କମ୍‌ସଂଖ୍ୟକ ଉପସ୍ଥାନ ଯୋଗୁ ବନ୍ଦ ହେଲା ୨ ସ୍କୁଲ

ଗଣିଆ,୨୨।୧୦(ଡି.ଏନ.ଏ.)-ନୟାଗଡ଼ ଜିଲା ଗଣିଆ ବ୍ଲକରେ କମ୍‌ସଂଖ୍ୟକ ଛାତ୍ରୀଛାତ୍ରଙ୍କ ଉପସ୍ଥାନ ଯୋଗୁ ୨ଟି ସ୍କୁଲ ସୋମବାରଠାରୁ ବନ୍ଦ କରାଯାଇଥିବା ଦେଖିବାକୁ ମିଳିଛି । ବନ୍ଦ ହୋଇଥିବା ୨ଟି ପ୍ରାଥମିକ ବିଦ୍ୟାଳୟ ହେଉଛି ଛାମୁଣ୍ଡିଆ ପଞ୍ଚାୟତର କାଣିପୋଖରୀ ପ୍ରାଥମିକ ବିଦ୍ୟାଳୟ ଓ ବଡସିଲିଙ୍ଗା ପଞ୍ଚାୟତର ପୁରୁଣାପାଣି ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ।
ଶିକ୍ଷା ଅଧିକାରୀଙ୍କଠାରୁ ମିଳିଥିବା ସୂଚନା ଅନୁଯାୟୀ, ଚଳିତ ଶିକ୍ଷା ବର୍ଷରେ କାଣିପୋଖରୀ ପ୍ରାଥମିକ ବିଦ୍ୟାଳୟରେ ୯ଜଣ ଓ ପୁରୁଣାପାଣି ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟରେ ୧୦ଜଣ ଛାତ୍ରୀଛାତ୍ର ପାଠ ପଢୁଥିଲେ। ସରକାରଙ୍କ ଶିକ୍ଷା ବିଭାଗର ନିୟମାନୁଯାୟୀ ୧୦ କିମ୍ବା ୧୦ରୁ କମ୍‌ ସଂଖ୍ୟକ ଛାତ୍ରୀଛାତ୍ର ଥିବା ବିଦ୍ୟାଳୟଗୁଡିକ ବନ୍ଦ କରାଯାଇ ନିକଟସ୍ଥ ସ୍କୁଲଗୁଡିକରେ ସାମିଲ କରାଯିବ । ଫଳରେ ଏହି ୨ଟି ବିଦ୍ୟାଳୟର ଛାତ୍ରୀଛାତ୍ର ଓ ଶିକ୍ଷକଙ୍କୁ ନିକଟସ୍ଥ ବିଦ୍ୟାଳୟରେ ସାମିଲ ହେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ପୁରୁଣାପାଣି ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଗୋଛାବାରୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସହ ଓ କାଣିପୋଖରୀ ପ୍ରାଥମିକ ବିଦ୍ୟାଳୟ ଛାମୁଣ୍ଡିଆ କେ.ବି. ନୋଡାଲ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସହ ସାମିଲ ହୋଇଥିବା ଜଣାପଡିଛି । ବନ୍ଦ ହୋଇଥିବା ସ୍କୁଲଗୁଡିକ ଠାରୁ ସାମିଲ ହୋଇଥିବା ବିଦ୍ୟାଳୟର ଦୂରତା ୧କିଲୋମିଟରରୁ ଅଧିକ ହୋଇଥିଲେ ସଂପୃକ୍ତ ଛାତ୍ରୀଛାତ୍ରଙ୍କୁ ଯାତାୟାତ ବାବଦକୁ ବାର୍ଷିକ ୬ହଜାର ଟଙ୍କା ସରକାରଙ୍କ ତରଫରୁ ପ୍ରଦାନ କରାଯାଉଛି ବୋଲି କହିଥିଲେ । ତେବେ ଗତ ୨୦୧୭ – ୧୮ ଶିକ୍ଷା ବର୍ଷରେ କମ୍‌ ସଂଖ୍ୟକ ଛାତ୍ରୀଛାତ୍ରଙ୍କ ଉପସ୍ଥାନ ଯୋଗୁ ଗଣିଆ ବ୍ଲକ ଛାମୁଣ୍ଡିଆ ପଞ୍ଚାୟତର କୁତୁରୀ, ବଡମୂଳ, ବଡଶିଲିଙ୍ଗା ପଞ୍ଚାୟତର ବୁରିଆପାଜୁ, ସେକେଟାପଲ୍ଲୀ, ସେନେପେରୀ ଓ ଆଡକଟା ପଞ୍ଚାୟତର ତାମରଝୋଲା ପ୍ରାଥମିକ ବିଦ୍ୟାଳୟକୁ ବନ୍ଦ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

ଖେଳିବା ବୟସରେ ହାତରେ ଭିକ୍ଷାଥାଳ

ରାଉରକେଲା,୨୫ା୪(ବିପ୍ଲବ ରଞ୍ଜନ ଦାଶ)ରାଉରକେଲାର ପ୍ରସିଦ୍ଧ ବେଦବ୍ୟାସ ପୀଠରେ କୋମଳମତି ପିଲାମାନେ ଭିକ୍ଷାଥାଳ ଧରି ଭିକ୍ଷାବୃତ୍ତି କରୁଛନ୍ତି। ଚିନ୍ତାର ବିଷୟ, ଯେଉଁ କୋମଳମତି ଶିଶୁମାନେ ଭିକ୍ଷାବୃତ୍ତି କରୁଛନ୍ତି...

ମେ ୧୦ରୁ ରବିଧାନ ସଂଗ୍ରହ

ସମ୍ବଲପୁର,୨୫ା୪(ପ୍ରମୋଦ ବହିଦାର)ଆସନ୍ତା ମେ ୧୦ରୁ ସମ୍ବଲପୁର ଜିଲାରେ ଚଳିତବର୍ଷ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ବୁଧବାର ଅନୁଷ୍ଠିତ ଧାନ ସଂଗ୍ରହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri