌ଟେକ୍‌ ୱେଲ୍‌ ପୋତି ହୋଇଯିବା ଫଳରେ ପ୍ରାୟ ୧୦ଲକ୍ଷ ଟଙ୍କା ପାଣିରେ ପଡିଛି। ସେହିଭଳି ବଡବାଣପୁର ଗ୍ରାମଠାରେ ଥିବା ୭୦ ଲକ୍ଷ ଟଙ୍କାର କେଏଫଡବ୍ଲ୍ୟୁ ମେଗା ଜଳସେଚନ ପ୍ରକଳ୍ପ ସମ୍ପୂର୍ଣ୍ଣ ଅଚଳ ହୋଇପଡିବା ସହ ଲକ୍ଷ ଲକ୍ଷ ଟଙ୍କାର ଯନ୍ତ୍ରାଂଶ ଖତ ଖାଉଛି। ବାଣପୁର ଗ୍ରାମରେ ମଧ୍ୟ ପାନୀୟ ଜଳ ଯୋଗାଣ ବାଧାପ୍ରାପ୍ତ ହୋଇଛି। ସେହିଭଳି କଣ୍ଟିଲୋ ଗ୍ରାମରେ ପାନୀୟଜଳ ଯୋଗାଣ ବ୍ୟାହତ ହେବା ସହ ଛୋଟ ଛୋଟ ସେଚ ପ୍ରକଳ୍ପ ବନ୍ଦ ହୋଇଯାଇଛି। ମହାନଦୀର ଜଳସ୍ତର କମିବାରେ ଲାଗିଥିବାରୁ ଭବିଷ୍ୟତରେ ଏହା ସାଙ୍ଘାତିକ ରୂପ ନେବା ଆଶଙ୍କା ସୃଷ୍ଟି ହୋଇଛି। ଉପକୂଳବର୍ତ୍ତୀ ଗ୍ରାମଗୁଡିକରେ ଥିବା ମତ୍ସ୍ୟଜୀବୀମାନଙ୍କ ଜୀବିକା ଗଭୀର ଭାବେ ପ୍ରଭାବିତ ହୋଇଛି। ସେମାନେ ଦୈନିକ ମହାନଦୀରୁ ମାଛଧରି ବ୍ୟବସାୟ କରି ପରିବାର ପ୍ରତିପୋଷଣ କରୁଥିଲେ। ବର୍ତ୍ତମାନ ବେଉଷା ଚାଲିଯିବା ପରେ ସେମାନଙ୍କ ପରିବାର ଆର୍ଥିକ ଅନଟନ ମଧ୍ୟରେ ଗତି କରୁଛନ୍ତି। ଅନେକେ ବ୍ୟବସାୟ ଛାଡି ଦାଦନ ମୁହାଁ ହେଲେଣି। ଏହା ସହ ସ୍ଥାନୀୟ ମାଛ ବଜାରରେ ମହାନଦୀର ମାଛ ସ୍ବପ୍ନ ପାଲଟିଗଲାଣି। ମହାନଦୀ ଓଡିଶାର ଜୀବନରେଖା ହୋଇଥିବା ବେଳେ ଏହି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ କେନ୍ଦ୍ର ଓ ରାଜ୍ୟ ସରକାର ପରସ୍ପର ପ୍ରତି କାଦୁଅ ଫିଙ୍ଗାଫିଙ୍ଗି ହୋଇ ବୟାନବାଜି କରୁଥିବା ବେଳେ ଜନସାଧାରଣ ଏହାର କୁପରିଣାମ ଭୋଗିବାକୁ ଯାଉଛନ୍ତି। ସ୍ଥାନୀୟ ଅଞ୍ଚଳରେ ଏହାକୁ ନେଇ ବଡଧରଣର ଗଣଆନ୍ଦୋଳନ ହେବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟୁଜିଲାଣ୍ଡ ବିପକ୍ଷ ଦିନିକିଆରେ ଭାରତର ଅଧିନାୟକ ହେବେ ଏହି ଖେଳାଳି, ରଚିବେ ଇତିହାସ

ନୂଆଦିଲ୍ଲୀ,୧୨।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ଆଗାମୀ ୪ର୍ଥ ଓ ୫ମ ଦିନିକିଆ ମ୍ୟାଚ୍‌ରେ ଭାରତୀୟ ଦଳର ନେତୃତ୍ୱ ନେବେ ଶ୍ରେୟସ ଆୟର । ପ୍ରଥମ ୩ଟି ମ୍ୟାଚ୍‌ରେ ନିୟମିତ…

ବରଗଡ଼ରେ ମଧୁବାବୁ ପେନ୍‌ସନ୍‌ ଯୋଜନାର ଶୁଭାରମ୍ଭ: ୧୫୨୭୭ ଜଣଙ୍କୁ ପେନ୍‌ସନ୍‌ ବାଣ୍ଟିଲେ ମନ୍ତ୍ରୀ

ବରଗଡ଼,୧୨ା୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଯଦୁମଣି ଅଡିଟୋରିୟମରେ ଗୁରୁବାର ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଦ୍ବାରା ଆୟୋଜିତ ଜିଲାସ୍ତରୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଉକ୍ତ କାର୍ଯ୍ୟକ୍ରମରେ…

ଟେଷ୍ଟ କ୍ରିକେଟ ଇତିହାସରେ ପ୍ରଥମଥର! ପାକିସ୍ତାନର ୪ ଖେଳାଳି କଲେ ଏମିତି କାରନାମା, ଚାରିଆଡେ ପଡିଗଲା ଚହଳ

ନୂଆଦିଲ୍ଲୀ, ୧୨।୧୧: ପାକିସ୍ତାନ ଓ ଶ୍ରୀଲଙ୍କା ମଧ୍ୟରେ ରାୱଲପିଣ୍ଡି କ୍ରିକେଟ ଷ୍ଟାଡିୟମରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ପାକିସ୍ତାନର ଯୁବ ଖେଳାଳିମାନେ ବିଶ୍ୱ କ୍ରିକେଟ ଇତିହାସରେ ଏକ…

ବିବାହ ଖୁସି ଭିତରେ ଆଉ ଏକ ବଡ଼ ଖବର: କାବ୍ୟା ମାରାନଙ୍କୁ ମିଳିଲା ୫୮୫ କୋଟିର ଉପହାର, ଗୋଟିଏ ଦିନରେ ବଢ଼ିଲା…

ନୂଆଦିଲ୍ଲୀ, ୧୨।୧୧: କାବ୍ୟା ମାରାନଙ୍କୁ କିଏ ବା ନ ଜାଣେ! ଆଇପିଏଲ ଟିମ ସନରାଇଜର୍ସ ହାଇଦ୍ରାବାଦର ମାଲିକାଣୀ ହେବା ସହ ଦେଶର ବଡ଼ ମିଡିଆ ଗ୍ରୁପ ସନ…

ଥରେ ରିଚାର୍ଜରେ ଆଉ ଗୋଟିଏ ପୂରା ଫ୍ରି! ୫୬ ଦିନ ଯାଏ ଆଉ କରିବାକୁ ପଡିବନି ରିଚାର୍ଜ

ଏୟାରଟେଲ (Airtel) ବ୍ୟବହାରକାରୀମାନଙ୍କ ପାଇଁ ଏକ ଭଲ ଖବର ସାମ୍ନାକୁ ଆସିଛି। କମ୍ପାନୀ କଥିତ ଭାବରେ ଏହାର କିଛି ପ୍ରିପେଡ ପ୍ଲାନରେ ’1+1 ରିଚାର୍ଜ ଫ୍ରି’ ଅଫର୍‌…

ଭଞ୍ଜନଗରରେ ବନ୍ୟା ରିଲିଫ୍-ପୁନରୁଦ୍ଧାର କାର୍ଯ୍ୟ ସମୀକ୍ଷା କଲେ ଆରଡିସି ବିଜୟ ଅମୃତା କୁଲାଙ୍ଗେ; ସହାୟତା କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ…

ଭଞ୍ଜନଗର୧୨।୧୧ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ଗତ ୨୮ ଓ ୨୯ ତାରିଖରେ ହୋଇଥିବା ପ୍ରଳୟଙ୍କରୀ ବନ୍ୟା ପରେ ଚାଲିଥିବା ରିଲିଫ୍ ଓ ପୁନରୁଦ୍ଧାର…

ପୁଣି ଖୋଲିବ ବରଗଡ଼ ସମବାୟ ଚିନିକଳ! ପୁନରୁଦ୍ଧାର ପାଇଁ ଅମିତ ଶାହାଙ୍କ ପ୍ରତିଶ୍ରୁତି; ବାୟୋ-ଇଥାନଲ୍ ପ୍ରକଳ୍ପ ଉଦ୍‌ଘାଟନ ପାଇଁ…

ବରଗଡ଼,୧୨।୧୧(ପ୍ରେମାନନ୍ଦ ଖମାରୀ): ବନ୍ଦ ପଡ଼ିଥିବା ବରଗଡ଼ ସମବାୟ ଚିନିକଳର ପୁନରୁଦ୍ଧାର ପାଇଁ କେନ୍ଦ୍ର ଗୃହ ଓ ସମବାୟ ମନ୍ତ୍ରୀ ଅମିତ ଶାହା ପ୍ରତିଶ୍ରୁତି ଦେଇଛନ୍ତି। ବରଗଡ଼ MP…

ଟ୍ରେନ୍‌ରେ ଯୁବତୀଙ୍କୁ ଅସଦାଚରଣ; ବିରୋଧ କରିବାରୁ ଟ୍ରାକ୍‌କୁ ଠେଲିଦେଲେ ଅଭିଯୁକ୍ତ, ତାପରେ…

ମୁମ୍ବାଇ,୧୨।୧୧: ମୁମ୍ବାଇ ଲୋକାଲ୍ ଟ୍ରେନ୍‌ରେ ମହିଳାଙ୍କ ସୁରକ୍ଷାକୁ ନେଇ ପୁଣି ଉଠିଲା ପ୍ରଶ୍ନ । ଟ୍ରେନ୍‌ରେ ଜଣେ ଯୁବତୀଙ୍କ ସହ ଅସଦାଚରଣ କରିବା ପରେ ତାଙ୍କୁ ରେଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?