କମେଣ୍ଟମରାକୁ ନେଇ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ୨ ଗିରଫ

ଯାଜପୁରଟାଉନ, ୧୭ା୬(ଡି.ଏନ୍‌.ଏ.): ଯାଜପୁରସହର ନିକଟସ୍ଥ ଚିତାଳୋ ଛକରେ କମେଣ୍ଟ ମରା ଘଟଣାକୁ କେନ୍ଦ୍ରକରି ଶନିବାର ରାତିରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ଏ ନେଇ ରବିବାର ଉକ୍ତ ଯୁବକଙ୍କ ସାଙ୍ଗଙ୍କ ଅଭିଯୋଗ ଆଧାରରେ ପୋଲିସ ଏକ ମାମଲା (ନଂ୧୬୧/୧୯) ରୁଜୁକରିଥିଲା। ଥାନାଧିକାରୀ ଆଶିଷ ସାହୁ ତଦନ୍ତ କରି ବୁଲାରାମ ଜେନା ଓ ରାଜା ଜେନାଙ୍କୁ ଗିରଫ କରିଥିବାବେଳ ଅନ୍ୟ ଫେରାର ଅଭିଯୁକ୍ତମାନଙ୍କୁ ଖୁବ୍‌ଶୀଘ୍ର ଗିରଫ କରାଯିବ ବୋଲି କହିଛନ୍ତି। ପ୍ରକାଶ ଯେ, ଶନିବାର ଅପରାହ୍ନରେ କଣ୍ଟାବଣିଆ ଦଳିତ ବସ୍ତିର ଟୁଟୁ ଜେନା(୨୦), ଯଦୁଆ ଜେନା(୪୦) ନିଧିଆ ଜେନା(୩୨), ବାବୁ ଜେନା(୨୦), ବୁଲାରାମ ଜେନା(୫୨) ଓ ବିନୟ ଜେନାଙ୍କ ସମେତ କେତେକ ବ୍ୟକ୍ତି ସ୍ଥାନୀୟ ବଜାରରେ ଗାଳିଗୁଲଜ କରୁଥିଲେ। ଏହି ସମୟରେ ଦୋଗଡା ଗ୍ରାମର ନିରଞ୍ଜନଙ୍କ ସହ ସୁଶାନ୍ତ ପ୍ରତିବାଦ କରିବାରୁ ଅଭିଯୁକ୍ତମାନେ ସୋମାନଙ୍କୁ ଗାଳିଗୁଲଜ କରିପଳାଇଥିଲେ। ପରେ ସେମାନେ ଦୋଗଡା ସ୍କୁଲ ପଛପଟେ ମାରଣାସ୍ତ୍ର ସହ ଲୁଚି ରହିଥିଲେ। ଏହି ସମୟରେ ନିରଞ୍ଜନ ଏକାକୀ ଘରକୁ ଫେରୁଥିବାବେଳେ ସେମାନେ ଧାରୁଆ ଅସ୍ତ୍ରରେ ତାଙ୍କ ମୁଣ୍ଡ ପଛପଟକୁ ହାଣିଦେଇଥିଲେ। ଚିତ୍କାର ଶୁଣି ଗ୍ରାମବାସୀ ଘଟଣାସ୍ଥଳରେ ପହଞ୍ଚତ୍ବାରୁ ଅଭିଯୁକ୍ତମାନେ ଫେରାର ହୋଇଯାଇଥିଲେ। ଗୁରୁତର ଅବସ୍ଥାରେ ନିରଞ୍ଜନଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ଏ ନେଇ ଗ୍ରାମରେ ଉତ୍ତେଜନା ପ୍ରକାଶ ପାଇଥିବାରୁ ବ୍ୟାପକ ପୋଲିସ ମୁତୟନ କରାଯାଇଛି। ରବିବାର ନିରଞ୍ଜନଙ୍କ ବନ୍ଧୁ ସୁଶାନ୍ତ ଥାନାରେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ୟ ଗ୍ରହରେ ବସତି ସମସ୍ୟା, ବୈଜ୍ଞାନିକମାନେ ତାଲିକାଭୁକ୍ତ କରି…

ବୈଜ୍ଞାନିକମାନେ ଗ୍ରହମାନଙ୍କର ବାସ୍ତବିକ ରଙ୍ଗ ଭାବେ ତାଲିକାଭୁକ୍ତ କରିଛନ୍ତି। ଏହି ଅନୁସାରେ ବୁଧ: ଧୁସର, ଶୁକ୍ର : ହଳଦିଆ ସହ ଧଳା, ପୃଥିବୀ: ନୀଳ ସହ ଧଳା,…

‘ଚାଷ ପଦ୍ଧତିରେ ଆବଶ୍ୟକ ପରିବର୍ତ୍ତନ‘: କୃଷି ବିଜ୍ଞାନ କେନ୍ଦ୍ରରେ ୨୫ ଜଣ ଅଗ୍ରଣୀ ଚାଷୀ

କର୍ଲାମୁଣ୍ଡା, ୧୭।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ଆତ୍ମା ତଥା କଳାହାଣ୍ଡି ପିଡି ଆତ୍ମା ପକ୍ଷରୁ ୨୫ ଜଣ ଅଗ୍ରଣୀ ଚାଷୀଙ୍କୁ ନେଇ ସୋନପୁର…

ଗ୍ୟାସ ସିଲିଣ୍ଡର ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି! ବଢ଼ିଲା e-KYCର ଶେଷ ତାରିଖ

ନୂଆଦିଲ୍ଲୀ,୧୭।୮: LPG ସିଲିଣ୍ଡର ଉପଭୋକ୍ତାଙ୍କ ପାଇଁ ବଡ଼ ଖବର । ଗ୍ୟାସ୍‌ର e-KYC କରିବାର ଶେଷ ତାରିଖ ବଢ଼ାଇ ଦିଆଯାଇଛି । ପୂର୍ବରୁ ଅଗଷ୍ଟ ୧୬ ତାରିଖ…

ଜାଣନ୍ତୁ ରେଳବାଇର ଏହି ଜରୁରୀ ନିୟମ, ନ ହେଲେ ଗଣିବାକୁ ପଡ଼ିପାରେ ଜରିମାନା

ନୂଆଦିଲ୍ଲୀ,୧୭।୮: ପ୍ରାୟତଃ ଲୋକମାନେ ରେଳ ଷ୍ଟେଶନକୁ ନିଜ ବନ୍ଧୁ କିମ୍ବା ସମ୍ପର୍କୀୟଙ୍କୁ ନେବା ବା ଛାଡ଼ିବା ପାଇଁ ଯାଆନ୍ତି। ଏଥିପାଇଁ ସେମାନଙ୍କୁ ପ୍ଲାଟଫର୍ମ ଟିକେଟ ନେବାକୁ ପଡ଼େ।…

ବର୍ଷାରେ ଧୋଇଯାଇଥିଲା ରାସ୍ତା, ମରାମତି ପରେ ଯୋଗାଯୋଗ ସ୍ବାଭାବିକ

କେନ୍ଦୁଝର,୧୭।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ପ୍ରବଳ ବର୍ଷା ସାଙ୍ଗକୁ ମାଟି ଅତଡ଼ା ଧସିବା ଯୋଗୁ ତେଲକୋଇ ବଳଭଦ୍ରପୁର ପୋଲ ନିକଟରେ ରାସ୍ତା କ୍ଷତିଗ୍ରସ୍ତ ହୋଇ ଗାଡି ଚଳାଚଳ ବନ୍ଦ…

ବଲାଙ୍ଗୀର ବ୍ୟବସାୟୀଙ୍କୁ ଅପହରଣ ଘଟଣାରେ ବଡ଼ ଖୁଲାସା; ରାଜଧାନୀରେ କରାଯାଇଥିଲା ଆପରାଧିକ ଷଡ଼ଯନ୍ତ୍ର, ଖଣ୍ଡଗିରି ଥାନାକୁ…

ବଲାଙ୍ଗୀର,୧୭ା୮(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ଘଟଣାରେ ବଡ଼ ଖୁଲାସା କରିଛି ବଲାଙ୍ଗୀର ପୋଲିସ । ଏହି ଆପରାଧିକ ଷଡ଼ଯନ୍ତ୍ରରେ…

ଜନବସତି ଆଡ଼କୁ ମାଡ଼ି ଆସୁଛି ସମୁଦ୍ର, ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ

ଛତ୍ରପୁର,୧୭ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସୋମବାର ଆର୍ଯ୍ୟପଲ୍ଲୀ ପଞ୍ଚାୟତର ୪ ଖଣ୍ଡ ଗ୍ରାମବାସୀ ଗୋପାଳପୁର ବନ୍ଦର ମୁଖ୍ୟ ଫାଟକ ସମ୍ମୁଖରେ ଆନ୍ଦୋଳନକୁ ଓହ୍ଲାଇଥିବା ବେଳେ ଗଞ୍ଜାମ ଜିଲାପାଳ ଭି.…

ବୈତରଣୀରେ ଆସୁଛି ବନ୍ୟା, ଭୟଭୀତ ଅଞ୍ଚଳବାସୀ

ବଞ୍ଚୋ,୧୭।୮(ପ୍ରଦୋଷ ବିଶ୍ୱାଳ): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ଆନନ୍ଦପୁରଠାରେ ବୈତରଣୀ ନଦୀର ଜଳସ୍ତର ପୁଣି ବିପଦ ସଙ୍କେତ ଉପରକୁ ଉଠିଛି। ଆନନ୍ଦପୁର ଗେଜ୍‌ ସାଇଟର ତଥ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri