କରଞ୍ଜିଆ ଆଇଟିଡିଏ କାର୍ଯ୍ୟାଳୟରେ ଭିଜିଲାନ୍ସ ଚଢ଼ାଉ

ଠାକୁରମୁଣ୍ଡା,୭ା୧(ଡ଼ି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା କରଞ୍ଜିଆ ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା(ଆଇଟିଡିଏ)ରେ ସୋମବାର ବାରିପଦା ଭିଜିଲାନ୍ସ ବିଭାଗ ଚଢାଉ କରିଛି। ଉପଖଣ୍ଡର ବିଭିନ୍ନ ସ୍ଥାନରେ ରବର ଚାଷ ପ୍ରକଳ୍ପରେ ବ୍ୟାପକ ଅନିୟମିତତା ହୋଇଥିବା ନେଇ ଏହି ଚଢାଉ କରାଯାଇଛି। ଭିଜିଲାନ୍ସ ଡିଏସପି ଶରତ ମହାପାତ୍ରଙ୍କ ନେତୃତ୍ୱରେ ଏକ ଟିମ୍‌ ଆଇଟିଡିଏ କାର୍ଯ୍ୟାଳୟରେ ପହଞ୍ଚି ରବର ଚାଷ ସମ୍ପର୍କିତ ବିଭିନ୍ନ କାଗଜପତ୍ର ଯାଞ୍ଚ କରିଛନ୍ତି।
ଉଲ୍ଲେଖଯୋଗ୍ୟ ଯେ, ଆଇଟିଡିଏ ପକ୍ଷରୁ ବିଭିନ୍ନ ସ୍ଥାନରେ ୨୦୧୩ରୁ୨୦୧୮ ପର୍ଯ୍ୟନ୍ତ ୬ ବର୍ଷ ମଧ୍ୟରେ ପ୍ରାୟ ୮୦ ଲକ୍ଷ ଟଙ୍କା ବ୍ୟୟରେ ୧୨୫ ଏକର ଜମିରେ ରବର ଚାଷ କରାଯାଇଥିବା ଦର୍ଶାଯାଇଥିଲା। ଜିଲାରେ ଏହି ଚାଷ ଆରମ୍ଭ ହୋଇଥିବାରୁ ସେତେବେଳେ ରବର ବୋର୍ଡ ମଧ୍ୟ ଗଠନ କରାଯାଇଥିଲା। ତେବେ କାଗଜପତ୍ରରେ ଚାଷ ହୋଇଥିବା ଦର୍ଶାଯାଇଥିବା ବେଳେ ଲଗାଯାଇଥିବା ସ୍ଥାନରେ ଗଛ ନ ଥିବା ଅଭିଯୋଗ ହୋଇଥିଲା। ଏନେଇ ଗଣମାଧ୍ୟମରେ ଖବର ପ୍ରକାଶ ପରେ ଭିଜିଲାନ୍ସ ପକ୍ଷରୁ ତନାଘନା ଆରମ୍ଭ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ସମ୍ପୂର୍ଣ୍ଣ ମଦମୁକ୍ତ କରିବା ପାଇଁ ଜିଲାପାଳଙ୍କଠାରେ ପହଞ୍ଚିଲେ ଶତାଧିକ ମହିଳା

ବଲାଙ୍ଗୀର,୧୨ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ବେଲପଡ଼ା ପଞ୍ଚାୟତ ଦେଓଗାଁ ଗ୍ରାମରେ ସମ୍ପୂର୍ଣ୍ଣ ମଦ ବିକ୍ରିକୁ ବନ୍ଦ କରିବା ନେଇ ସୋମବାର ଜିଲାପାଳ ଅଫିସରେ…

୧୩ରେ ଲଘୁଚାପ: ପାଣିପାଗ ବିଭାଗ କହିଲା ଏହାର ଗତିବିଧି…

ଭୁବନେଶ୍ୱର,୧୨।୧୦ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆସନ୍ତା ୧୩ ଅକ୍ଟୋବର ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ତେବେ ଅନୁକୂଳ ପାଣିପାଗ ଓ ସାମୁଦ୍ରିକ ପରିସ୍ଥିତି…

କରାଟେରେ ଗଞ୍ଜାମର ୫ ଜଣଙ୍କୁ ଗୋଲ୍ଡ ମେଡାଲ, କମାଲ କଲେ ଯାଆଁଳା ଭାଇ

ଗଞ୍ଜାମ,୧୨ା୧୦(ବିଦ୍ୟାଧର ସାହୁ): ଗୁଜରାଟରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ପ୍ରଥମ ଓପନ ନ୍ୟାଶନାଲ କଣ୍ଟ୍ରାକ୍ଟ କରାଟେ ଚାମ୍ପିଅନଶିପ୍‌-୨୬ରେ ଗଞ୍ଜାମର ୫ ଜଣ ପ୍ରତିଭାବାନ ଗୋଲ୍ଡ ମେଡାଲ ଜିତି ରାଜ୍ୟ ଓ…

ଦୁଇ ବାଇକ୍‌ଆରୋହୀଙ୍କୁ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଜୀବନ, କ୍ଷତିପୂରଣ ଦାବି କରି…

ହେମଗିର,୧୨ା୧୦(ଚୈତନ୍ୟ ପଟେଲ): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ ଡୁରୁବଗା ବାଇପାସ ରାସ୍ତାରେ ଅଜଣା ଗାଡ଼ି ଧକ୍କାରେ ଦୁଇ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ…

ମହାକାଳପଡ଼ାରେ ବିଜେଡି-ଭାଜପା ଛାତ୍ର ଗୋଷ୍ଠୀ ମୁହାଁମୁହିଁ, ପୋଲିସ ପହଞ୍ଚି…

ମହାକାଳପଡ଼ା,୧୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାସ୍ଥିତ ପ୍ରମୁଖ ଶିକ୍ଷାନୁଷ୍ଠାନ ବାୟାବାବା କଲେଜରେ ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ରକରି ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇପଡ଼ିଛି। ସୋମବାର ମଧ୍ୟାହ୍ନରେ କଲେଜ…

ଧର୍ମଶାଳା ABEOଙ୍କ ସମ୍ପତ୍ତି ଦେଖି ତାଜୁବ୍! ୧୯ଟି ପ୍ଲଟ୍‌, ୩ଟି ବହୁତଳ କୋଠା ଠାବ

ଭୁବନେଶ୍ୱର,ଧର୍ମଶାଳା୧୨।୧୦(ଶିବପ୍ରସାଦ ମହାନ୍ତି): ଧର୍ମଶାଳାର ସହକାରୀ ବ୍ଲକ୍ ଶିକ୍ଷା ଅଧିକାରୀ (ABEO) ଜୟଦେବ ଜେନାଙ୍କ ସମ୍ପତ୍ତି ଯାଞ୍ଚ ବେଳେ ୧୯ଟି ପ୍ଲଟ୍‌ ଠାବ ହୋଇଥିବା ସୂଚନା ମିଳିଛି। ଏହା…

ଯୁବପିଢ଼ିଙ୍କୁ ସଶକ୍ତ କରିବ ପ୍ରଯୁକ୍ତିବିଦ୍ୟା: ରାଜ୍ୟପାଳ

ଅତାବିରା,୧୨।୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ନୂଆଁ ଖଇରପାଲି କୋଶଲ ସ୍କୁଲକୁ ରବିବାର ଓଡ଼ିଶାର ରାଜ୍ୟପାଳ ଡାକ୍ତର ହରିବାବୁ କମ୍ଭମପତି ଗସ୍ତ କରିଥିଲେ। ଏହି ଅବସରରେ…

ବିଲକୁ ଯାଇ ଘରକୁ ଫେରି ନ ଥିଲେ ଯୁବକ, ଆଜି ମିଳିଲା ମୃତଦେହ, ହତ୍ୟା ଅଭିଯୋଗ ଆଣି…

ପାଟଣାଗଡ଼,୧୨ା୧୦(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୋଏଲପିଟା ଗାଁର ଜାମଜୋର ନଦୀ ପାର୍ଶ୍ୱରୁ ସୋମବାର ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି। ମୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?