କମ ଦରମା-ବିନା ପିପିଇରେ କରୋନା ସଂକ୍ରମିତଙ୍କ ଚିକିତ୍ସା କରିବାକୁ ମନା କଲେ ନର୍ସିଂ ଷ୍ଟାଫ୍‌: ୧୦୦ରୁ ଅଧିକ ଦେଲେ ଇସ୍ତଫା

ଜୟପୁର,୨୭।୪: ଭାରତରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ରହିଛି। ଏପରିସ୍ଥଳେ ରାଜସ୍ଥାନରେ ୧୦୦ରୁ ଅଧିକ ନର୍ସିଂ ଷ୍ଟାଫ୍‌ କରୋନା ସଂକ୍ରମିତଙ୍କ ଚିକିତ୍ସା କରିବାକୁ ମନା କରି ଇସ୍ତଫା ଦେଇଛନ୍ତି। କମ ଦରମା ଏବଂ ବିନା ବ୍ୟକ୍ତିଗତ ସୁରକ୍ଷା ଉପକରଣ (ପିପିଇ)ରେ ସେମାନେ କାମ କରିବାକୁ ଅମଙ୍ଗ ହୋଇଛନ୍ତି। ବଂର ସେମାନେ ବିନା ଦରମାରେ ଦେଶ ପାଇଁ କାମ କରିବାକୁ ପ୍ରସ୍ତୁତ ବୋଲି କହିଛନ୍ତି। କରୋନା ସଂକ୍ରମିତଙ୍କ ଚିକିତ୍ସା କରିବା ଅତ୍ୟନ୍ତ ବିପଦ୍‌ଜନକ। ଏପରିସ୍ଥଳେ ବିନା ସୁରକ୍ଷାରେ ଚିକିତ୍ସା କରିବା କେବେ ମଧ୍ୟ ଉଚିତ୍‌ ନୁହେଁ। ନର୍ସିଂ ଷ୍ଟାଫ୍‌ଙ୍କର ଏଭଳି ସାମୁହିକ ଇସ୍ତଫା ଯୋଗୁ ରାଜ୍ୟ ସରକାର ଚିନ୍ତାରେ ପଡ଼ିଛନ୍ତି। ରାଜସ୍ଥାନରେ ସୋମବାର ସକାଳ ୯ଟା ସୁଦ୍ଧା ୩୬ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ସେଥିମଧ୍ୟରୁ ଜୟପୁରରେ ୯, ଝାଲଓ୍ବାଡ଼ାରେ ୯, ଯୋଧପୁର ୬, ଜୈସଲମରରେ ୧, ଭୀଲଓ୍ବାଡ଼ାରେ ୧, କୋଟା ଏବଂ ଟାଙ୍କରେ ୬ଜଣ ଲେଖାଏଁ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ଇତିମଧ୍ୟରେ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୨୨୨୧ ରହିଥିବାବେଳେ ମୃତକଙ୍କ ସଂଖ୍ୟା ୪୪ ରହିଛି। ସୂଚନାଯୋଗ୍ୟ, ନିଜ ପରିବାରକୁ ପଛରେ ପକାଇ ଜୀବନକୁ ବାଜି ଲଗାଇ କରୋନା ଲଢ଼େଇରେ ଏହି କରୋନା ଯୋଦ୍ଧାମାନେ ସାମିଲ୍‌ ହୋଇଥିଲେ ମଧ୍ୟ ସେମାନଙ୍କ ସୁରକ୍ଷା ପ୍ରତି ଧ୍ୟାନ ଦିଆଯାଉ ନ ଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri