କମିଲା ଶୀତ: ୨୬ରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୫ା୧୨(ବ୍ୟୁରୋ): ଓଡ଼ିଶା ଉପକୂଳରେ ଏକ ଗୁରୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏଥିଯୋଗୁ ରାଜ୍ୟକୁ ଜଳୀୟ ବାଷ୍ପ ପ୍ରବେଶ କରୁଛି। ଫଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର ଏବଂ ୨୬ ତାରିଖରେ ଖୋର୍ଦ୍ଧା, ପୁରୀ, କଟକ, ଜଗତ୍‌ସିଂହପୁର ଆଦି ଜିଲାରେ ଘଡ଼ଘଡ଼ି ସହ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ଏଥିଯୋଗୁ ରାତ୍ରିର ତାପମାତ୍ରା ୫ରୁ ୬ ଡିଗ୍ରୀ ସେଲ୍‌ସିୟସ ବଢ଼ିବା ସମ୍ଭାବନା ରହିଛି। ଗୁରୁଚାପ ପ୍ରଭାବରେ ରାଜ୍ୟରେ ଶୀତ ହ୍ରାସ ପାଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂଚନା ଅନୁଯାୟୀ ଶନିବାର ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୭.୫ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିବା ବେଳେ କୋରାପୁଟ ୮, ଦାରିଙ୍ଗବାଡ଼ି ୯.୫, ଅନୁଗୋଳ ୧୦.୬, ନବରଙ୍ଗପୁର ୧୧, ଭବାନୀପାଟଣା ୧୦.୨, ଝାରସୁଗୁଡ଼ା ୧୧.୪, କେନ୍ଦୁଝର ୧୧.୩, ସୁନ୍ଦରଗଡ଼ ୧୧.୫ ଏବଂ ସୋନପୁରରେ ସର୍ବନିମ୍ନ ତାପମାତ୍ରା ୧୧.୧ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କଟକ, କେନ୍ଦୁଝର, ମୟୂଭରଞ୍ଜ, ଅନୁଗୋଳ, ଢେଙ୍କାନାଳ, ଯାଜପୁରପୁରୀ, ଖୋର୍ଦ୍ଧା, ଭଦ୍ରକ, ଜଗତସିଂହପୁର, ପୁରୀ, କେନ୍ଦ୍ରାପଡା, ଗଞ୍ଜାମ, କନ୍ଧମାଳ ଜିଲାର କେତେକ ସ୍ଥାନରେ କୁହୁଡି ହେବାର ସମ୍ଭାବନା ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri