Posted inଜାତୀୟ

କମ୍ପାନୀ ଅଧିକାରୀ ଏବେ ସରକାରୀ ବାବୁ

ନୂଆଦିଲ୍ଲୀ,୧ା୯: ସାଧାରଣତଃ ଆଇଏଏସ୍‌, ଆଇପିଏସ୍‌, ଆଇଏଫ୍‌ଏସ୍‌ ଏବଂ ଆଇଆର୍‌ଏସ୍‌ ଅଫିସରମାନଙ୍କୁ କେନ୍ଦ୍ରରେ ଯୁଗ୍ମ ସଚିବ ନିଯୁକ୍ତ କରାଯାଇଥାଏ। ଏହା ବ୍ୟତୀତ କେନ୍ଦ୍ରୀୟ ଲୋକସେବା ଆୟୋଗ (ୟୁପିଏସ୍‌ସି) ଦ୍ୱାରା ତିନିପର୍ଯ୍ୟାୟ ଚୟନ ପ୍ରକ୍ରିୟା ମାଧ୍ୟମରେ ମଧ୍ୟ କେତେଜଣଙ୍କୁ ଏହି ପଦବୀ ପାଇଁ ବଛାଯାଇଥାଏ। ତେବେ କେନ୍ଦ୍ର ସରକାର ପ୍ରଥମ ଥର ପାଇଁ ଶୁକ୍ରବାର ଘରୋଇ କମ୍ପାନୀର ୯ ଜଣ ବିଶେଷଜ୍ଞଙ୍କୁ ବିଭିନ୍ନ ମନ୍ତ୍ରଣାଳୟରେ ଯୁଗ୍ମ ସଚିବ ଭାବେ ନିଯୁକ୍ତି ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା ନିଯୁକ୍ତି ସମ୍ପର୍କିତ କ୍ୟାବିନେଟ କମିଟି ବୈଠକରେ ସେମାନଙ୍କ ନିଯୁକ୍ତିକୁ ଅନୁମୋଦନ କରାଯାଇଛି। ସେମାନେ ୩ ବର୍ଷ କିମ୍ବା ପରବର୍ତ୍ତୀ ନିର୍ଦ୍ଦେଶନାମା ପର୍ଯ୍ୟନ୍ତ ଉକ୍ତ ପଦବୀରେ ରହିବେ ବୋଲି ସରକାରୀ ବିଜ୍ଞପ୍ତିରେ କୁହାଯାଇଛି। ସପ୍ତମ ବେତନ କମିଶନଙ୍କ ପେ’ ମାଟ୍ରିକ୍ସର ସ୍ତର ୧୪ରେ ସେମାନେ ରହିବେ।
ଘରୋଇ କମ୍ପାନୀରୁ ଆସି କେନ୍ଦ୍ର ସରକାରଙ୍କ ବିଭିନ୍ନ ମନ୍ତ୍ରଣାଳୟରେ ନିଯୁକ୍ତି ପାଇଥିବା ଅଧିକାରୀମାନେ ହେଲେ କାକୋଲି ଘୋଷ(କୃଷି ମନ୍ତ୍ରଣାଳୟ), ଅମ୍ବର ଦୁବେ (ବେସାମରିକ ବିମାନ ଚଳାଚଳ), ଅରୁଣ ଗୋଏଲ (ବାଣିଜ୍ୟ), ରାଜୀବ ସାକ୍‌ସେନା (ଆର୍ଥତ୍କ ବ୍ୟାପାର), ସୁଜିତ କୁମାର ବାଜପେୟୀ (ପରିବେଶ ଓ ଜଙ୍ଗଲ), ସୌରଭ ମିଶ୍ର (ଆର୍ଥତ୍କ ସେବା), ଦିନେଶ ଦୟାନନ୍ଦ ଜଗ୍‌ଦଲେ (ଅକ୍ଷୟ ଶକ୍ତି), ସୁମନ ପ୍ରସାଦ ସିଂ (ସଡକ ପରିବହନ ଓ ଜାତୀୟ ରାଜପଥ) ଏବଂ ଭୂଷଣ କୁମାର (ଜାହାଜ ଚଳାଚଳ)। ଲାଟେରାଲ ଏଣ୍ଟ୍ରି ପଦ୍ଧତି ବା ଘରୋଇ କମ୍ପାନୀରୁ ବିଶେଷଜ୍ଞମାନଙ୍କୁ ଯୁଗ୍ମ ସଚିବ ପଦବୀରେ ନିଯୁକ୍ତି ପାଇଁ ଗତବର୍ଷ ଜୁନ୍‌ରେ ଆବେଦନପତ୍ର ଆହ୍ବାନ କରାଯାଇଥିଲା। ପ୍ରଶାସନିକ ବ୍ୟବସ୍ଥା ମଧ୍ୟକୁ ନୂଆ ମେଧାବୀମାନଙ୍କୁ ଆଣିବା ପାଇଁ ନରେନ୍ଦ୍ର ମୋଦି ସରକାରଙ୍କର ଏହା ଅଭିନବ ପଦକ୍ଷେପ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri