କମ୍ପାନୀରେ ନିଯୁକ୍ତି ନାଁରେ ମହିଳାଙ୍କୁ ଠକେଇ

ସେମିଳିଗୁଡ଼ା,୪ା୧୨(ସ୍ବ.ପ୍ର.): କୋରାପୁଟ ଜିଲା ସେମିଳିଗୁଡ଼ା, ପଟ୍ଟାଙ୍ଗି ବ୍ଲକ ଓ ସୁନାବେଡ଼ା ମ୍ୟୁନିସପାଲିଟି ଅଞ୍ଚଳର ବହୁ ଯୁବତୀ, ମହିଳାଙ୍କୁ କମ୍ପାନୀରେ ନିଯୁକ୍ତି ଦେବା ନାଁରେ ଠକାଯାଇଥିବା ଅଭିଯୋଗ ହୋଇଛି। ଏହି ଠକେଇର ଶିକାର ହୋଇଥିବା ୩୦ରୁ ଊର୍ଦ୍ଧ୍ୱ ମହିଳା ସୁନାବେଡ଼ା ଥାନାରେ ଏତଲା ଦେଇଛନ୍ତି। ସେମାନଙ୍କ ଅଭିଯୋଗ ହେଉଛି, ଏକ ନିର୍ଦ୍ଦିଷ୍ଟ କମ୍ପାନୀର ମୁଖ୍ୟ ବୋଲି ନିଜକୁ ଦର୍ଶାଇ ଜଣେ ବ୍ୟକ୍ତି ସେମିଳିଗୁଡ଼ାର ଏକ ହୋଟେଲରେ ଗତ ଅଗଷ୍ଟ ୨୮ରେ ମହିଳାଙ୍କୁ ନେଇ ବୈଠକ କରିଥିଲେ। ଉକ୍ତ କମ୍ପାନୀରେ ଚାକିରି ଦେବାର ପ୍ରଲୋଭନ ଦେଖାଇ ଉକ୍ତ ବ୍ୟକ୍ତି ଜଣକ ୩୦ରୁ ଅଧିକ ମହିଳାଙ୍କଠାରୁ ୨ ହଜାର ଟଙ୍କା ଲେଖାଏ ଆଦାୟ କରିନେଇଥିଲେ। ଆଧାର, ଭୋଟର କାର୍ଡ, ପାନ୍‌ କାର୍ଡ ଓ ବ୍ୟାଙ୍କ ପାଶ୍‌ବୁକ ମାଗିନେବା ସହ ସେମାନଙ୍କୁ ଗୋଟିଏ ପରିଚୟପତ୍ର ଦେଇ ବ୍ୟକ୍ତି ଜଣକ ୨ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଆଦାୟ କରିଛନ୍ତି। ବିଭିନ୍ନ କାମ କରାଇ ମହିଳାଙ୍କୁ ୬ ମାସର ଦରମା ଦେଇ ନ ଥିବା ଏତଲାରେ ଦର୍ଶାଯାଇଛି। ଏତଲା ପରେ ମଧ୍ୟ ପୋଲିସ ପଦକ୍ଷେପ ନେଇ ନ ଥିବା ମହିଳାମାନେ କହିଛନ୍ତି। କମ୍ପାନୀ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ନ ହେଲେ ସେମାନେ ଉପର ମହଲକୁ ଯିବେ ବୋଲି କହିଛନ୍ତି। ଉକ୍ତ କମ୍ପାନୀରେ କାର୍ଯ୍ୟ କରୁଥିବା ମହାଦେଇ ଦୁରିଆ, ମନି ଖୋସଲା, ବାସନ୍ତୀ ହନ୍ତାଳ, ଲଳିତା ବାଙ୍କା, ସୁନିତା ମୁଠାଇ, ବାସନ୍ତୀ ଖରା, ଡାହନା ଖରା, ମାମିନା ତମାଲ, ସୁନିତା ପରାଜି, ମଞ୍ଜୁ ଖରା, ବିମଳା ଟାକ୍ରି, କବିତା ଟାକ୍ରି, ସୁଲୋଚନା ପୂଜାରୀ, ମୋତି ଦିଶାଇ, ବାସନ୍ତୀ ଗେମେଲଙ୍କ ସମେତ ୩୦ରୁ ଅଧିକମହିଳା ଏନେଇ ଥାନାର ଦ୍ୱାରସ୍ଥ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ବଡ଼ ଧରଣର ଭୂକମ୍ପ: ଭୟରେ ଲୋକେ…

