କମେଣ୍ଟମରାକୁ କେନ୍ଦ୍ରକରି ହତ୍ୟାକାଣ୍ଡ: କାତି ସହ ଥାନାରେ ହତ୍ୟାକାରୀଙ୍କ ଆତ୍ମସମର୍ପଣ

ପୁରୁଷୋତ୍ତମପୁର,୧୭ା୬(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ପ୍ରତାପୁର ଛକଠାରେ ରବିବାର ଅପରାହ୍ନରେ ଜଣେ ଯୁବକଙ୍କୁ କାତିରେ ହାଣି ହତ୍ୟା କରାଯାଇଛି। ହତ୍ୟାର ଶିକାର ହୋଇଛନ୍ତି ଗୋଠିଆଳି ଗ୍ରାମର ଏମ. ଶିବ ଦୋରା(୧୯)। ହତ୍ୟାକାରୀ ହେଲେ ଗୋଠିଆଳି ଗ୍ରାମର ଇ. ଜିତୁ ରେଡ୍ଡୀ। ହତ୍ୟା କରିବା ପରେ ସେ ବ୍ୟବହୃତ କାତି ସହ ପୁରୁଷୋତ୍ତମପୁର ଥାନାକୁ ଯାଇ ଆତ୍ମସମର୍ପଣ କରିଛନ୍ତି। ଏନେଇ ଶିବଙ୍କ ଭାଇ ଏମ୍‌. ଦୀନବନ୍ଧୁ ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ନଂ.୧୩୭/୧୯ରେ ମାମଲା ରୁଜୁକରି ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇଛି।
ପୁରୁଷୋତ୍ତମପୁର ଏସ୍‌ଡିପିଓ ନିମାଇଁ ଚରଣ ସେଠୀ ଓ ଏସ୍‌ଆଇ ସ୍ନେହାମଞ୍ଜରୀ ସାହୁ ଘଟଣାସ୍ଥଳକୁ ଯାଇ ତଦନ୍ତ ଚଳାଇଛନ୍ତି। ଦମକଳବାହିନୀ ଘଟଣାସ୍ଥଳରେ ପହଞ୍ଚତ୍ ମୃତଦେହ ଉଦ୍ଧାର କରି ପୁରୁଷୋତ୍ତମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ।
ହତ୍ୟାକାରୀ ଜିତୁ ପୋଲିସକୁ ଦେଇଥିବା ସୂଚନା ପ୍ରକାରେ, ଦୀର୍ଘ ୪ବର୍ଷ ହେଲା ଶିବ ମୋ ସ୍ତ୍ରୀ, ମା’ ଓ ଭଉଣୀଙ୍କୁ ଅଶ୍ଳୀଳ ବ୍ୟବହାର ସହ ନାନା ପ୍ରକାର ହଇରାଣ ହରକତ କରୁଥିଲେ। ବାରମ୍ବାର କହିବା ପରେ ମଧ୍ୟ ସେ ଶୁଣୁନଥିଲେ। ଏପରିକି ତାଙ୍କ ଘରଲୋକଙ୍କୁ ଜଣାଇବା ପରେ ମଧ୍ୟ ସେମାନେ ଶିବଙ୍କୁ ତାଗିଦ୍‌ କରିବା ବଦଳରେ ଓଲଟା ମୋ ପରିବାରକୁ ମାରିବାକୁ ଆସିଥିଲେ। ଗତ ବୁଧବାର ପୁରୁଷୋତ୍ତମପୁରକୁ ଯାତ୍ରା ଦେଖିବାଲାଗି ଆସୁଥିବା ବେଳେ ଶିବ ତାଙ୍କର କେତେଜଣ ସହଯୋଗୀଙ୍କୁ ନେଇ ରାସ୍ତାରେ ମୋତେ ଅଟକାଇ ଆକ୍ରମଣ କରିଥିଲେ। ଏଥିରେ ଅତିଷ୍ଠ ହୋଇ ଶେଷରେ ମାରିବାକୁ ନିଷ୍ପତ୍ତି ନେଲି। ରବିବାର ଅପରାହ୍ନ ପ୍ରାୟ ୪.୩୦ରେ ପ୍ରତାପୁର ଛକଠାରେ ଏକ ପାନ ଦୋକାନରେ ଶିବ ବସିଥିବାବେଳେ ହାଣି ହତ୍ୟା କରିଛି ବୋଲି ଜିତୁ ସ୍ବୀକାର କରିଛନ୍ତି। କମେଣ୍ଟ ମାରିବା ଓ ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ଏସ୍‌ଡିପିଓ ସେଠୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

ବାହୁଦା ନଦୀକୁ ଗାଧୋଇବାକୁ ଯାଇ ବୃଦ୍ଧ ନିଖୋଜ ଘଟଣା, ଆଜି ମିଳିଲା….

ଦିଗପହଣ୍ଡି/ଚିକିଟି,୧୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଳକ ଲାଲମେଣ୍ଟା ପଞ୍ଚାୟତ କୋଳିପେଣ୍ଠ ଗ୍ରାମରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ବୃନ୍ଦାବନ…

ଋଷିକୁଲ୍ୟା ରୟତ ମହାସଭାର ବଡ଼ ଦାବି

ଛତ୍ରପୁର,୧୩ା୯(ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ଭାଗଚାଷୀଙ୍କ ସ୍ବାର୍ଥରକ୍ଷା ପାଇଁ ସ୍ବତନ୍ତ୍ର ଭାଗଚାଷୀ ଆଇନ ପ୍ରଣୟନ ସହ ଭୂ-ବନ୍ଦୋବସ୍ତ ପ୍ରକ୍ରିୟା ତୁରନ୍ତ କାର୍ଯ୍ୟକାରୀ କରିବାକୁ ଋଷିକୁଲ୍ୟା ରୟତ ମହାସଭା ପକ୍ଷରୁ…

ଦବିଲା ଋଷିକୁଲ୍ୟା ନଦୀର ପଥର ବାଜ, ବିପଦରେ ଦାମୋଦରପୁର

ଗଞ୍ଜାମ,୧୩।୯(ବିଦ୍ୟାଧର ସାହୁ ): ନଦୀକୂଳ ତଟବର୍ତ୍ତୀ ଅଞ୍ଚଳକୁ ବନ୍ୟା ଜଳରୁ ସୁରକ୍ଷା ଦେବା ପାଇଁ ପଦକ୍ଷେପ ଗ୍ରହଣ କରାଯାଇଥିଲା । ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ…

ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ: ୧୦୦ ଶଯ୍ୟା ବିଶିଷ୍ଟ ଛାତ୍ରୀ ନିବାସ ଉଦ୍‌ଘାଟନ କରି ବିଧାୟକ କହିଲେ…

ଭଞ୍ଜନଗର,୧୩ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ଜିଲୁଣ୍ଡିପଲ୍ଲୀସ୍ଥିତ ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ଶନିବାର ବିଦ୍ୟାଳୟ ପରିସରରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ…

ଗାଜଲବାଡ଼ି ଘାଟିରେ ବାରମ୍ବାର ଘଟୁଛି ଦୁର୍ଘଟଣା: ଓଲଟିଲା କଣ୍ଟେନର, ସମ୍ପ୍ରସାରଣରେ ବିଳମ୍ବକୁ ନେଇ ତେଜୁଛି ଅସନ୍ତୋଷ

ଦାରିଙ୍ଗବାଡ଼ି/ସୋରଡ଼ା,୧୩ା୯(ଅରୁଣ ସାହୁ/ରଜନୀ ମହାପାତ୍ର): ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ବାରମ୍ବାର ଦୁର୍ଘଟଣା ଘଟୁଛି। ଗୋଟିଏ ସପ୍ତାହରେ ୨ଟି ଘଟଣା…

ବସ୍‌ ଚକାତଳେ ଚାଲିଗଲା ଶିଶୁକନ୍ୟାର ଜୀବନ

ସୋରଡ଼ା,୧୩ା୯(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ବଡ଼ଗଡ଼ ଥାନା ଢଉପଦା ଗ୍ରାମ ନିକଟରେ ବସ୍‌ଚକା ତଳେ ଚାପି ହୋଇ ଜଣେ ଶିଶୁକନ୍ୟାର ଜୀବନ ଚାଲିଯାଇଛି। ମୃତକ ଜଣକ ସେହି…

ଘର କାମ ସାରି ବାହାରେ ଥିବାବେଳେ ଯୁବକଙ୍କୁଦୁଇ ରାଉଣ୍ଡ ଗୁଳି

ସୋରଡ଼ା, ୧୩।୯ (ରଜନୀ ମହାପାତ୍ର): ଗଞ୍ଜାମ ଜିଲାର ବଡ଼ଗଡ଼ ଥାନା ଅଧୀନ ଯୋଡ଼ାବନ୍ଧ ଛକ ନିକଟରେ ଗୁଳିକାଣ୍ଡ ଘଟିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?