କମ୍ପାନୀରୁ ଚୋରି, ୨ କର୍ମଚାରୀ ଗିରଫ

ଭୁବନେଶ୍ୱର,୧୨ା୮(ବ୍ୟୁରୋ): ଖାରବେଳ ନଗର ଥାନା ଏକ ଘରୋଇ କମ୍ପାନୀରୁ ଲୁହା ଓ ଆଲୁମିନିୟମ ଚ୍ୟାନେଲ ଚୋରି କରୁଥିବାବେଳେ ୨ କର୍ମଚାରୀଙ୍କୁ ପୋଲିସ ଗିରଫ କରିଛି। ସେମାନେ ହେଲେ ମୟୂରଭଞ୍ଜ ଜିଲା ରାୟଘର ଅଞ୍ଚଳର ସୁଶାନ୍ତ କୁମାର ବେହେରା ଓ ଭଦ୍ରକ ଧାମନଗର ଅଞ୍ଚଳର ତୁଷାର ରଞ୍ଜନ ଦାସ। ସୂଚନା ମୁତାବକ, ୟୁନିଟ-୩ ଅଞ୍ଚଳରେ ଥିବା ଏକ ଘରୋଇ କମ୍ପାନୀରେ ସୁଶାନ୍ତ ଶ୍ରମିକ ଭାବେ ଓ ତୁଷାର ସିକ୍ୟୁରିଟି ଗାର୍ଡ ଭାବେ କାର୍ଯ୍ୟ କରନ୍ତି। କିଛିଦିନ ହେବ କମ୍ପାନୀରୁ ଆଲୁମିନିୟମ ଓ ଲୁହା ଚ୍ୟାନେଲ ଚୋରି ହେଉଥିବା ନେଇ ଅଭିଯୋଗ ଆସିବା ପରେ ସୁପରଭାଇଜର କଡା ନଜର ରଖୁଥିଲେ। ଶନିବାର ରାତି ପ୍ରାୟ ୮ଟାରେ ଦୁଇ ଅଭିଯୁକ୍ତ କୌଶଳକ୍ରମେ ୨ ଆଲୁମିନିୟମ ଓ ୨ ଲୁହା ଚ୍ୟାନେଲ ଚୋରିକରି ନେଉଥିଲେ। ମାତ୍ର ଚେକିଂରେ ସେମାନେ ଧରାପଡ଼ିବା ପରେ ପୋଲିସକୁ ହସ୍ତାନ୍ତର କରାଯାଇଥିଲା। କମ୍ପାନୀ ପରିଚାଳକ ଦୀପକ କୁମାର ପଣ୍ଡା ଥାନାରେ ଅଭିଯୋଗ କରିଥିଲେ। ପୋଲିସ ନଂ.୧୯୯/୧୯ରେ ମାମଲା ରୁଜୁ କରି ଦୁଇ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଜାମିନ ଆବେଦନ ଖାରଜ ହେବାରୁ ସେମାନଙ୍କୁ ବିଚାରବିଭାଗୀୟ ଜେଲ୍‌ ହାଜତକୁ ପଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…

ନିଜ ପୁଅକୁ ତାରିକ ରହମାନଙ୍କ ପାଖକୁ ପଠାଇ ଦେଲେ ଏହି ଦେଶର ରାଷ୍ଟ୍ରପତି, କାହିଁକି ବଢିଲା ଭାରତର ଟେନସନ? ଜାଣନ୍ତୁ…

ଢାକା,୧୯।୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ଅଧ୍ୟକ୍ଷ ତାରିକ ରହମାନ ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବାର କିଛି ସମୟ ପରେ ତୁର୍କୀ ରାଷ୍ଟ୍ରପତି ରେସେପ ତାୟିପ…

ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ଆଇଡି କାର୍ଡ ବାଧ୍ୟତାମୂଳକ; ନ ହେଲେ ବାନ୍ଧିବ ପୋଲିସ

ଭୁବନେଶ୍ୱର,୧୯।୨: ଉତ୍କଳ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ କ୍ୟାମ୍ପସର ସୁରକ୍ଷା ଓ ଶୃଙ୍ଖଳା ରକ୍ଷା ପାଇଁ କଠୋର ନିର୍ଦ୍ଦେଶନାମା ଜାରି କରିଛନ୍ତି। ବର୍ତ୍ତମାନଠାରୁ ବିଶ୍ୱବିଦ୍ୟାଳୟ ପରିସରରେ ସମସ୍ତ ଛାତ୍ରଛାତ୍ରୀଙ୍କ ପାଇଁ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ସାମ୍ନାରେ AI ମହାରଥିଙ୍କ ମଧ୍ୟରେ କୋଲ୍ଡ ଓ୍ବାର…, କମ୍ପିଟିଟର୍ସ ପରସ୍ପରକୁ ଦେଖି…

ନୂଆଦିଲ୍ଲୀ,୧୯।୨: ଗୁରୁବାର (୧୯ ଫେବୃଆରୀ, ୨୦୨୬) ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬ରେ ଏକ ଘଟଣା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଯେତେବେଳେ ଭାରତ ଏବଂ ବିଦେଶର…

ଆଦିବାସୀଙ୍କୁ ରୋଜଗାରର ଲୋଭ ଦେଖାଇ ଅଫିମ ଗଛକୁ ଚାଇନା ଶାଗ କହିଥିଲେ ମାଫିଆ, ଏବେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ବରଦାପାଳ ପଞ୍ଚାୟତ ତଳକମ୍ପଡିହୀ ଗାଁର ଜହ୍ଲା ସାହିରେ ବ୍ୟାପକ ପରିମାଣର ଅଫିମ ଚାଷକୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତରେ ପୋଲିସ, ବନ…

ରାଜନୀତିରେ ଏଣ୍ଟ୍ରି କରିବେ ରୀନା ପାସଓ୍ବାନ? ପ୍ରସ୍ତୁତ ହେଲେଣି ଚିରାଗ, ଭାଜପାର ମୋହରକୁ ଅପେକ୍ଷା!

ନୂଆଦିଲ୍ଲୀ,୧୯।୨: ବିହାରର ପାଞ୍ଚଟି ରାଜ୍ୟ ସଭା ଆସନ ଖାଲି ହେବାକୁ ଯାଉଛି। ୨୦୨୬ ମାର୍ଚ୍ଚ ୧୬ରେ ଭୋଟ ହେବ। ବିଜ୍ଞପ୍ତି ପ୍ରକାଶ ପାଇବା ସହିତ ବିହାରରେ ରାଜନୈତିକ…

ନୂଆ ଜିଲା ଗଠନ ପାଇଁ ସରକାର ପ୍ରସ୍ତୁତ: ବିଧାନସଭାରେ ରାଜସ୍ୱ ମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୧୯ା୨: ଓଡ଼ିଶାରେ ନୂତନ ଜିଲା ଗଠନ ନେଇ ଚାଲିଥିବା ଦୀର୍ଘ ଦିନର ଅପେକ୍ଷା ଶେଷ ହେବାକୁ ଯାଉଛି। ୨୦୨୬-୨୭ ଆର୍ଥିକ ବର୍ଷରେ ରାଜ୍ୟରେ ନୂଆ ଜିଲା ଗଠନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri