କମେଣ୍ଟ୍ରି ବକ୍ସରେ ଭାରତୀୟ କ୍ରିକେଟର ତ୍ରିମୂର୍ତ୍ତି

ଲଣ୍ଡନ,୩୧।୫- ଏଠାରେ ଇଂଲଣ୍ଡ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ଆଇସିସି ବିଶ୍ୱକପ୍‌ ପ୍ରଥମ ମ୍ୟାଚ୍‌ରେ ପ୍ରଶଂସକମାନେ ଏକ ଭିନ୍ନ ମଜା ପାଇଛନ୍ତି। ଭାରତୀୟ କ୍ରିକେଟର ତ୍ରିମୂର୍ତ୍ତି କୁହାଯାଉଥିବା ସଚିନ ତେନ୍ଦୁଲକର, ସୌରଭ ଗାଙ୍ଗୁଲି ଓ ବୀରେନ୍ଦ୍ର ସେହ୍ବାଗ କମେଣ୍ଟ୍ରି ବକ୍ସରେ ଏକାଠି ଭାଷ୍ୟକାରିତା କରିଥିଲେ। ବିଶ୍ୱକପ୍‌ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକାକୁ ୧୦୪ ରନ୍‌ରେ ପରାସ୍ତ କରି ଆୟୋଜକ ଇଂଲଣ୍ଡ ପତିଆରା ଜାହିର କରିଥିଲା। ହେଲେ ଏକାଠି ୨୦୦୩ ବିଶ୍ୱକପ୍‌ ଖେଳିଥିବା ସଚିନ, ଗାଙ୍ଗୁଲି ଓ ସେହ୍ବାଗ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟି ଥିଲେ। ଏମାନେ ଏଠାରେ ବିଶ୍ୱକପ୍‌ ମ୍ୟାଚ୍‌ରେ ଭାଷ୍ୟକାର ଭାବେ ପଦାର୍ପଣ କରିଛନ୍ତି। ଏହି ଅବସରରେ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ ଦୁଇଟି ଫଟୋ ଟୁଇଟ୍‌ କରିଥିଲେ। ଯାହାର ଗୋଟିଏ ପାଖରେ ସେମାନଙ୍କ ଖେଳିବାବେଳର ଫଟୋ ଥିବାବେଳେ ଅନ୍ୟ ଫଟୋରେ ତିନି ଜଣ କମେଣ୍ଟ୍ରି ବକ୍ସରେ କଥା ହେଉଥିବାର ଦୃଶ୍ୟ ରହିଛି। ଏହାର କ୍ୟାପଶନରେ ‘ପୁଣି ଥରେ ଏକାଠି’ ସଚିନ ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

ଅନ୍ତର୍ଜାତୀୟ ସ୍ତରର ଅପମାନ ପାଇଲା ପାକିସ୍ତାନ, ଭିଡିଓ ହେଉଛି ଭାଇରାଲ

ଇସଲାମାବାଦ,୧।୪: PSL 2026 ରେ, ପାକିସ୍ତାନ ପାଇଁ ଅନ୍ତର୍ଜାତୀୟ ଲଜ୍ଜାର କାରଣ ପାଲଟିଥିବା ଘଟଣାଗୁଡ଼ିକର ଏକ ଶୃଙ୍ଖଳା ସାମ୍ନାକୁ ଆସିଛି। ଟୁର୍ଣ୍ଣାମେଣ୍ଟର ପ୍ରଥମ ମ୍ୟାଚରେ, ଜର୍ସିରୁ ରଙ୍ଗ…

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

ଏହି ଦେଶରେ ହେବନାହିଁ ଆଇପିଏଲ୍‌ ପ୍ରସାରଣ, କାହିଁକି ଜାଣନ୍ତୁ…

ଢାକା,୩୧ା୩: ଭାରତର ପ୍ରସାରଣକାରୀ ସଂସ୍ଥା ଜିଓଷ୍ଟାର ବାଂଲାଦେଶରେ ଚଳିତ ବର୍ଷର ଆଇପିଏଲ୍‌ ପ୍ରସାରଣ ଚୁକ୍ତିକୁ ବରଖାସ୍ତ କରିଛି। ସ୍ଥାନୀୟ ସାଥି କମ୍ପାନୀ ପାଉଣା ଦେବାରେ ବିଫଳ ହୋଇଥିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri