କମିଶନରେଟ୍‌ ପୋଲିସରେ ହେବ ସ୍ପେଶାଲ କ୍ରାଇମ୍‌ ୟୁନିଟ୍‌

ଭୁବନେଶ୍ୱର,୨୫-୯(ବ୍ୟୁରୋ):ଡ୍ରଗ୍ସ ମାଫିଆ, ଜମି ମାଫିଆ, ବନ୍ଧୁକ ବେପାରୀ ଓ ସଂଗଠିତ ଅପରାଧୀ ସାବାଡ଼ ହେବେ। ବଡ଼ ଅପରାଧ ରୋକିବା ପାଇଁ କ୍ରାଇମବ୍ରାଞ୍ଚ ଭଳି କମିଶନରେଟ ପୋଲିସରେ ଗଠନ ହେବ ‘ସ୍ପେଶାଲ କ୍ରାଇମ୍‌ ୟୁନିଟ୍‌’। କର୍ମଚାରୀ ହେଉ ଅବା ସମୟର ଅଭାବ ଯୋଗୁ ଥାନାଗୁଡିକରେ ବଡ଼ ଅପରାଧଗୁଡିକୁ ତଦନ୍ତ କରିବା ସମ୍ଭବ ହେଉ ନ ଥିବାରୁ କମିଶନରେଟ ପୋଲିସ ସ୍ତରରେ ଏଭଳି ଏକ ନୂଆ ପ୍ରସ୍ତୁତି ଚାଲିଛି। ମାମଲାର ଗୁରୁତ୍ୱକୁ ଦେଖି ପୋଲିସ କମିଶନର ତଦନ୍ତ ପାଇଁ ଏହି ଟିମ୍‌କୁ ନିର୍ଦ୍ଦେଶ ଦେବେ। ୨୫ରୁ ୩୦ଜଣ ଦକ୍ଷ ପୋଲିସ ଅଫିସରଙ୍କୁ ନେଇ ଟିମ୍‌ ଗଠନ ହେବ ଓ ମୁଖ୍ୟଭାବେ ଡିଆଇଜି ର଼୍ୟାଙ୍କ୍‌ର ଜଣେ ଅଫିସର ରହିବେ। ଗୋଇନ୍ଦା ସୂଚନା ଦେବାକୁ ସ୍ବତନ୍ତ୍ର ଅଫିସର ନିୟୋଜିତ ରହିବେ। ଏଭଳି ଏକ ପ୍ରସ୍ତାବର ଚୂଡ଼ାନ୍ତ ରୂପରେଖ ପ୍ରସ୍ତୁତି ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଥିବାବେଳେ ସପ୍ତାହକ ମଧ୍ୟରେ ଏହାକୁ ଗୃହ ବିଭାଗ ନିକଟକୁ ପଠାଯିବ ବୋଲି ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ ସୂଚନା ଦେଇଛନ୍ତି।
ମଙ୍ଗଳବାର କମିଶନରେଟ ପୋଲିସ ମୁଖ୍ୟାଳୟରେ ଏକ ବୈଠକ ବସିଥିଲା। ଏଥିରେ ପୂର୍ବତନ ମୁଖ୍ୟ ଶାସନ ସଚିବ, ପୂର୍ବତନ ଗୃହ ସଚିବ, ପୂର୍ବତନ ଡିଜିପିଙ୍କ ସମେତ କେତେଜଣ ବରିଷ୍ଠ ନାଗରିକ ଓ ବିଭିନ୍ନ ଅନୁଷ୍ଠାନର ପ୍ରତିନିଧି ଉପସ୍ଥିତ ରହି ଆଇନଶୃଙ୍ଖଳା ପରିସ୍ଥିତି ନେଇ ଆଲୋଚନା କରିଥିଲେ। ବଡ଼ ତଥା ସମ୍ବେଦନଶୀଳ ମାମଲାର ତଦନ୍ତ ସାରିବାକୁ ଥାନାକୁ ଅଧିକ ସମୟ ଲାଗୁଛି। ଥାନା କର୍ମଚାରୀମାନେ ତୃଣମୂଳସ୍ତରରୁ ତଦନ୍ତ କରୁ ନ ଥିବାରୁ ଲୋକଙ୍କୁ ନ୍ୟାୟ ମିଳିପାରୁ ନାହିଁ। ଏଣୁ କମିଶନରେଟ ପୋଲିସ ଏଥିପାାଇଁ ସ୍ବତନ୍ତ୍ର ଟିମ୍‌ ଗଠନ କରୁ ବୋଲି ମତ ପ୍ରକାଶ ପାଇଥିଲା। ପୋଲିସ କମିଶନର ଷଡ଼ଙ୍ଗୀ କହିଛନ୍ତି, ଗୃହ ବିଭାଗର ଅନୁମତି ମିଳିବା ପରେ ହିଁ ‘ସ୍ପେଶାଲ କ୍ରାଇମ୍‌ ୟୁନିଟ୍‌’ ଗଠନ କରାଯିବ। ଏଥିପାଇଁ ସହରର ବିଭିନ୍ନବର୍ଗର ପ୍ରସ୍ତାବ ଓ ମତାମତକୁ ସ୍ବାଗତ କରାଯିବ। ଏହି ବ୍ୟବସ୍ଥା ମୁମ୍ବାଇ, କଲିକତା, ଦିଲ୍ଲୀ ଓ ହାଇଦ୍ରାବାଦ ଭଳି ସହରରେ କରାଯାଇଛି। ତେଣୁ ଭୁବନେଶ୍ୱରରେ ଏହା ସଫଳ ହେବ ବୋଲି ଆଶାବ୍ୟକ୍ତ କରିଛନ୍ତି କମିଶନର। ସୂଚନାଯୋଗ୍ୟ, ପୂର୍ବରୁ ଲ’ ଆଣ୍ଡ୍‌ ଅର୍ଡର ଏବଂ ତଦନ୍ତକୁ ଅଲଗା କରିବା ପାଇଁ ଯୋଜନା ହୋଇଥିଲା। ପୂର୍ବତନ ପୋଲିସ ଡିଜି ଆର୍‌.ପି ଶର୍ମା ଗୃହବିଭାଗକୁ ପ୍ରସ୍ତାବ ଦେଇଥିଲେ। କିନ୍ତୁ ଏପର୍ଯ୍ୟନ୍ତ ଏହା କାର୍ଯ୍ୟକାରୀ ହୋଇପାରି ନ ଥିବାବେଳେ ନୂଆ ପ୍ରସ୍ତାବକୁ ତୁରନ୍ତ ତର୍ଜମା କରାଯିବାର ଆବଶ୍ୟକତା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଙ୍ଗାଲିରେ ଏନକାଉଣ୍ଟର: କୋଡିନ୍‌ କଫ୍‌ସିରପ୍‌ ଚାଲାଣକାରୀଙ୍କୁ….

ସମ୍ବଲପୁର, ୨୦।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ନିଶା କାରବାର ବିରୋଧରେ ପୋଲିସର ବଡ଼ଧରଣର କାର୍ଯ୍ୟାନୁଷ୍ଠାନ ଦେଖିବାକୁ ମିଳିଛି। ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ଅନ୍ତର୍ଗତ ରେଙ୍ଗାଲି ଥାନା…

ଏହି ୭ ପ୍ରକାରର UPI ପେମେଣ୍ଟ୍‌ ଉପରେ କୌଣସି ଚାର୍ଜ ଲାଗିବ ନାହିଁ; ଜାଣନ୍ତୁ କ’ଣ?

ନୂଆଦିଲ୍ଲୀ,୨୦ା୯: UPI ବ୍ୟବହାର କରୁଥିବା ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର। ୧୫ ଅକ୍ଟୋବର, ୨୦୨୬ ଠାରୁ, ଏକ ନୂତନ ବାଣିଜ୍ୟ ରିହାତି ହାର (MDR) ଢାଞ୍ଚା କିଛି…

ସିମନବାଡ଼ି ସବ୍‌ଷ୍ଟେସନ କାର୍ଯ୍ୟ ଶେଷକୁ ବିତିଲା ଦୀର୍ଘଦିନ : ଲୋକଙ୍କୁ ମିଳୁନି ସେବା, ବିଭାଗର ଅହେତୁକ ବିଳମ୍ବକୁ ନେଇ ବଢ଼ୁଛି ଅସନ୍ତୋଷ

ଦାରିଙ୍ଗବାଡ଼ି, ୨୦/୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଦୀର୍ଘଦିନ ହେଲା ୩୩/୧୧ କେଭି ବିଦ୍ୟୁତ ସବ୍‌ଷ୍ଟେସନ ସ୍ଥାପନ କାର୍ଯ୍ୟ ଶେଷ ହୋଇସାରିଛି। ହେଲେ…

ଭାରତରେ ପ୍ରବେଶ କରିବ ଆପଲ ପେ’

ନୂଆଦିଲ୍ଲୀ,୨୦ା୯: ଭାରତରେ ସର୍ୱାଧିକ ପ୍ରଚଳିତ ୟୁପିଆଇ ପେମେଣ୍ଟ ବ୍ୟବସ୍ଥା ଫୋନ୍‌ ପେ’ ଭଳି ଆମେରିକାରେ ଆପଲ ପେ’ ମଧ୍ୟ ଗ୍ରାହକ ମହଲରେ ବେଶ୍‌ ପରିଚିତ। ତେବେ ଆମେରିକାରେ…

ପେଟ୍ରୋଲିୟମ ମନ୍ତ୍ରଣାଳୟର ବଡ଼ ଘୋଷଣା, ଅକ୍ଟୋବର ୧ରୁ ଏମାନଙ୍କୁ ମିଳିବନି LPG ସିଲିଣ୍ଡର

ନୂଆଦିଲ୍ଲୀ,୨୦ା୯: ନିୟନ୍ତ୍ରିତ ଖୁଚୁରା ବିକ୍ରୟ ମୂଲ୍ୟରେ ଉପଯୁକ୍ତ ସବ୍‌ସିଡି ସହ ସିଲିଣ୍ଡର ରିଫିଲ ପାଇବାକୁ ଚାହୁଁଥିବା ଘରୋଇ ଏଲ୍‌ପିଜି ଗ୍ରାହକମାନଙ୍କ ପାଇଁ ଆସନ୍ତା ଅକ୍ଟୋବର ୧ରୁ ବାୟୋମେଟ୍ରିକ୍‌…

ବୁଧ-ଗୁରୁଙ୍କ ଯୁତିରେ ୪ ରାଶିଙ୍କ ଫିଟିବ ଭାଗ୍ୟ, ଟଙ୍କାରେ ଭରିଯିବ ସିନ୍ଦୁକ, ଚାକିରିରେ ବଡ଼ ପଦବୀ…

ବୈଦିକ ଜ୍ୟୋତିଷରେ ବୁଧ ଏବଂ ବୃହସ୍ପତି (ଗୁରୁ) ଉଭୟ ଅତ୍ୟନ୍ତ ଶୁଭ ଗ୍ରହ, କାରଣ ଶୁକ୍ରଙ୍କ ତୁଳନାରେ ଏମାନଙ୍କ ମଧ୍ୟରେ ଦେବତ୍ୱ ରହିଛି। ଯେତେବେଳେ ବୁଧ-ଗୁରୁଙ୍କ ଯୁତି,…

ବିଫଳତାର ସ୍ମାରକୀ

ଚଳିତ ମାସରୁ ୱାଶିଂଟନ ଡିସିରେ ଡୋନାଲ୍ଡ ଟ୍ରମ୍ପ୍‌ ଏକ ତୋରଣାକୃତି ବିଜୟ ସ୍ମାରକୀ କାମ ଆରମ୍ଭ କରିବାକୁ ଯାଉଛନ୍ତି। ପ୍ୟାରିସ୍‌ର ‘ଆର୍କ ଡି ଟ୍ରାୟୋମ୍ଫ’ ଢାଞ୍ଚାରେ ଏହାକୁ…

ସକାଳୁ ସକାଳୁ ବର୍ଷାକୁ ନେଇ ବଡ଼ ଅପଡେଟ୍‌: ଜାରି ହେଲା ଆଲର୍ଟ, ଓଡ଼ିଶାର ଏହି ଜିଲାରେ…

ଭୁବନେଶ୍ୱର,୨୦ା୯(ସୌମ୍ୟରଞ୍ଜନ ରାଉତ): ଉତ୍ତର ଆଣ୍ଡାମାନ ସାଗର ଓ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ ଶନିବାର ସାରେ ଲଘୁଚାପର ରୂପ ନେଇଛି। ପଶ୍ଚିମ ଓ ଉତ୍ତର ପଶ୍ଚିମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?