ଶ୍ରୀନଗର,୧୨।୪: ଜମ୍ମୁ ଓ କଶ୍ମୀରର ଡୋଡା ଅଞ୍ଚଳରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୬ ମାପ କରାଯାଇଛି। ଭୂକମ୍ପ ଅନୁଭୂତ ହେବାମାତ୍ରେ ଲୋକେ…

ଆମେରିକା ସର୍ତ୍ତ ମାନିଲାନି ଇରାନ: ଇସଲାମାବାଦ୍‌ ଆଲୋଚନା ଫେଲ୍‌

ଓ୍ବାଶିଂଟନ୍‌,୧୨।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଅସ୍ତ୍ରବିରତି ଘୋଷଣା ପରେ ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଉଭୟ ଦେଶର ପ୍ରତିନିଧିମଣ୍ଡଳୀଙ୍କ ମଧ୍ୟରେ ଅନୁଷ୍ଠିତ ଶାନ୍ତି…

ଧାରଣାକୁ ମାସେ ବିତିଲା, ଶୁଣୁନି ପ୍ରଶାସନ: ଡାଲି, ଚାଉଳ ମାଗି ରୋଷେଇ କରୁଛନ୍ତି ଚାଷୀ

ବରଗଡ଼, ୧୨।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। ଅନ୍ୟପକ୍ଷେ ଆଉ ପ୍ରାୟ ମାସକ ପରେ ଜିଲାରେ ରବି ଧାନ ସଂଗ୍ରହ…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ନିଯୁକ୍ତି ପାଇବେ ୪୫ ହଜାର ଶିକ୍ଷକ, ଏହାସହ…

କେନ୍ଦୁଝର,୧୨ା୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର):ଶିକ୍ଷକମାନେ କେବଳ ପାଠ ପଢ଼ାନ୍ତି ତାହା ନୁହେଁ, ସେମାନେ ଛାତ୍ରୀଛାତ୍ରଙ୍କ ଚରିତ୍ର ଗଢ଼ନ୍ତି ଓ ଠିକ୍‌ ଜୀବନମାର୍ଗ ଦେଖାନ୍ତି। କେନ୍ଦୁଝର ଜିଲା ବୋଦାପଳାସାସ୍ଥିତ…

ଇରାନର ନିଦ ହଜିଲାଣି: ହର୍ମୁଜକୁ ନେଇ ବଢୁଛି ଚିନ୍ତା, ଏବେ ହେବ କ’ଣ

ନ୍ୟୁୟର୍କ,୧୨ା୪(ଏନ୍‌ଓ୍ବାଇଟି):ଇରାନ୍‌ ଏବେ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌କୁ ନିଜସ୍ବ ସମସ୍ୟା ଯୋଗୁ ସମ୍ପୂର୍ଣ୍ଣ ରୂପେ ଖୋଲିପାରୁ ନାହିଁ। କାରଣ ଆମେରିକା ଓ ଇସ୍ରାଏଲ୍‌ ସହ ଯୁଦ୍ଧବେଳେ ଏହି ସାମୁଦ୍ରିକ…

ସରିଲା ବାହାର ରତ୍ନଭଣ୍ଡାର ଗଣତି: ଜାଣନ୍ତୁ କେତେ କ’ଣ ଅଛି

ପୁରୀ,୧୨ା୪ (ଅଜିତ୍‌ କୁମାର ମହାନ୍ତି):ପୁରୀ ଶ୍ରୀମନ୍ଦିର ବାହାର ରତ୍ନଭଣ୍ଡାର ଅଳଙ୍କାର ଗଣତି ଶନିବାର ଦ୍ୱିତୀୟ ପର୍ଯ୍ୟାୟର ୪ର୍ଥ ଦିନରେ ଶେଷହୋଇଛି । ୧୯୭୮ ମସିହା ତାଲିକା ଅନୁସାରେ…

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri