୨୦ ବର୍ଷ ବୟସ ବେଳକୁ ଷ୍ଟାର ପାଲଟିଥିଲେ ଏହି ଅଭିନେତ୍ରୀ

ମୁମ୍ବାଇ: ବୟସ ସହ ଜଣେ କଳାକାରର ଦକ୍ଷତା ମପାଯାଇପାରେନା। ବଲିଉଡ୍‌ରେ ଏପରି କେତେଜଣ ଅଭିନେତ୍ରୀ ଅଛନ୍ତି, ଯେଉଁମାନେ ୨୦ବର୍ଷ ହେବା ପୂର୍ବରୁ ଷ୍ଟାର ପାଲଟିଛନ୍ତି। ୧୫ ମାର୍ଚ୍ଚ ୧୯୯୩ରେ ଜନ୍ମିତ ଆଲିଆ ଭଟ୍ଟ ମାତ୍ର ୧୯ ବର୍ଷ ବୟସରେ ବଡ଼ ପରଦାରେ ଡେବ୍ୟୁ କରିଥିଲେ। ‘ଷ୍ଟୁଡେଣ୍ଟ ଅଫ୍‌ ଦ ଇୟର’ର ସଫଳତା ତାଙ୍କୁ ଜଣେ ଭଲ ଅଭିନେତ୍ରୀର ପରିଚୟ ଦେଇଥିଲା। ସେହିଭଳି ନିକଟରେ ଫିଲ୍ମ ‘ଷ୍ଟୁଡେଣ୍ଟ ଅଫ୍‌ ଦ ଇଅର-୨’ ଯୋଗେ ବଲିଉଡ୍‌ରେ ପାଦ ରଖିଥିଲେ ନବାଗତା ଅନନ୍ୟା ପାଣ୍ଡେ। ୩୦ ଅକ୍ଟୋବର ୧୯୯୮ରେ ଜନ୍ମିତ ଅନନ୍ୟାଙ୍କ ଏହି ଫିଲ୍ମଟି ବକ୍ସ ଅଫିସରେ ଭଲ ରୋଜଗାର ମଧ୍ୟ କରିଥିଲା। ଏପରିକି ତାଙ୍କର ଅଭିନୟ ଦେଖି ଅନେକେ ନିର୍ମାତା ତାଙ୍କୁ ନିଜ ଫିଲ୍ମରେ ନେବା ପାଇଁ ଅଡି ବସିଥିଲେ।

୨୫ ଫେବୃୟାରୀ ୧୯୯୪ରେ ଜନ୍ମିତ ଉର୍ବଶୀ ରୌତେଲା ୨୦୧୫ରେ ବିଶ୍ୱ ସୁନ୍ଦରୀ ହୋଇଥିଲା। ଏହାପରେ ସେ ମାତ୍ର ୧୯ ବର୍ଷ ବୟସରେ ଫିଲ୍ମ ସିଂ ସାହେବ ଦ ଗ୍ରେଟ୍‌ରେ ଅଭିନୟ ଆରମ୍ଭ କରିଥିଲେ। ସନି ଦେଓଲଙ୍କ ବିପକ୍ଷରେ ତାଙ୍କ ଅଭିନୟକୁ ଅନେକେ ପସନ୍ଦ କରିଥିଲେ।

୨୩ ମାର୍ଚ୍ଚ ୧୯୮୭ରେ ଜନ୍ମିତ କଙ୍ଗନା ରାଣାଓ୍ବତ ୨୦୦୬ରେ ଫିଲ୍ମ ‘ଗ୍ୟାଙ୍ଗଷ୍ଟାର’ରେ ବଲିଉଡ୍‌ରେ ଡେବ୍ୟୁ କରିଥିଲେ। ଏବେ ସେ ବଲିଉଡ୍‌ର ଜଣେ ମହଙ୍ଗା ଅଭିନେତ୍ରୀ ବୋଲି କହିପାରିବେ। ସେହିଭଳି ୨୧ ଡିସେମ୍ବର ୧୯୮୯ରେ ଜନ୍ମିତ ତମନ୍ନା ଭାଟିଆ ୧୬ ବର୍ଷ ବୟସରେ ଫିଲ୍ମରେ କାମ କରିବା ଆରମ୍ଭ କରିଥିଲେ। ତାଙ୍କର ପ୍ରଥମ ଫିଲ୍ମ ଥିଲା ‘ଚାନ୍ଦ ସା ରୋଶନ ଚେହେରା’। ଏହାପରେ ସେ ହିଟ୍‌ ନାୟିକା ପାଲଟିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri